ରାସ୍ତାରେ ଧାନତଳି ରୋଇଲେ ଗ୍ରାମବାସୀ

ଉଦଳା,୨୯ା୭(ସନ୍ତୋଷ କୁମାର ବାଚ୍ଛିନୀ): ଗଁାକୁ ନାହିଁ ଭଲ ରାସ୍ତା। ଆଣ୍ଠୁଏ ଲେଖାଏ ଖାଲ। କାଦୁଅ ପଚପଚ ରାସ୍ତାରେ ବର୍ଷାଦିନେ ଯାଇଆସି ହେଉନାହିଁ। ବାରମ୍ବାର ଦାବି ସତ୍ତ୍ୱେ ମଧ୍ୟ ପ୍ରଶାସନ ପ୍ରତିକାର ବ୍ୟବସ୍ଥା କରୁନାହିଁ। ଏଥିରେ ଅତିଷ୍ଠ ହୋଇ ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଜଡିଦା ପଞ୍ଚାୟତ ଅଧୀନ ଘୁଣ୍ଟିିବିଲ୍‌ ଗ୍ରାମବାସୀ ଶୁକ୍ରବାର ଅଭିନବ ପ୍ରତିବାଦ କରିଛନ୍ତି। ସେମାନେ କାଦୁଅ ପଚପଚ ଗଁା ରାସ୍ତାରେ ଧାନତଳି ରୋଇବା ସହ କପ୍ତିପଦା-ଠାକୁରମୁଣ୍ଡା ରାସ୍ତାର ନେଦାମ ଛକ ନିକଟରେ ରାସ୍ତା ଅବରୋଧ କରିଥିଲେ। ତୁରନ୍ତ ଗ୍ରାମ ରାସ୍ତା ମରାମତି ସହ ଭଲ ସଡ଼କଟିଏ ନିର୍ମାଣ କରିବାକୁ ଦାବି କରିଥିଲେ। ଦୀର୍ଘ ସମୟ ଧରି ରାଜ୍ୟ ରାଜପଥ ଅବରୋଧ ଯୋଗୁ ଉଦଳା-ଠାକୁରମୁଣ୍ଡା ଓ କପ୍ତିପଦା-କେନ୍ଦୁଝର ଯୋଗାଯୋଗ ବାଧାପ୍ରାପ୍ତ ହୋଇଥିଲା। ରାସ୍ତାର ଦୁଇ ପାର୍ଶ୍ୱରେ ଅନେକ ଯାତ୍ରୀବାହୀ ବସ୍‌ ସହ ଯାନବାହନ ଅଟକି ରହିଥିଲା। ଖବର ପାଇ କପ୍ତିପଦା ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିଥିଲେ ମଧ୍ୟ କୌଣସି ସୁଫଳ ମିଳିପାରି ନ ଥିଲା ା କପ୍ତିପଦା ବିଡିଓ ସିଦ୍ଧେଶ୍ୱର ନାୟକ ପହଞ୍ଚତ୍ ଉକ୍ତ ରାସ୍ତା ବୁଲି ଦେଖିଥିଲେ। ରାସ୍ତାର ଏପରି ଅବସ୍ଥାକୁ ନେଇ ସ୍ଥାନୀୟ ସରପଞ୍ଚ ମିନତୀ ମଢ଼େଇଙ୍କ ସହ ଆଲୋଚନା କରିଥିଲେ। କାଦୁଅ ଉପରେ ମୋରମ ପକାଇ ରାସ୍ତାକାମ କରାଯିବ ବୋଲି ସରପଞ୍ଚ ପ୍ରତିଶ୍ରୁତି ଦେଇଥିଲେ। ତେବେ ସରକାରୀ ସ୍ତରରେ ଅନୁମୋଦନ ହେବା ପରେ ଖୁବ୍‌ଶୀଘ୍ର ରାସ୍ତା କାମ ଆରମ୍ଭ ହେବ ବୋଲି ବିଡିଓ ପ୍ରତିଶ୍ରୁତି ଦେବାରୁ ରାସ୍ତା ଅବରୋଧ ପ୍ରତ୍ୟାହୃତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri