ପଞ୍ଚାୟତ କାର୍ଯ୍ୟାଳୟରେ ତାଲା ଠୁଙ୍କିଲେ ଗ୍ରାମବାସୀ

ନବରଙ୍ଗପୁର,୨୩ା୧(ବି.ପ୍ର.):ଆବାସ ଯୋଜନା ଗୃହ ଆବଣ୍ଟନରେ ଅନିୟମିତତା ଅଭିଯୋଗ କରି ନବରଙ୍ଗପୁର ବ୍ଲକ ବଡ଼କୁମୁଲି ପଞ୍ଚାୟତ ଅନ୍ତର୍ଗତ ଚିକିଲି ଗ୍ରାମବାସୀ ରବିବାର ପଞ୍ଚାୟତ କାର୍ଯାଳୟରେ ତାଲା ଠୁଙ୍କିଛନ୍ତି। ଫଳରେ ଜିଆର୍‌ଏସଙ୍କୁ ଗ୍ରାମବାସୀ ୩ ଘଣ୍ଟା ଧରି ବନ୍ଦ କୋଠରୀରେ ରହିବାକୁ ପଡ଼ିଛି। ସେହିପରି ବିଡିଓ ଶିବ ପ୍ରସାଦ ପଟ୍ଟନାୟକଙ୍କୁ ମଧ୍ୟ ଗାଁର ମହିଳା ଘେରିଥିଲେ।
ଚିକିଲି ଗ୍ରାମରେ ଆବାସ ଯୋଜନାରେ ଦୃର୍ନୀତି ଏବଂ ପିସି କରବାର ହୋଇଛି। ପ୍ରକୃତ ହିତାଧିକାରୀଙ୍କୁ ଆବାସ ଯୋଜନାରେ ସାମିଲ ନ କରି ବଡ଼ବଡ଼ଆଙ୍କୁ ଆବାସ ଗୃହ ଦିଆଯାଇଛି। ଚାଉଳ, ପେନସନ ପ୍ରତି ମାସରେ ଠିକ୍‌ ସମୟରେ ପ୍ରଦାନ କରାଯାଉନାହିଁ ବୋଲି ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଚିକିଲି ଗ୍ରାମରେ ରାସ୍ତା, ପାଣି ଏବଂ ବିଭିନ୍ନ ସମସ୍ୟା ନେଇ ଗ୍ରାମବାସୀ ସରପଞ୍ଚଙ୍କୁ ଜଣାଇଥିଲେ। ହେଲେ ସରପଞ୍ଚ ଏହାକୁ ଅଣଦେଖା କରିଥିଲେ। ଫଳରେ ଗ୍ରାମର ମହିଳା ଏବଂ ପୁରୁଷ ମିଳିତ ଭାବେ ପଞ୍ଚାୟତ କାର୍ଯାଳୟରେ ତାଲା ପକାଇବାକୁ ବାଧ୍ୟ ହୋଇଥିବା ପ୍ରକାଶ କରିଛନ୍ତି। ସମସ୍ୟାର ସମାଧାନ ନ ହେବା ପର୍ଯ୍ୟନ୍ତ ଧାରଣାରୁ ହଟିବୁ ନାହିଁ ବୋଲି ଗ୍ରାମବାସୀ କହିଛନ୍ତି। ଜିଆର୍‌ଏସ୍‌ ପଞ୍ଚାୟତ କାର୍ଯ୍ୟାଳୟ ଭିତରେ ଥିବାବେଳେ ଗ୍ରାମବାସୀ ତାଲା ଆମେ ଖୋଲିବୁ ନାହିଁ ବୋଲି ଜିଦ୍‌ରେ ଗେଟ୍‌ ବାହାରେ ବସିଥିବା ଦେଖିବାକୁ ମିଳିଥିଲା। ପରେ ନବରଙ୍ଗପୁର ବିଡିଓ, ଜିପିଓ, ସରପଞ୍ଚ ଏବଂ ପୋଲିସ ପହଞ୍ଚି ଗ୍ରାମବାସୀଙ୍କୁ ବୁଝାଶୁଝା କରିବା ପରେ ପଞ୍ଚାୟତ କାର୍ଯ୍ୟାଳୟରୁ ତାଲା ଖୋଲି ଜିଆର୍‌ଏସ୍‌ଙ୍କୁ ମୁକ୍ତ କରିଥିଲେ। ବିଡିଓଙ୍କୁ ଗ୍ରାମବାସୀ ସମସ୍ୟା ଜଣାଇଥିଲେ ମଧ୍ୟ ସମସ୍ୟାର ସମାଧାନ ହୋଇନାହିଁ। ଲିଖିତ ଭାବେ ଅଫିସରେ ସମସ୍ୟା ଜଣାଇବାକୁ ବିଡିଓ ଗ୍ରାମବାସୀଙ୍କୁ କହିଛନ୍ତି। ତେବେ ଗ୍ରାମବାସୀ ବିଡିଓଙ୍କ କଥାକୁ ନାପସନ୍ଦ କରିବା ସହ ବିଡିଓଙ୍କ ଗାଡ଼ି ଅଟକାଇ ଘେରାଉ କରିଥିଲେ। ପୂର୍ବରୁ ମଧ୍ୟ ବିଡିଓ ଏଭଳି ପ୍ରତିଶ୍ରୁତି ଦେଇ ଠକିଛନ୍ତି ବୋଲି ସେମାନେ କହିଛନ୍ତି। ବିଡିଓ ମଧ୍ୟ କୌଣସି ପ୍ରତିଶ୍ରୁତି ନ ଦେଇ ଚାଲିଯାଇଥିବା ଗ୍ରାମବାସୀ କହିଛନ୍ତି। ଅନ୍ୟପକ୍ଷରେ ଦୁଇଦିନ ମଧ୍ୟ୍ୟରେ ସମସ୍ୟାର ସମାଧାନ ନ ହେଲେ ନବରଙ୍ଗପୁର ବ୍ଲକ କାର୍ଯାଳୟ ଏବଂ ଜିଲାପାଳଙ୍କ କାର୍ଯାଳୟ ସମ୍ମୁଖରେ ଧାରଣା ଦିଆଯିବ ବୋଲି ଚେତାବନି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

୮୦ ଲକ୍ଷ ବ୍ୟୟରେ ନିର୍ମିତ ପାନୀୟଜଳ ପ୍ରକଳ୍ପ ଅଚଳ, ଆନ୍ଦୋଳନ କରିବାକୁ ଚେତାବନୀ ଦେଲେ…

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ବସୁଧା ଯୋଜନାରେ ପ୍ରାୟ ୮୦…

ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ  

ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri