ଗୁଣପୁର,୧୯ା୯(ଡି.ଏନ୍.ଏ.): ରାୟଗଡ଼ା ଜିଲା ଗୁଣପୁର ବଂଶଧାରା ନଦୀ ବାଲିଶଯ୍ୟାରୁ ବାଲି ଉଠାଣକୁ କେନ୍ଦ୍ରକରି ଜିଲାପାଳ ସ୍ବଧାଦେବ ସିଂ ସୋମବାର କତୁରୁ ଗ୍ରାମବାସୀଙ୍କ ବିରୋଧର ଶିକାର ହୋଇଛନ୍ତି। ଅଭିଯୋଗ ଶୁଣାଣି ପାଇଁ ଜିଲାପାଳ ଗୁଣପୁର ଆସିଥିବାବେଳେ ଗ୍ରାମବାସୀଙ୍କ ବଲି ଉଠାଣ ବନ୍ଦ ଦାବି ଉପରେ ସନ୍ତୋଷଜନକ ଉତ୍ତର ମିଳି ନ ଥିଲା। ଫଳରେ ସେମାନେ ଜିଲାପାଳଙ୍କ ଗାଡ଼ି ଆଗରେ ବିରୋଧ ପ୍ରଦର୍ଶନ କରିଥିଲେ। ପରିସ୍ଥିତି ଏପରି ହୋଇଥିଲା, ଜିଲାପାଳ ଫେରିବା ସମୟରେ ଗାଡ଼ି ଛାଡ଼ି କିଛିଦୂର ଚାଲିଚାଲି ଯିବାକୁ ବାଧ୍ୟ ହୋଇଥିଲେ। ତଥାପି ଗ୍ରାମବାସୀ ଜିଲାପାଳଙ୍କ ପିଛା କରି ତାଙ୍କୁ ଯିବାକୁ ଦେଇ ନ ଥିଲେ। ଏସ୍ପି ବିବେକାନନ୍ଦ ଶର୍ମା ଏବଂ ସୁରକ୍ଷା କର୍ମୀ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଜିଲାପାଳଙ୍କୁ ନେଇଥିଲେ। ପରେ ଜିଲାପାଳ ଗ୍ରାମବାସୀଙ୍କ ସହ ଆଲୋଚନା କରିବା ପରେ ପରିସ୍ଥିତି ଶାନ୍ତ ପଡ଼ିଥିଲା।
ଗ୍ରାମବାସୀଙ୍କ ଅଭିଯୋଗ ହେଲା, ବାଲି ଖନନ ଦ୍ୱାରା ଗଁା ବୁଡ଼ିଯିବ। ସେହିପରି ନିୟମିତ ଗାଁ ଦେଇ ଗାଡ଼ିରେ ବାଲି ଚାଲାଣ ହେଉଥିବାରୁ ପିଲାମାନେ ଦୁର୍ଘଟଣାର ସମ୍ମୁଖୀନ ହେବା ଆଶଙ୍କା ରହିଛି। ତେଣୁ ଗୁଣପୁର ବଂଶଧାରା ନଦୀ କତୁରୁ ବାଲିଶଯ୍ୟା-୧ ରୁ ବାଲି ଖନନ ବନ୍ଦ କରାଯାଉ ବୋଲି ସେମାନେ ଦାବି କରିଥିଲେ। ରବିବାର ଗ୍ରାମର ମହିଳା ଓ ପୁରୁଷଙ୍କ ସମେତ ସ୍କୁଲ ଛାତ୍ରୀଛାତ୍ର ପ୍ଲାକାର୍ଡ ଧରି ବିକ୍ଷୋଭ ପ୍ରଦର୍ଶନ କରିଥିବାବେଳେ ସୋମବାର ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମକୁ ଆସି ବାଲି ଉଠାଣ ବନ୍ଦ କରିବାକୁ ଦାବି ଜଣାଇଥିଲେ। ତେବେ ବାଲି ଉଠାଣ ନେଇ ସମସ୍ତ ପ୍ରକିୟା ସରିଥିବା ଜିଲାପାଳ କହିଥିଲେ। ଏଥିରୁ ରାଜସ୍ବ ମିଳୁଥିବାରୁ ବାଲି ଉଠାଣ ବନ୍ଦ କରାଯାଇପାରିବ ନାହିଁ ବୋଲି ସେ ଗ୍ରାମବାସୀଙ୍କୁ ବୁଝାଇଥିଲେ। ଏହାକୁ ନେଇ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଥିଲା। ଗ୍ରାମବାସୀ ଉପଜିଲାପାଳଙ୍କ କାର୍ଯ୍ୟାଳୟ ବାହାରେ ଜିଲାପାଳଙ୍କୁ ଅପେକ୍ଷା କରିଥିଲେ। କାର୍ଯ୍ୟକ୍ରମରୁ ଫେରିବା ପରେ ଜିଲାପାଳଙ୍କ ଗାଡ଼ି ସମ୍ମୁଖରେ ବିରୋଧ କରିଥିଲେ। ଏହି ସମୟରେ ପୋଲିସ ଏବଂ ଗ୍ରାମବାସୀଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଥିଲା। ପରେ ଜିଲାପାଳ କତୁରୁ ଗ୍ରାମର ୫ ଜଣ ଲେଖାଏ ମହିଳା ଏବଂ ପୁରୁଷଙ୍କୁ ଡକାଇ ଆଲୋଚନା କରିଥିଲେ। ଗାଁକୁ ଯାଇ ସମସ୍ୟା ଦେଖିବାକୁ ଗ୍ରାମବାସୀ ଜିଲାପାଳଙ୍କୁ ଅନୁରୋଧ କରିଥିଲେ। ସମସ୍ୟା ଶୁଣିବା ପରେ ଲିଜ୍ ଅଞ୍ଚଳ ଏବଂ ଗାଁକୁ ଯାଇ ପରିସ୍ଥିତି ଅନୁଧ୍ୟାନ କରାଯିବ ଏବଂ ପରବର୍ତ୍ତି ପଦକ୍ଷେପ ନିଆଯିବ ବୋଲି ଜିଲାପାଳ ପ୍ରତିଶ୍ରୁତି ଦେବାପରେ ଉତ୍ତେଜନା ଥମିଥିଲା।
Posted inଆମ ଜିଲା ଖବର, ରାୟଗଡା View All
ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…
ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…
ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ
ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…
ରାଜ୍ୟସଭା କ୍ରସ୍ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ
ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…
ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ
କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…
ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର
ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…
ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…
ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…
ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…
ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…
ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…
ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…
Archives

