ଭୋଟ ବର୍ଜନ କଲେ ନନ୍ଦପୁର ବ୍ଲକ ଯୋଗିପୁଟ ଗ୍ରାମବାସୀ

କୋରାପୁଟ,୨୧।୨(ସ୍ବ.ପ୍ର.) ନନ୍ଦପୁର ବ୍ଲକର ଯୋଗିପୁଟ ଗ୍ରାମବାସୀ ରବିବାର ଅନୁଷ୍ଠିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ନିଜ ମତଦାନକୁ ବର୍ଜନ କରିଛନ୍ତି। ଗ୍ରାମକୁ ରାସ୍ତା,ପାନୀୟଜଳ ଓ ନେଟ୍‌ଓ୍ବର୍କ ବ୍ୟବସ୍ଥା ନାହିଁ ତ ଭୋଟ ନାହିଁ ବୋଲି ପ୍ରକାଶ କରି ସେମାନେ ଏହି ଭୋଟ ବର୍ଜନ କରିଛନ୍ତି। ଦୀର୍ଘ ବର୍ଷ ହେଲା ଏହି ବ୍ଲକର ଖୁର୍ଜି ପଞ୍ଚାୟତର ଯୋଗିପୁଟ ଗ୍ରାମରେ ଉପରୋକ୍ତ ସମସ୍ୟା ଲାଗିରହିଛି। ଗ୍ରାମବାସୀ ଏନେଇ ବହୁବାର ବ୍ଲକ ପ୍ରଶାସନ ଓ ଜିଲା ପ୍ରଶାସନକୁ ଜଣାଇବା ସତ୍ୱେ କିଛି ସୁଫଳ ନ ମିଳିବାରୁ ସେମାନେ ପଞ୍ଚାୟତ ନିର୍ବାଚନକୁ ବର୍ଜନ କରିବାକୁ ନିଷ୍ପତ୍ତି ନେଇ ମତଦାନ କେନ୍ଦ୍ର ସମ୍ମୁଖରେ ଧାରଣା ଦେଇଥିଲେ। ଖବର ପାଇ ଘଟଣା ସ୍ଥଳରେ ଉପଜିଲାପାଳ ଲଳିତ କୁମାର କହଁର, ନନ୍ଦପୁର ତହସିଲଦାର, ଏସଡିପିଓ ସଞ୍ଜୟ ମହାପାତ୍ର, ପଟ୍ଟାଙ୍ଗି ବ୍ଲକର ପୂର୍ବତନ ବିଧାୟକ ରାମଚନ୍ଦ୍ର କାଡାମ ପହଞ୍ଚତ୍ ଗ୍ରାମବାସୀଙ୍କୁ ବୁଝାଶୁଝା କରିଥିଲେ ମଧ୍ୟ ଗ୍ରାମବାସୀ ନିଜ ଜିଦରେ ଅଟଳ ରହିଥିଲେ ା ଫଳରେ ଏଠାରେ ଅଧିକାରୀମାନେ ନିରାଶରେ ଫେରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

ଲକ୍ଷ୍ମୀପୁର ବିଧାନସଭା ଆସନରେ କଂଗ୍ରେସ ପ୍ରାର୍ଥୀ ପବିତ୍ରଙ୍କ ନାମାଙ୍କନପତ୍ର ଦାଖଲ

କୋରାପୁଟ,୨୨ା୪(ଅମିତାଭ ବେହେରା): ଲକ୍ଷ୍ମୀପୁର ବିଧାନସଭା ଆସନରେ କଂଗ୍ରେସ ପ୍ରାର୍ଥୀ ପବିତ୍ର ସାଉଁତା କୋରାପୁଟ ଅତିରିକ୍ତ ଜିଲାପାଳ ଲଗ୍ନଜିତ୍‌ ରାଉତଙ୍କଠାରେ ନାମାଙ୍କନପତ୍ର ଦାଖଲ କରୁଛନ୍ତି। ଏହି ଅବସରରେ...

ଦୀର୍ଘବର୍ଷ ପରେ ପୂଜା ପାଇବେ ପ୍ରଭୁ ରଘୁନାଥଜୀଉ, ମାଳିପୁଟ ଉତ୍ସବମୁଖର

ପଟାଙ୍ଗି,୨୨ା୪(ଶରତ ଧଳ): ଦୀର୍ଘବର୍ଷ ଧରି ଗ୍ରାମବାସୀଙ୍କ ଶ୍ରମଦାନ ଓ ଜଣେ ବ୍ୟକ୍ତିଙ୍କ ସ୍ବେଚ୍ଛାକୃତ ଅର୍ଥଦାନରେ ଗଢ଼ି ଉଠିଥିବା ମନ୍ଦିର ପ୍ରତିଷ୍ଠା କରି ସମସ୍ତଙ୍କ ପାଇଁ ଉଦାହରଣ...

ସପ୍ତଗିରିଙ୍କ ପାଇଁ ପ୍ରଚାର ମୈଦାନକୁ ଓହ୍ଲାଇଲେ ସ୍ତ୍ରୀ

କୋରାପୁଟ,୨୧।୪(ଅମିତାଭ ବେହେରା): ଚଳିତ ସାଧାରଣ ନିର୍ବାଚନରେ କୋରାପୁଟ ଲୋକ ସଭା ଆସନ ପାଇଁ କଂଗ୍ରେସ ପକ୍ଷରୁ ସପ୍ତଗିରି ଉଲାକାଙ୍କୁ ପ୍ରାର୍ଥୀଭାବେ ରିପିଟ କରାଯାଇଛି। ବର୍ତ୍ତମାନ ସପ୍ତଗିରି...

ପାହାଡ଼ ଜଙ୍ଗଲରେ ନିଆଁ

ଦାମନଯୋଡ଼ି,୨୧ା୪(ମାନସ ରଞ୍ଜନ କର): ଲୋକ ସଚେତନତା ଅଭାବରୁ ଜଙ୍ଗଲରେ ନିଆଁ ହୁତୁହୁତୁ ହୋଇ ଜଳୁଛି। ଜଙ୍ଗଲ ପାହାଡ଼ ନିଆଁ ଯୋଗୁ ଜଙ୍ଗଲ ଜୀବଜନ୍ତୁ ଭୟଭୀତ ହୋଇପଡ଼ିଥିବା...

ବେସରକାରୀ ଛାତରେ ଲାଗିଛି ସରକାରୀ ହୋର୍ଡିଂ

ସୁନାବେଡା,ସେମିଳିଗୁଡା,୨୧ା୪କୃତ୍ତିବାସ ପ୍ରଧାନ/ବାସୁଦେବ ବରାଡ଼: ସୁନାବେଡା ପୌର ପରିଷଦ ଅଧୀନ ସେମିଳିଗୁଡା ଗୋପବନ୍ଧୁ ନଗରଠାରେ ମିଶନ୍‌ ଶକ୍ତି ଏବଂ ନୂଆ-ଓ ର ଦୁଇଟି ବଡ ହୋର୍ଡିଂ ଲାଗିଛି।...

ତୃତୀୟ ଦିନରେ କୋରାପୁଟ ଲୋକ ସଭା ପାଇଁ ୨ ପ୍ରାର୍ଥୀ, ବିଧାନସଭା ପାଇଁ ଜଣେ ପ୍ରାର୍ଥୀ ଦାଖଲ କଲେ ନାମାଙ୍କନପତ୍ର

କୋରାପୁଟ,୨୦ା୪(ଅମିତାଭ ବେହେରା): ଶନିବାର ନାମାଙ୍କନପତ୍ର ଦାଖଲର ତୃତୀୟ ଦିନ ହୋଇଥିବା ବେଳେ କୋରାପୁଟ ଲୋକ ସଭା ଆସନ ପାଇଁ ୨ ଜଣ ଓ କୋରାପୁଟ ବିଧାନସଭା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri