ରାସ୍ତା ମରାମତି କଲେ ଗାଁ ଲୋକେ

ବନ୍ତ, ୨ା୬(ଡି.ଏନ୍‌.ଏ./ସ୍ବ.ପ୍ର.)-ଭଦ୍ରକ ଜିଲା ବନ୍ତ ବ୍ଲକ ଆଡିଆ ପଞ୍ଚାୟତ ଜିରିଣା ଛକ ଠାରୁ ବରଗଢିଆ ଗ୍ରାମକୁ ଯାଇଥିବା ୮ ଶହ ମିଟର ରାସ୍ତା ଦୀର୍ଘ ୧୫ ବର୍ଷ ହେବ ମରାମତି ଅଭାବରୁ ମରଣଯନ୍ତା ପାଲଟିଛି। ରାସ୍ତାରେ ମେଟାଲ ଉଠିବା ସହ ବିଭିନ୍ନ ସ୍ଥାନରେ ଖାଲ ସୃଷ୍ଟି ହୋଇଛି ା ଫଳରେ ସାଇକେଲ ବ୍ୟତୀତ ଅନ୍ୟ କୌଣସି ଯାନବାହନରେ ଯାତାୟାତ କରିବା ସମ୍ଭବପର ହେଉନାହିଁ। ଏପରିକି ଗ୍ରାମ ମଧ୍ୟକୁ ଜରୁରୀ ପରିସ୍ଥିତିରେ ଦମକଳ କିମ୍ବା ଆମ୍ବୁଲାନ୍ସ ଯିବା କଷ୍ଟକର ହୋଇପଡୁଛି। ଏହି ରାସ୍ତା ଉପରେ ବରଗଢିଆ, ଜିରିଣା ଆଦି ଗ୍ରାମର ଲୋକମାନେ ନିର୍ଭର କରୁଛନ୍ତି। ରାସ୍ତା ମରାମତି ନେଇ ଗ୍ରାମବାସୀ ପ୍ରଶାସନ ନିକଟରେ ବାରମ୍ବାର ଦାବି କରିଆସୁଥିଲେ ମଧ୍ୟ କୌଣସି ସୁଫଳ ମିଳୁ ନ ଥିଲା। ଫଳରେ ଗ୍ରାମବାସୀ ନିଜେ ଅର୍ଥ ପ୍ରଦାନ କରି ରାସ୍ତା ମରାମତି କରିଛନ୍ତି। ରାସ୍ତା ମରାମତି କାର୍ଯ୍ୟରେ ଗ୍ରାମର ଗଜେନ୍ଦ୍ର ପହି, କାଶିନାଥ ପହି, କାର୍ତ୍ତିକ ବେହେରା, ତ୍ରିନାଥ ରାଉତ, ଟିମା ରାଉତ, ମଣ୍ଟୁ ବେହେରା, ଚଗୁଲୁ ମଲ୍ଲିକ, ପିତାମ୍ବର ବେହେରା, ଚନ୍ଦ୍ରମଣି ପଣ୍ଡା ପ୍ରମୁଖ ସହଯୋଗ କରିଥିଲେ ା ଏ ସମ୍ପର୍କରେ ସ୍ଥାନୀୟ ସରପଞ୍ଚ ଶଶୀବାଳା ସେଠୀଙ୍କୁ ପଚାରିବାରୁ ଉକ୍ତ ରାସ୍ତା ମରାମତି ପାଇଁ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ୩ଲକ୍ଷର ଟଙ୍କାର ଆକ୍ସନ ପ୍ଲାନ୍‌ ପଠାଯାଇଛି ା ମଞ୍ଜୁର ହେବା ପରେ କାମ ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

ମଝି ରାସ୍ତାରେ ଓଲୋଟିଲା ଯାତ୍ରା ପାର୍ଟି ଟ୍ରକ

ଧାମନଗର,୪।୪( ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଭଣ୍ଡାରି ପଦି ଛକ ନିକଟସ୍ଥ ଏସଡିପିଓ ଅଫିସ ସାମ୍ନାରେ ଧାମନଗର ଭଦ୍ରକ  ମୁଖ୍ୟ ରାସ୍ତାରେ ଶନିବାର ଅପରାହ୍ନରେ ଏକ…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri