ନିଯୁକ୍ତିରେ ଅଣଦେଖା, କମ୍ପାନୀ କର୍ତ୍ତୃପକ୍ଷଙ୍କ ଦ୍ୱାରସ୍ଥ ହେଲେ ଗ୍ରାମବାସୀ

ଗଞ୍ଜାମ,୧୩ା୭(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ ଅନ୍ତର୍ଗତ କାଇଁଚପୁର ପଞ୍ଚାୟତରେ ବିଭିନ୍ନ ସମସ୍ୟା ନେଇ ବୁଧବାର ଏକ ପ୍ରତିନିଧି ଦଳ ଗଞ୍ଜାମ ସହରରେ ରହିଥିବା ଗ୍ରାସୀମ କମ୍ପାନୀ କର୍ତ୍ତୃପକ୍ଷ ନିକଟରେ ଫେରାଦ ହୋଇଛନ୍ତି। କାଇଁଚପୁର ପଞ୍ଚାୟତ ଋଷିକୁଲ୍ୟା ନଦୀକୂଳରୁ ଗ୍ରାସୀମ କମ୍ପାନୀକୁ ବିପୁଳ ପରିମାଣରେ
ପାଣି ନେଉଥିବା ଅଭିଯୋଗ କରିଛନ୍ତି ପଞ୍ଚାୟତବାସୀ। ନଦୀକୂଳରେ ବୋରଓ୍ବେଲ ପର୍ଯ୍ୟନ୍ତ ଖୋଳି ଦିଆଯାଇଥିବାରୁ ଆଗକୁ ବର୍ଷା ଦିନ ରହିଥିବାରୁ ସ୍ଥାନୀୟ ଅଞ୍ଚଳ ଜଳାର୍ଣ୍ଣବ
ହେବାର ସମ୍ଭାବନା ରହିଥିବା ଅଭିଯୋଗ ହୋଇଛି। ଅନ୍ୟପଟେ କମ୍ପାନୀ ବାହାର ଲୋକଙ୍କୁ କମ୍ପାନୀରେ ନିଯୁକ୍ତି ଦେଇ ଆସିଥିବା ବେଳେ ସ୍ଥାନୀୟ ଅଞ୍ଚଳର ଶିକ୍ଷିତ ଯୁବତୀ/ଯୁବକମାନଙ୍କ ପ୍ରତି ବୈମାତୃକ ମନୋଭାବ ପୋଷଣ କରୁଥିବା ଅଭିଯୋଗ ହୋଇଛି।

କମ୍ପାନୀ କର୍ତ୍ତୁପକ୍ଷଙ୍କୁ ଏ ନେଇ ଏକ ସ୍ମାରକପତ୍ର ପ୍ରଦାନ କରିବା ସହ କମ୍ପାନୀ ୟୁନିଟ୍‌ ହେଡ୍‌ ଦିଗବିଜୟ ପାଣ୍ଡେ ,ଡିଜିଏମ ରବିନ୍ଦ୍ର କୁମାର ମହାନ୍ତି ଓ ପଞ୍ଚାୟତ ପ୍ରତିନିଧି ଦଳ ମଧ୍ୟରେ ଏକ ଦ୍ୱିପାକ୍ଷିକ ଆଲୋଚନା ହୋଇଥିଲା ପ୍ରତିନିଧି ଦଳରେ ପୂର୍ବତନ ବ୍ଲକ ଉପାଧ୍ୟକ୍ଷ ଆର.ଭାଗିରଥି ରେଡ୍ଡୀ,ସମିତିସଭ୍ୟ ଜୟକୃଷ୍ଣ ରେଡ୍ଡୀ,ସମବାୟ ସମିତି ସମ୍ପାଦକ ଅଭିରାମ ରେଡ୍ଡୀ, ପାଣିପଞ୍ଚାୟତ ସଭାପତି ଭୋବନୀ ରେଡ୍ଡୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ମହିଳା ବିଜେଡି ଜିଲା ଉପସଭାପତି ହେଲେ କର୍ଲାମୁଣ୍ଡାର ମନ୍ଦିରା ନାଏକ, ଛୁଟିଲା ଶୁଭେଚ୍ଛା

କର୍ଲାମୁଣ୍ଡା,୨୩।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା ବିଜୁ ମହିଳା ଜନତା ଦଳର କର୍ମକର୍ତ୍ତାଙ୍କ ନାମ ଘୋଷଣା କରାଯାଇଛି । ଏଥିରେ କର୍ଲାମୁଣ୍ଡା ବ୍ଲକ ପୂର୍ବତନ ଜିଲା ପରିଷଦ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri