ବିଦ୍ୟାଳୟରେ ତାଲା ପକାଇଲେ ଗ୍ରାମବାସୀ

ବଇଣ୍ଡା,୧୫।୨ (ଡି.ଏନ.ଏ.): ଅନୁଗୋଳ ଜିଲା କିଶୋରନଗର ବ୍ଲକର ଅନେକ ବିଦ୍ୟାଳୟରେ ଶିକ୍ଷକ ପଦବୀ ଖାଲି ପଡିଛି। ବିଶେଷକରି ଶିକ୍ଷା ବିଭାଗ ପକ୍ଷରୁ ଖାଲି ପଡିଥିବା ଶିକ୍ଷକ ପଦବୀ ପୂରଣ କରାଯାଉ ନ ଥିବା ଯୋଗୁ ଅସନ୍ତୋଷ ବୃଦ୍ଧି ପାଉଛି। ନାକିଚି ମାହେଶରୀ ସରକାରୀ ଉଚ୍ଚ ବିଦ୍ୟାଳୟରେ ୩ ଶିକ୍ଷକ ପଦବୀ ପୂରଣ ହେଉ ନ ଥିବାରୁ ଅଞ୍ଚଳ ବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଯାଇଛି। ଫଳରେ ଗ୍ରାମବାସୀ ମଙ୍ଗଳବାର ବିଦ୍ୟାଳୟ ଫାଟକରେ ତାଲା ପକାଇ ଆନ୍ଦୋଳନ କରିଥିଲେ।
ଗ୍ରାମବାସୀ କହିଛନ୍ତି, ଏହି ହାଇସ୍କୁଲରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ୨୧୮ ଜଣ ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି। ଏଠାରେ ୧୩ ଜଣ ଶିକ୍ଷକ ଆବଶ୍ୟକ ଥିବାବେଳେ ମାତ୍ର ୧୦ ଜଣ ନିଯୁକ୍ତି ପାଇଛନ୍ତି। ବିଶେଷକରି ୫ମ ଓ ୬ଷ୍ଠ ଶ୍ରେଣୀ ପାଠ ପଢାଇବା ପାଇଁ କୌଣସି ବିଜ୍ଞାନ ଶିକ୍ଷକ ନ ଥିବା ଯୋଗୁ ୬ ମାସ ହେବ ଛାତ୍ରୀଛାତ୍ରମାନେ ବିଜ୍ଞାନ ବିଷୟ ପଢିପାରୁନାହାନ୍ତି। ଫଳରେ ସ୍କୁଲରେ ପାଠପଢ଼ା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡିଛି। ଏହି ବିଦ୍ୟାଳୟର ଖାଲି ପଡିଥିବା ଶିକ୍ଷକ ପଦବୀ ପୂରଣ କରିବା ପାଇଁ ନାକିଚି ଗ୍ରାମବାସୀ ୨ ଡିସେମ୍ବର ୨୦୨୨ରେ ଅନୁଗୋଳ ଜିଲା ଶିକ୍ଷା ଅଧିକାରୀଙ୍କ ଠାରୁ ଆରମ୍ଭ କରି ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଥିଲେ ମଧ୍ୟ ସୁଫଳ ମିଳିନାହିଁ। ଫଳରେ ମଙ୍ଗଳବାର ଗ୍ରାମବାସୀ ବିଦ୍ୟାଳୟରେ ତାଲା ପକାଇ ଆନ୍ଦୋଳନ କରିଛନ୍ତି। ଆନ୍ଦୋଳନ ସମ୍ପର୍କରେ ଖବର ପାଇଁ କିଶୋରନଗର ଏବିଇଓ ନରୋତ୍ତମ ପ୍ରଧାନ ପହଞ୍ଚି ୭ ଦିନ ମଧ୍ୟରେ ଖାଲିପଡିଥିବା ଶିକ୍ଷକ ପଦବୀ ପୂରଣ କରାଯିବ ବୋଲି ପ୍ରତିଶ୍ରୁତି ଦେବା ପରେ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

କୋରାପୁଟରୁ ମସ୍କୋ: ରୁଷିଆରେ ପଢ଼ାଇବେ କୋରାପୁଟର ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ତରୁଣ କୁମାର ଦାଶ

କୋରାପୁଟ,୪।୧୦(ଅମିତାଭ ବେହେରା): କୋରାପୁଟ ମାଟିରୁ ଶିକ୍ଷାଦାନ କ୍ଷେତ୍ରରେ ଜାତୀୟ ପରିଚୟ ସୃଷ୍ଟି କରିଥିବା ତରୁଣ କୁମାର ଦାଶଙ୍କ ସଫଳତାରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?