ସ୍କୁଲ ଗେଟ୍‌ରେ ତାଲା ପକାଇଲେ ଗ୍ରାମବାସୀ

ବଣାଇ, ୧୯।୧୦(ସ୍ବ.ପ୍ର.): ସ୍କୁଲକୁ ଶିକ୍ଷୟିତ୍ରୀ, ଶିକ୍ଷକ ଅଧିକାଂଶ ସମୟ ବିଳମ୍ବରେ ଆସୁଥିଲେ। ବିଳମ୍ବରେ ନ ଆସିବା ପାଇଁ ବାରମ୍ବାର ଶିକ୍ଷୟିତ୍ରୀ, ଶିକ୍ଷକଙ୍କୁ ତାଗିଦ ସତ୍ତ୍ୱେ ମଙ୍ଗଳବାର ପୁଣି ସ୍କୁଲକୁ ବିଳମ୍ବରେ ଆସିବା ନେଇ ଅସନ୍ତୋଷ ପ୍ରକାଶ ପାଇଛି। ଗ୍ରାମବାସୀ ସ୍କୁଲ ଗେଟରେ ତାଲା ପକାଇ ଦେଇଥିଲେ। କାର୍ଯ୍ୟାନୁଷ୍ଠାନ ଦାବିକରି ବିକ୍ଷୋଭ କରିଥିଲେ। ଘଟଣାଟି ଘଟିଛି ସୁନ୍ଦରଗଡ଼ ଜିଲା ବଣାଇ ବ୍ଲକ ଅନ୍ତର୍ଗତ କେନାଭେଟା ଗ୍ରାମରେ। କେନାଭେଟା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପଢନ୍ତି ୧୬୮ଛାତ୍ରୀଛାତ୍ର। ପାଠ ପଢାଇବା ନିମସ୍ତେ ଜଣେ ପ୍ରଧାନ ଶିକ୍ଷକ ଓ ୬ ଶିକ୍ଷୟିତ୍ରୀ ରହିଛନ୍ତି। ସ୍କୁଲକୁ ପ୍ରାୟ ଅଧିକାଂଶ ଦିନ ବିଳମ୍ବରେ ଆସୁଥିବା ଏହି ଶିକ୍ଷୟିତ୍ରୀ ଓ ଶିକ୍ଷକଙ୍କୁ ଗ୍ରାମବାସୀ ଆଗରୁ ତାଗିଦ କରିଥିଲେ ମଧ୍ୟ ଯେନତେନ ପ୍ରକାରେ ସ୍କୁଲ ଚାଲିଥିଲା। କିନ୍ତୁ ମଙ୍ଗଳବାର ୧୦ଟା ପରେ ଛାତ୍ରୀଛାତ୍ର ସ୍କୁଲ ବାହାରେ ଦୀର୍ଘ ସମୟ ଧରି ରୁଣ୍ଡ ହୋଇ ରହିଥିଲେ ମଧ୍ୟ ଗେଟ ନ ଖୋଲିବା କାରଣରୁ ବାହାରେ ରାସ୍ତା ଉପରେ ଛିଡ଼ା ହୋଇଥିବା ଜଣେ ଛାତ୍ରଙ୍କୁ ଏକ ବାଇକ୍‌ ଧକ୍କା ଦେଇଥିଲା। ଫଳରେ ଉତ୍ତେଜନା ବୃଦ୍ଧି ପାଇଥିଲା। ପରେ ଗ୍ରାମବାସୀ ସ୍କୁଲ ଗେଟରେ ତାଲା ପକାଇ ବିକ୍ଷୋଭ କରିଥିଲେ। ଖବରପାଇ ବଣାଇ ଏବିଇଓ ସଦାନନ୍ଦ ମହାନ୍ତ ଘଟଣାସ୍ଥଳରେ ପହଞ୍ଚିଥିଲେ। ଘଟଣା ସମ୍ପର୍କରେ ଅବଗତ କରାଇବା ସହ ସ୍କୁଲ ଚେୟାରମ୍ୟାନ ରଘୁନାଥ ସାହୁଙ୍କ ନେତୃତ୍ୱରେ ଗ୍ରାମବାସୀ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରିଥିଲେ। ଏବିଇଓ ମହାନ୍ତ ଲୋକଙ୍କୁ ବୁଝାସୁଝା କରି ତୁରନ୍ତ ତଦନ୍ତ ଜନିତ ପଦକ୍ଷେପ ନିଆଯାଇ ପ୍ରଧାନ ଶିକ୍ଷକଙ୍କ ସମେତ ସମସ୍ତ ଶିକ୍ଷୟିତ୍ରୀଙ୍କୁ କୈଫିୟତ ତଲବ କରିବା ଏବଂ ଆବଶ୍ୟକ ସ୍ଥଳେ ସେମାନଙ୍କ ଦରମା ବନ୍ଦ କରିବେ ବୋଲି ପ୍ରତିଶ୍ରୁତି ଦେବା ପରେ ପରିସ୍ଥିତି ଶାନ୍ତ ପଡିଥିଲା। ପ୍ରାୟ ଦେଢ ଘଣ୍ଟା ଧରି ଚାଲିଥିବା ଏହି ବିକ୍ଷୋଭ ଯୋଗୁ ବିଦ୍ୟାଳୟ ବାହାରେ ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ଘୁରି ବୁଲୁଥିବା ଦେଖାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଧାରଣା: ପ୍ରଶାସନର ଏଭଳି ପ୍ରତିଶ୍ରୁତି ପରେ ହଟିଲା…

ଦେବଗଡ଼, ୩୦।୩ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଅଙ୍ଗନୱାଡି କର୍ମୀ ବ୍ଲକ ସମ୍ମୁଖରେ ଦେଉଥିବା ଧାରଣାସ୍ଥଳରେ ସୋମବାର…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ହଠାତ୍‌ ଭାରସାମ୍ୟ ହରାଇ ଷ୍ଟ୍ରିଟଲାଇଟ ଖୁଣ୍ଟକୁ ଧକ୍କା ଦେଲା କାର୍‌: ଘଟଣାସ୍ଥଳରେ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ସୋମବାର ଅପରାହ୍ନରେ ଦେବଗଡ ପୌରାଞ୍ଚଳ ମୋହିନୀପୁର ଛକ ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜପଥରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି ।…

ଅପସାରିତ ପୌରାଧ୍ୟକ୍ଷାଙ୍କୁ ପୁନଃ ଅବସ୍ଥାପିତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ତୁରନ୍ତ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ୨୦୨୫ ଜାନୁଆରୀ ୨୮ ତାରିଖରେ ରାଜ୍ୟ ସରକାରଙ୍କ ଦ୍ୱାରା ଗାଦିଚ୍ୟୁତ ହୋଇଥିବା ଦେବଗଡ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଈଙ୍କୁ ଏହି…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri