Posted inଅପରାଧ

ପୋଲିସ ସାମ୍ନାରେ ଦିଅର-ଭାଉଜଙ୍କ ବିବାହ କଲେ ଗ୍ରାମବାସୀ

ପାଟନା, ୩୧।୮: ବିହାରର ବୈଶାଳୀ ଜିଲାରୁ ଏକ ସମ୍ବେଦଳଶୀଳ ଘଟଣା ସାମ୍ନାକୁ ଆସିଛି। ଯେଉଁଥିରେ ଦିଅର ଓ ଭାଉଜଙ୍କୁ ଆପତ୍ତିଜନକ ଅବସ୍ଥାରେ ଦେଖିବା ପରେ ଗ୍ରାମବାସୀ ଉଭୟଙ୍କ ବିବାହ ପୋଲିସ ସାମ୍ନାରେ କରାଇଦେଇଛନ୍ତି। ଜିଲାର ତିସିଅତ ଥାନା ଲକ୍ଷ୍ମୀନାରାୟଣପୁର ଗ୍ରାମରେ ଏହି ଘଟଣା ଘଟିଛି। ସମ୍ପର୍କୀୟ ଦିଅର-ଭାଉଜଙ୍କୁ ଆପତ୍ତିଜନକ ଅବସ୍ଥାରେ ଦେଖିବାପରେ ଗ୍ରାମବାସୀ ପ୍ରଥମେ ଦିଅରଙ୍କୁ ନିସ୍ତୁକ ପିଟିଥିଲେ। ଏହାପରେ ପୋଲିସକୁ ଖବର ଦିଆଯାଇଥିଲା। ପୋଲିସ ପହଞ୍ଚିବା ପରେ ଗ୍ରାମବାସୀ ପ୍ରଥମେ ଦିଅର-ଭାଉଜଙ୍କ ବିବାହ କରାଇଥିଲେ। ଏହାପରେ ଉଭୟଙ୍କୁ ପୋଲିସକୁ ହସ୍ତାନ୍ତର କରିଥିଲେ। ପୋଲିସ ଉଭୟଙ୍କୁ ନେଇ ଥାନାକୁ ଯାଇଥିଲା। କିନ୍ତୁ ଏହି ଘଟଣାରେ କୌଣସି ପଦକ୍ଷେପ ନେବା ପରିବର୍ତ୍ତେ ଉଭୟଙ୍କୁ ଥାନାରୁ ଛାଡ଼ି ଦେଇଥିଲା। ଯେତେବେଳେ ୨ଟି ମା’ର ପିଲା ସେହି ମହିଳାଜଣଙ୍କ ନିଜ ସ୍ବାମୀଙ୍କ ପାଖକୁ ଯାଇଥିଲେ ସେତେବେଳେ ତାଙ୍କୁ ପାଖରେ ରଖିବାକୁ ମନା କରିଦେଇଥିଲେ। ଯେଉଁ ବ୍ୟକ୍ତିଙ୍କ ସହିତ ସେ ସମ୍ପର୍କ ସ୍ଥାପନ କରିଛନ୍ତି ତାଙ୍କ ପାଖରେ ରହିବାକୁ ମହିଳାଙ୍କ ସ୍ବାମୀ କହିଥିଲେ। ପୋଲିସ ନିକଟରେ ଏନେଇ କୌଣସି ଅଭିଯୋଗ ହୋଇ ନ ଥିବା ଥାନା ପକ୍ଷରୁ କୁହାଯାଇଛି। ଅପରପକ୍ଷରେ ଗ୍ରାମବାସୀମାନେ ଯେଉଁଭଳି କଙ୍ଗାରୁ କୋର୍ଟ ଭଳି ନିଷ୍ପତ୍ତି ନେଇ ବିବାହ କରାଇଛନ୍ତି ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଏସ୍‌ପି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri