ପାଣି ପାଇଁ ହଟହଟା ଖୋଲାଗଡ଼ ଗ୍ରାମବାସୀ

ଖପ୍ରାଖୋଲ, ୧୩ା୧୨(ଡି.ଏନ୍‌.ଏ.) ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ବାଘମୁଣ୍ଡ ପଞ୍ଚାୟତ ଅନ୍ତର୍ଗତ ଖୋଲାଗଡ ଗାଁରେ ଦେଖାଦେଇଛି ପାନୀୟ ଜଳ ସମସ୍ୟା। ଗାଁରେ ଥିବା ୪ଟି ନଅକୂପରୁ ତିନୋଟି ଦୁଇମାସ ହେଲା ଅଚଳ ହୋଇପଡିଛି। ଅନ୍ୟ ନଳକୂପରେ ସୋଲାର ପମ୍ପ ଲଗାଯାଇଥିଲେ ବି ଠିକ୍‌ରେ ପାଣି ବାହାରୁନାହିଁ। ଏ ନେଇ ଗ୍ରାମବାସୀ ବାରମ୍ବାର ପଞ୍ଚାୟତ କର୍ତ୍ତୃପକ୍ଷଙ୍କୁ ଜଣାଇଥିଲେ ବି ତାହା ମରାମତି ହେଉନାହିଁ। ଅନ୍ୟପକ୍ଷରେ ଗାଁରେ ଥିବା କୂଅଗୁଡିକରୁ ଭଲ ପାଣି ବାହାରୁନାହିଁ। ଗ୍ରୀଷ୍ମଋତୁରେ ପରିସ୍ଥିତି ସଙ୍ଗିନ। ଫଳରେ ଗାଁରେ ବସବାସ କରୁଥିବା ୨୫୦ରୁ ଊର୍ଦ୍ଧ୍ୱ ଲୋକେ ବର୍ଷସାରା ପାନୀୟ ଜଳ ପାଇଁ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଅନନ୍ୟୋପାୟ ହୋଇ ସେମାନେ ପୋଖରୀ ଓ ଯୋରର ଦୂଷିତ ପାଣିକୁ ପାନୀୟ ଜଳଭାବେ ବ୍ୟବହାର କରିବାକୁ ବାଧ୍ୟ ହେଉଥିବା ଗାଁର ଶ୍ୟାମସୁନ୍ଦର ବାରିକ, ସୁଶୀଲ ପଧାନ, ଉପ ବରିହା, ଉଗ୍ରସେନ ପରୁଆ ପ୍ରମୁଖ ଅଭିଯୋଗ କରିଛନ୍ତି। ବ୍ଲକ ସଦର ମହକୁମାଠାରୁ ଏହି ଗାଁର ଦୂରତା ପ୍ରାୟ ୪୭କି.ମି। ଅବସ୍ଥିତି ଦୃଷ୍ଟିରୁ ପ୍ରଶାସନର ଦୃଷ୍ଟି ଆଢୁଆଳରେ ରହି ଯାଉଥିବା ଏହି ଗାଁକୁ ଏବେ ପ୍ରଧାନମନ୍ତ୍ରୀ ସଡ଼କ ଯୋଜନା ଦ୍ୱାରା ସଂଯୋଗ ହୋଇଛି। ତଥାପି ଅନେକ ମୌଳିକ ସୁବିଧା ପାଇବାରୁ ଗ୍ରାମବାସୀ ବଞ୍ଚିତ ରହିଛନ୍ତି। ପାନୀୟ ଜଳାଭାବ ନେଇ ବିଡିଓ ତରଣୀ ସୁନାଙ୍କୁ ପଚାରିବାରୁ ନଳକୂପ ଅଚଳ ନେଇ ମୋ ପାଖରେ କୌଣସି ଖବର ନାହିଁ। ତେବେ ବିଭାଗୀୟ କର୍ମଚାରୀଙ୍କୁ ପଠାଇ ଯୁଦ୍ଧକାଳୀନଭିତ୍ତିରେ ନଳକୂପ ମରାମତି କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri