ପଞ୍ଚାୟତ କାର୍ଯ୍ୟାଳୟରେ ତାଲା ଠୁଙ୍କିଲେ ଗ୍ରାମବାସୀ

ନବରଙ୍ଗପୁର,୨୩ା୧(ବି.ପ୍ର.):ଆବାସ ଯୋଜନା ଗୃହ ଆବଣ୍ଟନରେ ଅନିୟମିତତା ଅଭିଯୋଗ କରି ନବରଙ୍ଗପୁର ବ୍ଲକ ବଡ଼କୁମୁଲି ପଞ୍ଚାୟତ ଅନ୍ତର୍ଗତ ଚିକିଲି ଗ୍ରାମବାସୀ ରବିବାର ପଞ୍ଚାୟତ କାର୍ଯାଳୟରେ ତାଲା ଠୁଙ୍କିଛନ୍ତି। ଫଳରେ ଜିଆର୍‌ଏସଙ୍କୁ ଗ୍ରାମବାସୀ ୩ ଘଣ୍ଟା ଧରି ବନ୍ଦ କୋଠରୀରେ ରହିବାକୁ ପଡ଼ିଛି। ସେହିପରି ବିଡିଓ ଶିବ ପ୍ରସାଦ ପଟ୍ଟନାୟକଙ୍କୁ ମଧ୍ୟ ଗାଁର ମହିଳା ଘେରିଥିଲେ।
ଚିକିଲି ଗ୍ରାମରେ ଆବାସ ଯୋଜନାରେ ଦୃର୍ନୀତି ଏବଂ ପିସି କରବାର ହୋଇଛି। ପ୍ରକୃତ ହିତାଧିକାରୀଙ୍କୁ ଆବାସ ଯୋଜନାରେ ସାମିଲ ନ କରି ବଡ଼ବଡ଼ଆଙ୍କୁ ଆବାସ ଗୃହ ଦିଆଯାଇଛି। ଚାଉଳ, ପେନସନ ପ୍ରତି ମାସରେ ଠିକ୍‌ ସମୟରେ ପ୍ରଦାନ କରାଯାଉନାହିଁ ବୋଲି ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଚିକିଲି ଗ୍ରାମରେ ରାସ୍ତା, ପାଣି ଏବଂ ବିଭିନ୍ନ ସମସ୍ୟା ନେଇ ଗ୍ରାମବାସୀ ସରପଞ୍ଚଙ୍କୁ ଜଣାଇଥିଲେ। ହେଲେ ସରପଞ୍ଚ ଏହାକୁ ଅଣଦେଖା କରିଥିଲେ। ଫଳରେ ଗ୍ରାମର ମହିଳା ଏବଂ ପୁରୁଷ ମିଳିତ ଭାବେ ପଞ୍ଚାୟତ କାର୍ଯାଳୟରେ ତାଲା ପକାଇବାକୁ ବାଧ୍ୟ ହୋଇଥିବା ପ୍ରକାଶ କରିଛନ୍ତି। ସମସ୍ୟାର ସମାଧାନ ନ ହେବା ପର୍ଯ୍ୟନ୍ତ ଧାରଣାରୁ ହଟିବୁ ନାହିଁ ବୋଲି ଗ୍ରାମବାସୀ କହିଛନ୍ତି। ଜିଆର୍‌ଏସ୍‌ ପଞ୍ଚାୟତ କାର୍ଯ୍ୟାଳୟ ଭିତରେ ଥିବାବେଳେ ଗ୍ରାମବାସୀ ତାଲା ଆମେ ଖୋଲିବୁ ନାହିଁ ବୋଲି ଜିଦ୍‌ରେ ଗେଟ୍‌ ବାହାରେ ବସିଥିବା ଦେଖିବାକୁ ମିଳିଥିଲା। ପରେ ନବରଙ୍ଗପୁର ବିଡିଓ, ଜିପିଓ, ସରପଞ୍ଚ ଏବଂ ପୋଲିସ ପହଞ୍ଚି ଗ୍ରାମବାସୀଙ୍କୁ ବୁଝାଶୁଝା କରିବା ପରେ ପଞ୍ଚାୟତ କାର୍ଯ୍ୟାଳୟରୁ ତାଲା ଖୋଲି ଜିଆର୍‌ଏସ୍‌ଙ୍କୁ ମୁକ୍ତ କରିଥିଲେ। ବିଡିଓଙ୍କୁ ଗ୍ରାମବାସୀ ସମସ୍ୟା ଜଣାଇଥିଲେ ମଧ୍ୟ ସମସ୍ୟାର ସମାଧାନ ହୋଇନାହିଁ। ଲିଖିତ ଭାବେ ଅଫିସରେ ସମସ୍ୟା ଜଣାଇବାକୁ ବିଡିଓ ଗ୍ରାମବାସୀଙ୍କୁ କହିଛନ୍ତି। ତେବେ ଗ୍ରାମବାସୀ ବିଡିଓଙ୍କ କଥାକୁ ନାପସନ୍ଦ କରିବା ସହ ବିଡିଓଙ୍କ ଗାଡ଼ି ଅଟକାଇ ଘେରାଉ କରିଥିଲେ। ପୂର୍ବରୁ ମଧ୍ୟ ବିଡିଓ ଏଭଳି ପ୍ରତିଶ୍ରୁତି ଦେଇ ଠକିଛନ୍ତି ବୋଲି ସେମାନେ କହିଛନ୍ତି। ବିଡିଓ ମଧ୍ୟ କୌଣସି ପ୍ରତିଶ୍ରୁତି ନ ଦେଇ ଚାଲିଯାଇଥିବା ଗ୍ରାମବାସୀ କହିଛନ୍ତି। ଅନ୍ୟପକ୍ଷରେ ଦୁଇଦିନ ମଧ୍ୟ୍ୟରେ ସମସ୍ୟାର ସମାଧାନ ନ ହେଲେ ନବରଙ୍ଗପୁର ବ୍ଲକ କାର୍ଯାଳୟ ଏବଂ ଜିଲାପାଳଙ୍କ କାର୍ଯାଳୟ ସମ୍ମୁଖରେ ଧାରଣା ଦିଆଯିବ ବୋଲି ଚେତାବନି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ରାଜ୍ୟସ୍ତରୀୟ ବିଜ୍ଞାନ ମେଳାରେ କେ ଏମ ଭାଲିଆସାହି ଛାତ୍ରୀ, ଶୁଭେଚ୍ଛା ଜ୍ଞାପନ କରି…

ମୋହନା,୨୫ ।୧୨(ମନ୍ମଥ ମିଶ୍ର ): କେଉଁ ଆଦିମ କାଳରୁ ବିଜ୍ଞାନ ମନୁଷ୍ୟ ସମାଜର ଅଶେଷ ହିତ ସାଧନ କରି ଆସିଅଛି।ବିଜ୍ଞାନ ବିନା ସମାଜର ଉନ୍ନତିର ପରିକଳ୍ପନା...

ଅସହାୟଙ୍କୁ ସହାୟତାର ହାତ ବଢାଇଲା ନ୍ୟୁ ଲାଇଫ ମିଶନ

କେସିଙ୍ଗା,୨୫ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କୁର୍ଲୁପଡ଼ା ଗ୍ରାମର ନ୍ୟୁ ଲାଇଫ ମିଶନ ପରିସରରେ ଅନୁଷ୍ଠାନର ପ୍ରତିଷ୍ଠାତା ତଥା ଡାଇରେକ୍ଟର ସିଆନି ହରପାଲ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ପରିତ୍ୟକ୍ତ ଅବସ୍ଥାରେ ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ, ଅର୍ଥ ମଞ୍ଜୁର ହୋଇଥିଲେ ବି…

କର୍ଲାମୁଣ୍ଡା,୨୫।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡ଼ବରାଠାରେ ପରିତ୍ୟକ୍ତ ଅବସ୍ଥାରେ ରହିଛି ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ। ସରକାର ୧୯୮୮ ମସିହାରେ ଏହି ଚିକିତ୍ସାଳୟ...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

ତୁଳସୀରେ ଅଛି ଅନେକ ଔଷଧୀୟ ଗୁଣ: ସକାରାତ୍ମକ ପରିବେଶ…

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ରେ ତୁଳସୀ ପୂଜନ ଉତ୍ସବ ପାଈଁ ଅଞ୍ଚଳ ଉତ୍ସବ ମୁଖର ହୋଇଛି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri