ଜଳବନ୍ଦୀ ଜୀବନ ବିତାଉଛନ୍ତି ଗ୍ରାମବାସୀ

ଦଶମନ୍ତପୁର,୧୫ା୮ ( ଡି.ଏନ.ଏ.):୫ବର୍ଷର ଅବଧି ଶେଷ ହୋଇ ଯାଇଥିଲେ ହେଁ ନିର୍ମାଣ ସରୁନି ଚବେରି ନଦୀ ପୋଲ ନିର୍ମାଣ। ଜିଲା ଏବଂ ବ୍ଲକ ପ୍ରଶାସନର ଖାମଖିଆଲ ମନୋଭାବ ଯୋଗୁ ମଧୁବିଶାଳୀ ଗ୍ରାମବାସୀ ଜଳବନ୍ଦୀ ଜୀବନ ବିତାଉଛନ୍ତି । କୋରାପୁଟ ଜିଲା ଦଶମନ୍ତପୁର ବ୍ଳକରେ ଏପରି ଦେଖିବାକୁ ମିଳିଛି। ୭୬.୦୫ ମିଟର ବିଶିଷ୍ଟ ଏହି ହାଇଲେବଲ ପୋଲ ପାଇଁ ସରକାରଙ୍କ ପକ୍ଷରୁ ୨ କୋଟି ୭୭ ଲକ୍ଷ ୮୦ ହଜାର ଟଙ୍କା ବ୍ୟୟ ଅଟକଳ କରାଯାଇଛି। ନିର୍ମାଣ କାର୍ଯ୍ୟ ଏନବିସିସି ଠିକାସଂସ୍ଥାର ମା’ଭଗବତୀ କନଷ୍ଟ୍ରକସନ କରୁଛି। ଏହି ପୋଲ କାର୍ଯ୍ୟ ୭ା୮ା୨୦୧୭ରେ ଆରମ୍ଭ ହୋଇଥିବା ବେଳେ ୬ା୧୨୦୧୯ରେ ସରିବାକୁ ସୂଚନା ଫଳକରେ ଦର୍ଶାଯାଇଛି। ପୋଲ ନିର୍ମାଣରେ ମନ୍ଥରତା ଯୋଗୁ ଶିକ୍ଷା, ସ୍ବାସ୍ଥ୍ୟ, ପାନୀୟ ଜଳ ଏବଂ ଗମନାଗମନ ସହ ଅନ୍ୟାନ୍ୟ ଯୋଜନାରୁ ସେମାନେ ଉପକୃତ ହୋଇପାରୁ ନ ଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ମଧୁବିଶାଳୀ ଗ୍ରାମ ଦେଇ ପୋଲ ଉପରେ ଯାତାୟାତ ଲାଗି ୭ ଖଣ୍ଡ ଗ୍ରାମବାସୀ ନିର୍ଭର କରୁଛନ୍ତି। ଏହି ନଦୀ ବ୍ୟତୀତ ଯାତାୟାତର ସୁବିଧା ଅନ୍ୟ କିଛି ନ ଥିବାରୁ ନଥିବାରୁ ଜରୁରୀ କାର୍ଯ୍ୟ ପଡ଼ିଲେ ବର୍ଷା ଦିନେ ନଦୀରେ ଜୀବନକୁ ବାଜି ଲଗାଇ ଲେକେ ଯାତାୟାତ କରିଥାନ୍ତି। ଗ୍ରାମରେ କୌଣସି ଗର୍ଭବତୀ ଓ ପ୍ରସୂତି ମହିଳା କିମ୍ବା ଅନ୍ୟକେହି ରୋଗରେ ପୀଡିତ ହେଲେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେବାକୁ ପଡୁଛି ବୋଲି ଅଞ୍ଚଳବାସୀ ଅଭିଯୋଗ ଜଣାଇଛନ୍ତି। ତେବେ ଜିଲା ପ୍ରଶାସନ ଏବଂ ବିଭାଗୀୟ ଅଧିକାରୀ ଏଥିପ୍ରତି ଦୃଷ୍ଟି ଦେଇ ଖୁବ ଶୀଘ୍ର ପୋଲ ନିର୍ମାଣ କାର୍ଯ୍ୟ ଶେଷ କରିବାକୁ ଗ୍ରାମବାସୀ ଦାବି କରିଛନ୍ତି। ନଚେତ ସେମାନେ ଜିଲପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେବେ ବୋଲି ଚେତାବନୀ ଦେଇଛନ୍ତି। ଏ ସମ୍ପର୍କରେ ପଚାରିବାକୁ ବିଭାଗୀ ଅଧିକାରୀଙ୍କୁ ଯୋଗାଯୋଗ କରାଯାଇଥିଲେ ମଧ୍ୟ ଯୋଗାଯୋଗ ସମ୍ଭବ ହୋଇ ନ ଥିଲା। ସେହିପରି କାର୍ଯ୍ୟସ୍ଥଳରେ କର୍ଯ୍ୟ ତଦାରଖ କରୁଥିବା ସୁପରଭାଇଜରଙ୍କୁ ପଚାରିବାରୁ ସେ କ ମୁଁ କ’ଣ କରିବି ବୋଲି କହି ନିଜର ଅସହାୟତା ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୬୦ ବୟସରୁ ଅଧିକ ମହିଳାଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ମାଗଣାରେ କରିପାରିବେ ବସ୍‌ଯାତ୍ରା…

ନୂଆଦିଲ୍ଲୀ,୨୫।୮: ଉତ୍ତର ପ୍ରଦେଶର ଯୋଗୀ ସରକାର ମଙ୍ଗଳବାର ଦିନ ‘ଲୋକମାତା ଅହଲ୍ୟାବାଈ ମାତୃଶକ୍ତି ଯୋଜନା’ ସମେତ ୨୪ଟି ପ୍ରସ୍ତାବକୁ ମଞ୍ଜୁରୀ ଦେଇଛନ୍ତି। ସିଏମ୍ ଯୋଗୀ ୬୦ ବର୍ଷରୁ…

ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିଙ୍କ ସଫଳତା

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିମାନେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଗୁଣପୁରର ଶୁଭମ୍ ଦାସଙ୍କ ଯୋଡ଼ି ଚମ୍ପିୟାନ…

ବିଦ୍ୟାର୍ଥୀଙ୍କୁ କ୍ୟାରିୟର ଚୟନ ନେଇ ମାର୍ଗଦର୍ଶନ: ଭଞ୍ଜନଗର କେଭିରେ ପ୍ରଥମଥର ପାଇଁ…

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଦଶମ ଓ ଏକାଦଶ ଶ୍ରେଣୀର ବିଜ୍ଞାନ ବିଭାଗର ଛାତ୍ରୀଛାତ୍ରଙ୍କୁ ନେଇ ପ୍ରଥମଥର ପାଇଁ…

ମନ୍ତ୍ରୀଙ୍କ ବଡ଼ ଚେତାବନୀ, ସାର କଳାବଜାରୀ କଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୫।୮: ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ମଙ୍ଗଳବାର ଏକ ବଡ଼ ଚେତାବନୀ ଦେଇଛନ୍ତି। ସାର କଳାବଜାରୀ କଲେ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି…

ମମତାଙ୍କ ସନ୍ନ୍ୟାସ ବୟାନକୁ ନେଇ ଭାଜପାର ତୀବ୍ର ଟାର୍ଗେଟ୍‌, କହିଲା- ‘ତାଙ୍କ ବୟସ ମଧ୍ୟ…’

କୋଲକାତା,୨୫।୮: ଟିଏମସି ପ୍ରମୁଖ ମମତା ବାନାର୍ଜୀଙ୍କ ପକ୍ଷରୁ ‘ରାଜନୀତିରୁ ସନ୍ନ୍ୟାସ’ ନେବା ସମ୍ପର୍କରେ ଦିଆଯାଇଥିବା ବୟାନ ଉପରେ ଭାଜପା ପକ୍ଷରୁ ପାଲଟା ଜବାବ ଦିଆଯାଇଛି। ପଶ୍ଚିମବଙ୍ଗର ସ୍ବାସ୍ଥ୍ୟମନ୍ତ୍ରୀ…

ବଡ଼ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ୨ ପୋଲିସ କର୍ମଚାରୀ

ବୌଦ୍ଧ,୨୫।୮: ବୌଦ୍ଧ ପୋଲିସ ପକ୍ଷରୁ ମଙ୍ଗଳବାର ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କାର୍ଯ୍ୟରେ ଅବହେଳା ପାଇଁ ୨ଜଣ ପୋଲିସ କର୍ମଚାରୀଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ଠିକ୍‌…

ଭାରତରେ ଅଲଗା-ୟୁରୋପରେ ଅଲଗା କାହିଁକି? ଫାଣ୍ଟା ଠାରୁ ମ୍ୟାଗି ପର୍ଯ୍ୟନ୍ତ ପ୍ୟାକେଜ ହୋଇଥିବା ଖାଦ୍ୟ ପାଇଁ ଦ୍ୱୈତ ମାନଦଣ୍ଡ ଉପରେ ପ୍ରଶ୍ନ

ନୂଆଦିଲ୍ଲୀ,୨୫।୮: ଭାରତରେ ୟୁରୋପ ତୁଳନାରେ ପ୍ୟାକେଜ ହୋଇଥିବା ଖାଦ୍ୟ ଏବଂ ପାନୀୟର ସମାନ ବିଶ୍ୱ ବ୍ରାଣ୍ଡ ପାଇଁ ଭିନ୍ନ ରଚନା, ପୁଷ୍ଟିକର ସୂଚନା ଏବଂ ଚେତାବନୀ ଲେବଲର…

ଉତ୍ତରାଷାଢ଼ା ନକ୍ଷତ୍ର ସହ ଆୟୁଷ୍ମାନ ଯୋଗ: ଆଜିଠୁ ଏହି ୫ ରାଶିଙ୍କ ଭଲ ଦିନ ଆରମ୍ଭ, ଚାକିରିରେ ପ୍ରମୋସନ ସହ ଧନବର୍ଷା!

୨୫ ଅଗଷ୍ଟ ୨୦୨୬ ଦିନଟି ପଞ୍ଚାଙ୍ଗ ଓ ଜ୍ୟୋତିଷ ଦୃଷ୍ଟିରୁ ବେଶ ଖାସ୍‌ ରହିପାରେ। ଏହି ଦିନ ଶ୍ରାବଣ ଶୁକ୍ଳ ପକ୍ଷର ଦ୍ୱାଦଶୀ ତିଥି ଏବଂ ମଙ୍ଗଳବାର।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri