ଗୋରୁ ବୋଝେଇ ପିକ୍‌ଅପ୍‌ ଜବତ କଲେ ଗ୍ରାମବାସୀ

ମୋରଡ଼ା,୧୫ା୩(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ତଥା ଚିତ୍ରଡ଼ା ଫାଣ୍ଡି ଅଧୀନ ଝିଙ୍କିରିଆ ଗ୍ରାମବାସୀଙ୍କ ଦ୍ୱାରା ଏକ ଗୋରୁ ଗାଡ଼ି ଜବତ ହୋଇଛି।

ସୂଚନାନୁଯାୟୀ, ଶୁକ୍ରବାର ଭୋର୍‌ ସମୟରେ ବୈଶିଙ୍ଗା-ଝିଙ୍କିରିଆ ରାସ୍ତା ଦେଇ ଏକ ବେଆଇନ ଗୋରୁ ବୋଝେଇ ପିକ୍‌ଅପ୍‌(ଓଡି-୦୧ଏଡି-୪୬୭୨) ପଶ୍ଚିମବଙ୍ଗକୁ ଯାଉଥିବା ବେଳେ ଗ୍ରାମବାସୀ ସବ୍ୟସାଚୀ ବେହେରା ଏବଂ ଭଞ୍ଜସେନା ଯୁବନେତା ଆଲୋକ ବେହେରା, ଶୁଶବନ ବେହେରା ପିକ୍‌ଅପ୍‌ଟିକୁ ଅଟକାଇବା ପାଇଁ ଚେଷ୍ଟା କରିଥିଲେ ସୁଦ୍ଧା ପିକ୍‌ଅପ୍‌ଟି ଅଟକି ନ ଥିଲା। ତେଣୁ ପିକ୍‌ଅପ୍‌କୁ ଗ୍ରାମବାସୀ ପିଛା କରି ଭଡ଼ରାନଣ୍ଡା ନିକଟରେ କାବୁ କରିଥିଲେ ମଧ୍ୟ ଘଟଣାସ୍ଥଳରୁ ଡ୍ରାଇଭରଙ୍କ ସମେତ ଅନ୍ୟ ଦୁଇଜଣ ଫେରାର ହୋଇଛନ୍ତି। ପରେ ପରେ ମୋରଡ଼ା ଏବଂ ଚିତ୍ରଡ଼ା ଫାଣ୍ଡିକୁ ଖବର ଦେବାରୁ ମୋରଡ଼ା ଥାନା ଏସ୍‌ଆଇ ବିଦ୍ୟାଧର ବେହେରା, ଏଏସ୍‌ଆଇ ଦୀନବନ୍ଧୁ ବେହେରା ଏବଂ ଚିତ୍ରଡ଼ା ଫାଣ୍ଡି ଅଧିକାରୀ ନିରଞ୍ଜନ ସୋରେନ ଘଟଣାସ୍ଥଳରେ ପହଞ୍ଚି ଉକ୍ତ ପିକ୍‌ଅପ୍‌କୁ ଚିତ୍ରଡ଼ା ଫାଣ୍ଡିକୁ ଆଣିଥିଲେ। ପିକ୍‌ଅପ୍‌ରେ ମୋଟ୍‌ ୨୦ଟି ଗୋରୁ ଥିବା ବେଳେ ଗୋଟେ ଗାଈର ପୂର୍ବରୁ ମୃତ୍ୟୁ ଘଟିଛି। ତେବେ ଅନ୍ୟ ସମସ୍ତ ଗୋରୁଙ୍କ ଗୋଡ଼ ଦୌଡ଼ିରେ ବନ୍ଧା ହୋଇଥିବା ବେଳେ ସମସ୍ତ ଗୋରୁଙ୍କୁ ସୁରକ୍ଷିତ ଭାବେ ପିକ୍‌ଅପ୍‌ରୁ ଓହ୍ଲାଇ ଚିତ୍ରଡ଼ା ଫାଣ୍ଡିରେ ରଖିଥିବାର ଜଣାପଡ଼ିଛି l ତେବେ ଭଞ୍ଜସେନା ଯୁବନେତା ଆଲୋକ ବେହେରା ଦୈନନ୍ଦିନ ଗୋରୁ ଚାଲାଣ ପାଇଁ ଝିଙ୍କିରିଆ ନିକଟରେ ଏକ ଚେକ୍‌ଗେଟ୍‌ରେ କାର୍ଯ୍ୟରତ ଥିବା ତୋଫାନ ବେହେରା ସମ୍ପୃକ୍ତି ଅଛନ୍ତି ବୋଲି କହିବା ସହିତ ଡ୍ରାଇଭର ଏବଂ ଅନ୍ୟ ଦୁଇଜଣ ଫେରାର ହେବାରେ ସେ ସହଯୋଗ କରିଛନ୍ତି ବୋଲି କହିଛନ୍ତି। ତେବେ ପଶୁ ଡାକ୍ତର ଦିଲୀପ କୁମାର ବେହେରା ଫାଣ୍ଡିରେ ପହଞ୍ଚିି ସମସ୍ତ ଗୋରୁର ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ କରିବା ସହିତ ଚିକିତ୍ସା ମଧ୍ୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

୩୦ବର୍ଷ ପରେ ବି ମିଳିବ ସରକାରୀ ଚାକିରି! ଜାଣନ୍ତୁ ବ୍ୟାଙ୍କ୍‌-ରେଲେଓ଼୍ବ ଆଉ କେଉଁଠି ମିଳିବ ସୁଯୋଗ

ନୂଆଦିଲ୍ଲୀ,୫।୯:ଅନେକ ସମୟରେ ଲୋକଙ୍କ ମନରେ ଏହି ଭୁଲ ଧାରଣା ଥାଏ ଯେ ସରକାରୀ ଚାକିରି (Government Job) ପାଇଁ ପ୍ରସ୍ତୁତି କେବଳ ୨୧ ରୁ ୨୫ ବର୍ଷ…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ବ୍ଲକସ୍ତରୀୟ ଗୁରୁଦିବସ,ଗୁରୁ ସମ୍ବର୍ଦ୍ଧନା ଉତ୍ସବ: ସୁନ୍ଦର ସମାଜ ଗଠନ ରେ ଶିକ୍ଷକଙ୍କ …

ଦାରିଙ୍ଗବାଡ଼ି, ୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସି ପରିସରରେ ଶନିବାର ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି। ଏଥିରେ…

ବ୍ୟାଙ୍କ୍‌ ଆକାଉଣ୍ଟରେ ପୁରୁଣା ମୋବାଇଲ ନମ୍ୱର ଲିଙ୍କ୍‌ ଅଛି? ଘରେ ବସି ଏମିତି କରନ୍ତୁ ଅପଡେଟ୍‌

ନୂଆଦିଲ୍‌ଲୀ,୫।୯: ଆଜିକାଲି ବ୍ୟାଙ୍କ ଆକାଉଣ୍ଟ ସହିତ ମୋବାଇଲ ନମ୍ୱର ଲିଙ୍କ ରହିବା ଅତ୍ୟନ୍ତ ଜରୁରୀ। ଆକାଉଣ୍ଟରେ ଟଙ୍କା ଜମା ହେବାଠାରୁ ଆରମ୍ଭ କରି ଟଙ୍କା ଉଠାଇବା, ଅନଲାଇନ…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri