ଭୟରେ ଜଙ୍ଗଲରେ ଲୁଚିଲେ ଗ୍ରାମବାସୀ

ଯୋଡା, (ଡି.ଏନ.ଏ.) କେନ୍ଦୁଝର ଜିଲା ଯୋଡା ବ୍ଲକର ବାମେବାରୀ ଥାନା ବଳଦା ପଞ୍ଚାୟତ ଅନ୍ତର୍ଗତ ଗୁରୁଡ଼ାଠାରେ ରବିବାର ରାତିରେ ନିର୍ବାଚନୀ ହିଂସାକାଣ୍ଡ ଘଟି ୪ ଆହତ ହୋଇଛନ୍ତି। ଆହତ ମାନେ ହେଲେ ସେହି ଗ୍ରାମର ଅନାମୀ ପାତ୍ର, ସାଜନ ହାଇବୁରୁ, ଟିନୁ ଗୋପ ଓ ରାଜେନ ହାଇବୁରୁ। ଟିନୁ ଗୋପ ଓ ରାଜେନ ହାଇବୁରୁଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସୂଚନା ଅନୁଯାୟୀ, ରବିବାର ବିଳମ୍ବିତ ରାତିରେ ପୂର୍ବତନ ଚମ୍ପୁଆ ବିଧାୟକ ସନାତନ ମହାକୁଡଙ୍କ ବଳଦା ପଞ୍ଚାୟତର ସରପଞ୍ଚ ପ୍ରାର୍ଥୀ ବରୁଣ ନାଏକ ଓ ତାଙ୍କ ସମର୍ଥକ ମାନଙ୍କୁ ରାତିରେ ବିରୋଧୀ ଗୋଷ୍ଠୀ ପକ୍ଷରୁ ଆକ୍ରମଣ କରାଯାଇଛି। ଏନେଇ ବରୁଣ ତାଙ୍କ ଅଭିଯୋଗରେ ଦର୍ଶାଇଛନ୍ତି ଯେ, ଚମ୍ପୁଆ ବିଧାୟିକା ମିନାକ୍ଷୀ ମହାନ୍ତଙ୍କ ସମର୍ଥନରେ ନିର୍ବାଚନ ଲଢୁଥିବା ସରପଞ୍ଚ ପ୍ରାର୍ଥୀ ରଣଜୀତ ନାଏକ ରବିବାର ରାତିରେ ୩୦ଟି ବୋଲେରୋରେ କେତେକ ଗୁଣ୍ଡା ଶ୍ରେଣୀର ଲୋକଙ୍କୁ ଆଣି ଅତର୍କିତ ଭାବେ ପ୍ରଚାର ଗାଡି ଓ ସମର୍ଥକଙ୍କର ୧୦ ବାଇକ୍‌କୁ ଭଙ୍ଗାରୁଜା କରିବା ସହିତ ଘରେ ଘରେ ପଶି ମହିଳାଙ୍କୁ ମଧ୍ୟ ମାଡ ମାରିଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତିକୁ ନିୟନ୍ତ୍ରଣ କରିବାକୁ ଉଦ୍ୟମ କରିଥିଲେ ହେଁ ତାହା ସମ୍ଭବପର ହୋଇ ନ ଥିଲା। ଆକ୍ରମଣକାରୀଙ୍କ ଭୟରେ ଗ୍ରାମବାସୀ ନିକଟସ୍ଥ ଜଙ୍ଗଲରେ ଯାଇ ଲୁଚି ରହିଥିଲେ। ଆକ୍ରମଣରେ ଶିକାର ହୋଇଥିବା ଗ୍ରାମବାସୀ କହିଛନ୍ତି ଯେ, ସରପଞ୍ଚ ପ୍ରାର୍ଥୀ ହୋଇଥିବା ରଣଜୀତ ନାଏକ ତାଙ୍କ ସପକ୍ଷରେ ଭୋଟ ଦେବା ପାଇଁ ବାଧ୍ୟ କରୁଥିଲେ। ଅପରପକ୍ଷରେ ବିରୋଧୀ ସବୁବେଳେ ହିଂସା ପରାୟଣ ହୋଇପଡୁଛନ୍ତି ବୋଲି ଚମ୍ପୁଆ ବିଧାୟିକା ମିନାକ୍ଷୀ ମହାନ୍ତ କହିଛନ୍ତି। ଏନେଇ ବାମେବାରୀ ଆଇଆଇସି ମନୋରଞ୍ଜନ ବିଶିଙ୍କୁ ପଚାରିବାରୁ ଉକ୍ତ ହିଂସାକାଣ୍ଡ ଘଟିବା ପରେ ସମ୍ପୃକ୍ତ ଗାଁରେ ପୋଲିସ ମୁତୟନ କରାଯାଇଛି। ଅଭିଯୋଗ ଅନୁଯାୟୀ ତଦନ୍ତ କରାଯିବ। ସେହିପରି ଜଲହରୀ ପଞ୍ଚାୟତର ଖଣ୍ଡବନ୍ଧ ଠାରେ ମଧ୍ୟ ଟଙ୍କା ବଣ୍ଟା ସନ୍ଦେହରେ ଦୁଇଗୋଷ୍ଠୀର ପ୍ରାର୍ଥୀଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଥିଲା। ଏହି ଘଟଣାରେ ପୋଲିସ କେତେକ ଲୋକଙ୍କୁ ଉଠାଇ ନେଇ ପଚରା ଉଚରା ଜାରି ରଖିଥିବା ଆଇଆଇସି ବିଶି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଳିଙ୍ଗା ଘାଟିରେ ଭୂସ୍ଖଳନ ପରେ ଆସୁନି ଗାଡ଼ିମୋଟର, ଦରଦାମ୍‌ ଉପରେ ପଡୁଛି ଘୋର ପ୍ରଭାବ

ରାଇକିଆ,୨୮ା୯(ପ୍ରଦୀପ ବେହେରା): କଳିଙ୍ଗା ଘାଟିରେ ଭୂସ୍ଖଳନର ପ୍ରଭାବ କନ୍ଧମାଳ ଜିଲାବାସୀଙ୍କ ଉପରେ ପଡ଼ିବା ଆରମ୍ଭ କରିଛି। ବିଶେଷ କରି ରାଇକିଆ, ଜି. ଉଦୟଗିରି ଅଞ୍ଚଳକୁ ନିୟମିତ ବସ…

ଷୋଡ଼ଶ ପର୍ବ ପାଇଁ ପ୍ରଶାସନ ତତ୍ପର: ଝଲସିବ ମା’ ତାରାତାରିଣୀ ପୀଠ

ପୁରୁଷୋତ୍ତମପୁର,୨୮ା୯(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପବିତ୍ର ଷୋଡ଼ଶ ପର୍ବକୁ ନେଇ ଚଳଚଞ୍ଚଳ ହୋଇଉଠିଛି। ହଜାର ହଜାର ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି…

ସୃଷ୍ଟି ହେଲା ଅବପାତ: ଆଗାମୀ ୧୨ ଘଣ୍ଟାରେ ଘନୀଭୂତ ହୋଇ…

ଭୁବନେଶ୍ୱର,୨୮ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ମ୍ୟାନ୍‌ମାର ଉପକୂଳରେ ଅବପାତ ସୃଷ୍ଟି ହୋଇଛି। ଲଘୁଚାପ କ୍ଷେତ୍ରଟି କ୍ରମଶଃ ଶକ୍ତିଶାଳୀ ହୋଇ ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି…

ବାରଣ୍ଡାରେ ଚାଲିଛି ରୋଷେଇ, ମଧ୍ୟାହ୍ନଭୋଜନ ପାଇଁ ରାସ୍ତା ପାର ହେଉଛନ୍ତି ପିଲା

ନୟାଗଡ଼,୨୮ା୯(ଲୋକନାଥ ମିଶ୍ର): ଗୁଣାତ୍ମକ ଶିକ୍ଷାଦାନ ପାଇଁ ସରକାର ବିପୁଳ ଅର୍ଥ ଖର୍ଚ୍ଚ କରୁଥିଲେ ମଧ୍ୟ ଅନେକ ସ୍ଥାନରେ ଅସଜଡା ଭିତ୍ତିଭୂମିରେ ପରିବର୍ତ୍ତନ ଆସୁନାହିଁ। ଏପରି କି ଶୈକ୍ଷିକ…

ସାବାଡ଼ ହେବେ ଅମାନିଆ: ଗାଜଲବାଡ଼ି ଘାଟିରେ ଲାଗିବ ଓଭରହେଡ୍‌ ବ୍ୟାରିଅର, ଭାରୀଯାନ ଚଳାଚଳ କଲେ…

ଦାରିଙ୍ଗବାଡ଼ି,୨୮ା୯(ଅରୁଣ ସାହୁ): କନ୍ଧମାଳ ଓ ଗଞ୍ଜାମ ଜିଲାକୁ ସଂଯୋଗ କରୁଥିବା ଗାଜଲବାଡ଼ି ଘାଟି ରାସ୍ତାର କନ୍ଧମାଳ ଜିଲା ସୀମାନ୍ତ ବାଇମାଲା ଏବଂ ଗଞ୍ଜାମ ଜିଲା ସୋରଡ଼ା ବ୍ଲକ…

ସୁନାମୀ କ’ଣ? ଏହା ଆସିବା ପୂର୍ବରୁ କ’ଣ ମିଳିବ ସଙ୍କେତ, କେମିତି ପାଇବେ ରକ୍ଷା ଜାଣନ୍ତୁ…

ମହାକାଳପଡ଼ା, ୨୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ବିଭିନ୍ନ ସମୟରେ ସୁନାମୀ, ସାମୁଦ୍ରିକ ଝଡ଼ ଓ ବଜ୍ରପାତ ଆଦି ଦେଖାଯାଇଥାଏ॥ ଏହି ଅବସରରେ…

ଶେଷରେ ବଦଳିଗଲା ନିଷ୍ପତ୍ତି, ସ୍ଥଗିତ ହେଲା ବ୍ୟାଙ୍କ ଧର୍ମଘଟ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮ା୯: ପ୍ରସ୍ତାବିତ ୩ ଦିନିଆ ବ୍ୟାଙ୍କ ଧର୍ମଘଟ ସ୍ଥଗିତ ହୋଇଯାଇଛି। ସୋମବାରଠାରୁ ହେବାକୁ ଥିବା ପ୍ରସ୍ତାବିତ ୩ ଦିନିଆ ସାରା ଭାରତୀୟ ବ୍ୟାଙ୍କ ଧର୍ମଘଟକୁ ସ୍ଥଗିତ ରଖାଯାଇଛି।…

ସଂଘବଦ୍ଧ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ ଘଟଣା: ୨ ଭାଇଙ୍କୁ କୋର୍ଟ ଚାଲାଣ

ଦେବଗଡ଼,୨୮ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରାଞ୍ଚଳ ୧୦ ନମ୍ବର ଓ୍ବାର୍ଡ ରଜାମୁଣ୍ଡା ସାହିର ହାଡୁ ନାୟକ (୪୨)ଙ୍କ ହତ୍ୟା ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତ ସମୀର ମୁଖି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?