କ୍ରଶର ବନ୍ଦ ଦାବିରେ ସ୍କୁଲ ଗେଟ୍‌ରେ ତାଲା ପକାଇଲେ ଗ୍ରାମବାସୀ

ପାଟଣା,୧୦ା୭(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଟାଙ୍ଗରପଡ଼ା ଆରଆଇ ସର୍କଲ ଅନ୍ତର୍ଗତ ଅଙ୍କୁରା ସ୍କୁଲ ସାହି ନିକଟରେ ଥିବା ଏକ ଠିକାସଂସ୍ଥାର କ୍ରଶର ପାଇଁ ନିକଟ ହୁଡ଼ିରେ ରବିବାର ଅପରାହ୍ନରେ ଡିନାମାଇଟ ବ୍ଲାଷ୍ଟ କରିବା ସମୟରେ ଅଘଟଣ ଘଟିଥିଲା। ବ୍ଲାଷ୍ଟିଂ ଫଳରେ ୫ରୁ ଊର୍ଦ୍ଧ୍ୱ ଲୋକଙ୍କ ଘର କାନ୍ଥ ଫାଟିଯାଇଥିଲା। କ୍ରଶର ବନ୍ଦ ଦାବିରେ ଉତ୍ତେଜିତ ଲୋକେ ୨ କ୍ରଶର କର୍ମଚାରୀଙ୍କୁ ଅଟକ ରଖିଥିଲେ। ରବିବାର ରାତିରେ ଏସ୍‌ଡିପିଓ ଆଲୋକ ଜେନା ଲୋକଙ୍କୁ ବୁଝାସୁଝା କରି ଥାନାକୁ ନେଇଛନ୍ତି।

ସୋମବାର ସକାଳୁ ମଧ୍ୟ ଗାଁରେ ଉତ୍ତେଜନା ଲାଗି ରହିଥିବା ବେଳେ ଘଟଣାସ୍ଥଳରେ କୌଣସି ପ୍ରଶାସନିକ ଅଧିକାରୀ ପହଞ୍ଚି ନାହାନ୍ତି। କ୍ରଶର ବନ୍ଦ ଓ ଜୀବନ ପ୍ରତି ଭୟ ଥିବା ଆଶଙ୍କା କରି ଅଙ୍କୁରା ଉଚ ପ୍ରାଥମିକ ବିଦ୍ୟାଳୟର ଗେଟ୍‌ରେ ଲୋକେ ତାଲା ପକାଇ ଦେଇଛନ୍ତି। ଏନେଇ ସ୍କୁଲ ଶିକ୍ଷକ ଯୁଧିଷ୍ଠିର ମହାନ୍ତଙ୍କୁ ପଚାରିବାରୁ ସ୍କୁଲ ଭିତରେ କ୍ରଶର ପାଇଁ ହୁଡ଼ିରେ ବ୍ଲାଷ୍ଟ ହେଉଥିବା ପଥର ପଡୁଥିବାରୁ ସ୍କୁଲରେ ତାଲା ପକାଇଥିବା ନେଇ ଦରଖାସ୍ତକୁ ପାଟଣା ବିଇଓ ପୂର୍ଣ୍ଣଚନ୍ଦ୍ର ଅମାନ୍ତଙ୍କୁ ପ୍ରଦାନ କରାଯାଇଛି। ଘଟଣାସ୍ଥଳରେ ପାଟଣା ତହସିଲଦାର ତାପସ ରଞ୍ଜନ ଦେହୁରୀ ଓ ଏସ୍‌ଡିପିଓ ଆଲୋକ ଜେନା ପହଞ୍ଚି ପ୍ରଭାବିତଙ୍କ ଘର ପରିଦର୍ଶନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri