ଉଦଳା,୨୯ା୭(ସନ୍ତୋଷ କୁମାର ବାଚ୍ଛିନୀ): ଗଁାକୁ ନାହିଁ ଭଲ ରାସ୍ତା। ଆଣ୍ଠୁଏ ଲେଖାଏ ଖାଲ। କାଦୁଅ ପଚପଚ ରାସ୍ତାରେ ବର୍ଷାଦିନେ ଯାଇଆସି ହେଉନାହିଁ। ବାରମ୍ବାର ଦାବି ସତ୍ତ୍ୱେ ମଧ୍ୟ ପ୍ରଶାସନ ପ୍ରତିକାର ବ୍ୟବସ୍ଥା କରୁନାହିଁ। ଏଥିରେ ଅତିଷ୍ଠ ହୋଇ ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଜଡିଦା ପଞ୍ଚାୟତ ଅଧୀନ ଘୁଣ୍ଟିିବିଲ୍ ଗ୍ରାମବାସୀ ଶୁକ୍ରବାର ଅଭିନବ ପ୍ରତିବାଦ କରିଛନ୍ତି। ସେମାନେ କାଦୁଅ ପଚପଚ ଗଁା ରାସ୍ତାରେ ଧାନତଳି ରୋଇବା ସହ କପ୍ତିପଦା-ଠାକୁରମୁଣ୍ଡା ରାସ୍ତାର ନେଦାମ ଛକ ନିକଟରେ ରାସ୍ତା ଅବରୋଧ କରିଥିଲେ। ତୁରନ୍ତ ଗ୍ରାମ ରାସ୍ତା ମରାମତି ସହ ଭଲ ସଡ଼କଟିଏ ନିର୍ମାଣ କରିବାକୁ ଦାବି କରିଥିଲେ। ଦୀର୍ଘ ସମୟ ଧରି ରାଜ୍ୟ ରାଜପଥ ଅବରୋଧ ଯୋଗୁ ଉଦଳା-ଠାକୁରମୁଣ୍ଡା ଓ କପ୍ତିପଦା-କେନ୍ଦୁଝର ଯୋଗାଯୋଗ ବାଧାପ୍ରାପ୍ତ ହୋଇଥିଲା। ରାସ୍ତାର ଦୁଇ ପାର୍ଶ୍ୱରେ ଅନେକ ଯାତ୍ରୀବାହୀ ବସ୍ ସହ ଯାନବାହନ ଅଟକି ରହିଥିଲା। ଖବର ପାଇ କପ୍ତିପଦା ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିଥିଲେ ମଧ୍ୟ କୌଣସି ସୁଫଳ ମିଳିପାରି ନ ଥିଲା ା କପ୍ତିପଦା ବିଡିଓ ସିଦ୍ଧେଶ୍ୱର ନାୟକ ପହଞ୍ଚତ୍ ଉକ୍ତ ରାସ୍ତା ବୁଲି ଦେଖିଥିଲେ। ରାସ୍ତାର ଏପରି ଅବସ୍ଥାକୁ ନେଇ ସ୍ଥାନୀୟ ସରପଞ୍ଚ ମିନତୀ ମଢ଼େଇଙ୍କ ସହ ଆଲୋଚନା କରିଥିଲେ। କାଦୁଅ ଉପରେ ମୋରମ ପକାଇ ରାସ୍ତାକାମ କରାଯିବ ବୋଲି ସରପଞ୍ଚ ପ୍ରତିଶ୍ରୁତି ଦେଇଥିଲେ। ତେବେ ସରକାରୀ ସ୍ତରରେ ଅନୁମୋଦନ ହେବା ପରେ ଖୁବ୍ଶୀଘ୍ର ରାସ୍ତା କାମ ଆରମ୍ଭ ହେବ ବୋଲି ବିଡିଓ ପ୍ରତିଶ୍ରୁତି ଦେବାରୁ ରାସ୍ତା ଅବରୋଧ ପ୍ରତ୍ୟାହୃତ ହୋଇଥିଲା।
Posted inHome Left, ଆମ ଜିଲା ଖବର, ମୟୂରଭଞ୍ଜ View All
୧୬ରେ ଶ୍ରୀଗୁଣ୍ଡିଚା ରଥଯାତ୍ରା: ଗଞ୍ଜାମରେ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ
ଗଞ୍ଜାମ,୮।୭(ବିଦ୍ୟାଧର ସାହୁ ): ଆସନ୍ତା ସପ୍ତାହ ତଥା ଜୁଲାଇ ୧୬ରେ ବିଶ୍ୱ ପ୍ରସିଦ୍ଧ ଶ୍ରୀଗୁଣ୍ଡିଚା ରଥଯାତ୍ରା । ପ୍ରତିବର୍ଷ ଶ୍ରୀକ୍ଷେତ୍ର ପୁରୀରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଏହି ଘୋଷଯାତ୍ରା…
ଜୁଆ ଆଡ୍ଡା ଉପରେ ଚଢ଼ାଉ: ୨ ଗିରଫ, ଏକାଧିକ ଚମ୍ପଟ
ଦାରିଙ୍ଗବାଡି, ୮।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ପଞ୍ଚାୟତ ଆଡକି ଜଙ୍ଗଲରେ ମଙ୍ଗଳବାର ବିଳମ୍ବିତ ରାତ୍ରିରେ ଏକ ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ…
କେସିଙ୍ଗା ଏନଏସିରୁ ବାଦ ପଡିଲେ ୧୪୩୨ ଭୋଟର: ସୂଚନା ଦେଲେ ଅଧିକାରୀ
କେସିଙ୍ଗା,୮।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାରେ ସ୍ବତନ୍ତ୍ର ସଘନ ସଂଶୋଧନ-୨୦୨୬ର ଭୋଟର୍ସଙ୍କ ତାଲିକା ଲିଷ୍ଟ ଇତି ମଧ୍ୟରେ ପ୍ରକାଶ ପାଇଛି। କେସିଙ୍ଗା ଏନଏସିର ସର୍ବମୋଟ ୧୪ହଜାର୮୬୮ ଜଣ ଭୋଟର…
ଯବାନଙ୍କ ସର୍ଚ୍ଚ ଅପରେଶନ ବିପୁଳ ପରିମାଣ ମାଓବାଦୀ ସାମଗ୍ରୀ ଜବତ
ନୂଆପଡ଼ା,୮।୭ (ମକାରୁ ବେମାଲ): ୨୦୨୬ ମାର୍ଚ୍ଚ ୩୧ରେ ସାରା ଦେଶକୁ ମାଓବାଦୀ ମୁକ୍ତ ଘୋଷଣା କରାଯାଇଥିଲା। ସେହି ଦିନଠାରୁ ମାଓବାଦୀ ଗତିବିଧି ଜଣାପଡି ନ ଥିଲା। ହେଲେ…
ନେହା ଡାଗା ରାଜ୍ୟ ମହିଳା ମୋର୍ଚ୍ଚା ସଭାନେତ୍ରୀ
ନୂଆପଡ଼ା,୮।୭ (ମକାରୁ ବେମାଲ) : ନୂଆପଡା ଜିଲା ଖରିଆର ରୋଡ ପାର୍ଶ୍ୱନାଥ (ଜୈନ) ଭବନଠାରେ ଭାରତୀୟ ଜନତା ମଜଦୁର ସେଲ୍ (ବିଜେଏମ୍ସି) ଓଡ଼ିଶା ରାଜ୍ୟ କମିଟି ପକ୍ଷରୁ…
ଲୋକଙ୍କ ଘରେ ପଶିଲା ମଇଳା ପାଣି, ଡ୍ରେନେଜ ସମସ୍ୟା ନେଇ ଜିଲାପାଳଙ୍କୁ …
ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ପୌର ପରିଷଦ ଅଞ୍ଚଳରେ ଡ୍ରେନେଜ ସମସ୍ୟା ସଙ୍ଗୀନ ହୋଇପଡ଼ିଛି। ଗତ କିଛିଦିନ ବର୍ଷା ଲାଗି ରହିବାରୁ ବିଭିନ୍ନ ୱାର୍ଡ଼ ଜଳମଗ୍ନ ହେବା ସହିତ…
ସରକାରୀ ଜମିରେ ବନବିଭାଗର ବୃକ୍ଷରୋପଣ ଉଦ୍ୟମ: ଗ୍ରାମବାସୀଙ୍କ ତୀବ୍ର ବିରୋଧ, ଗାଁ ମୁଣ୍ଡ ରାସ୍ତାରେ ଦେଲେ ଧାରଣା
ମହାକାଳପଡ଼ା,୮।୭( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ସ୍ଥାନୀୟ କଣ୍ଡରା ପାଟିଆ ଗ୍ରାମ ଜୋରୀ…
ଜୀରାନଦୀରେ ରିଂ ରୋଡ୍ ନିର୍ମାଣ: ସମୟ ଗଡ଼ୁଛି, ବର୍ଷାରେ ଧୋଇ ଯାଉଛି
ବରଗଡ଼,୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠରେ ପ୍ରବାହିତ ଜୀରାନଦୀ ପାର୍ଶ୍ୱରେ ରିଂ ରୋଡ୍ ନିର୍ମାଣ ଚାଲିଛି। ବର୍ଷା ଓ ବନ୍ୟା ସମୟରେ ସହରକୁ ଜଳ ପ୍ଳାବନରୁ ରକ୍ଷା,…
Archives

