ଏନ୍‌ଜିଟି ଦ୍ୱାରସ୍ଥ ହେବେ ଗ୍ରାମବାସୀ

ରଗଡି,୧୧।୫(ଡି.ଏନ.ଏ.): ବ୍ୟାସନଗର ତହସିଲ ଅଞ୍ଚଳରେ ଲଘୁ ଖଣିଜ ସମ୍ପଦ ପ୍ରଚୂର ପରିମାଣରେ ରହିଛି। ହେଲେ ଯେଉଁ ପରିମାଣରେ ରାଜସ୍ବ ଆଦାୟ ହେବା କଥା ତାହା ହେଉନାହିଁ। ବିଭାଗୀୟ ଅଧିକାରୀ ଏବଂ ବାଲି ବ୍ୟବସାୟୀଙ୍କ ମଧ୍ୟରେ ସଲାସୁତୁରା ହେଉଥିବାରୁ ସରକାର ରାଜସ୍ବ ହରାଉଥିବା ଅଭିଯୋଗ ହୋଇଛି। ଏହିକ୍ରମରେ ବର୍ତ୍ତମାନ ଓ ପୂର୍ବରୁ ଦାୟିତ୍ୱରେ ରହିଥିବା ରାଜସ୍ବ ଅଧିକାରୀଙ୍କ ଆୟବର୍ହିଭୂତ ସମ୍ପତ୍ତି ଉପରେ ଭିଜିଲାନ୍ସ ତଦନ୍ତ କରାଗଲେ ବାସ୍ତବ ଚିତ୍ର ଲୋକଲୋଚନକୁ ଆସି ପାରନ୍ତା ବୋଲି ଅଞ୍ଚଳବାସୀ ଦାବି କରିଛନ୍ତି। ତହସିଲ ଅଧୀନ ବୈତରଣୀ ନଦୀର ନିଶଙ୍ଖପୁର ବାଲି ଘାଟରୁ ପ୍ରତିଦିନ ବ୍ୟବସାୟୀ ୮ରୁ ଊର୍ଦ୍ଧ୍ୱ ମେଶିନ ଲଗାଇ ହାଇୱାରେ ଶତାଧିକ ଟ୍ରିପ ବାଲି ଚୋରା ଚାଲାଣ କରୁଛନ୍ତି। ଏହି କାରବାରରେ ଶାସକ ଦଳର ଜଣେ ନେତାଙ୍କ ହାତ ଥିବା ଚର୍ଚ୍ଚା ହେଉଛି। ବୈତରଣୀ ନଦୀର ନିଶଙ୍ଖପୁର ମୌଜା ଖତିୟାନା ନଂ. ୧୨୨ରୁ ୧୨ ଏକର ଜମି ୨୦୨୧ରୁ ୨୦୨୬ ପର୍ଯ୍ୟନ୍ତ ଜଣେ ବ୍ୟକ୍ତିଙ୍କୁ ଲିଜ୍‌ ଦିଆଯାଇଛି। ହେଲେ ସମ୍ପୃକ୍ତ ଲିଜ୍‌ଧାରୀ କେତେଜଣ ମୁଷ୍ଟିମେୟ ଲୋକ ଓ ଦୁର୍ନୀତିଗ୍ରସ୍ତ ପ୍ରଶାସନିକ ଅଧିକାରୀଙ୍କୁ ହାତ କରି ଲିଜ୍‌ ଏରିଆ ବାହାରୁ ୨୫ ଏକରରୁ ଊର୍ଦ୍ଧ୍ୱ ଜମିରୁ ବାଲି ଉତ୍ତୋଳନ କରୁଥିବା ନିଶଙ୍ଖପୁର ଗ୍ରାମବାସୀ ଅଭିଯୋଗ କରିଛନ୍ତି। ନଦୀ ଜଳ ପ୍ରବାହ ପଥରେ ବନ୍ଧ ପକାଇ ବାଲି ଉତ୍ତୋଳନ କରୁଥିବାରୁ ସାମାନ୍ୟ ବନ୍ୟା ଆସିଲେ ନିକଟସ୍ଥ ଗ୍ରାମଗୁଡ଼ିକ ନଦୀଗର୍ଭରେ ଲୀନ ହୋଇଯିବା ଆଶଙ୍କା ସୃଷ୍ଟି ହୋଇଛି। ଭାରିଯାନ ଚଳାଚଳ କରିବା ଦ୍ୱାରା ଗ୍ରାମର ରାସ୍ତାଘାଟ ବିପର୍ଯ୍ୟସ୍ତ ହେବା ସହିତ ଜନସାଧାରଣ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସମ୍ପୃକ୍ତ ବ୍ୟବସାୟୀ ରୀତିମତ ନଦୀର ପ୍ରାକୃତିକ ସମତୁଲ ପ୍ରକ୍ରିୟାକୁ ବ୍ୟାହତ କରିଚାଲିଛନ୍ତି। ବେଆଇନ ବାଲି ଉତ୍ତୋଳନ ପାଇଁ ନଦୀବନ୍ଧ କ୍ରମଶଃ ଦୁର୍ବଳ ହେବାରେ ଲାଗିଛି। ସାଧାରଣ ଲୋକଙ୍କ ସ୍ବାର୍ଥକୁ ଜଳାଞ୍ଜଳି ଦେଇ ପ୍ରଶାସନ କିପରି ବେଆଇନ ବାଲି ଚୋରିକୁ ସବୁଜ ସଙ୍କେତ ଦେଉଛି ତାହା ଏବେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଅନ୍ୟପକ୍ଷରେ ଗ୍ରାମବାସୀ ବ୍ୟାସନଗର ତହସିଲ, ଜିଲା ପ୍ରଶାସନ ନିକଟରେ ଏ ସଂକ୍ରାନ୍ତରେ ବାରମ୍ବାର ଅଭିଯୋଗ କରିଥିଲେ ମଧ୍ୟ କେହି କର୍ଣ୍ଣପାତ କରୁନାହାନ୍ତି। ଶେଷରେ ଏହି ବେଆଇନ ବାଲି ଘାଟ ପ୍ରସଙ୍ଗରେ ସମ୍ପୃକ୍ତ ଲିଜଧାରୀ ଓ ପ୍ରଶାସନିକ ଅଧିକାରୀଙ୍କ ବିରୋଧରେ ଅତିଷ୍ଠ ଗ୍ରାମବାସୀ ନ୍ୟାଶନାଲ ଗ୍ରୀନ ଟ୍ରିବ୍ୟୁନାଲ(ଏନଜିଟି)ର ଦ୍ୱାରସ୍ଥ ହେବାକୁ ନିଷ୍ପତ୍ତି ନେଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହମ୍ମଦ ଶାମିଙ୍କୁ ନେଇ ଆସିଲା ବଡ଼ ଖବର, ଚୟନକର୍ତ୍ତାଙ୍କ ନଜର ଦୁଲୀପ ଟ୍ରଫି ଫାଇନାଲ ଉପରେ

ନୂଆଦିଲ୍ଲୀ,୬।୯: ଅଭିଜ୍ଞ ଭାରତୀୟ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କ ODI ଦଳକୁ ଫେରିବା ପାଇଁ ପଥ ଖୋଲିପାରେ। ଭାରତ ସେପ୍ଟେମ୍ବର 27 ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ…

ଜେଲ୍‌ରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ, ପରିବାର ପକ୍ଷରୁ କ୍ଷତିପୂରଣ ଦାବି କରି…

ପାରଳାଖେମୁଣ୍ଡି,୬ା୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସବ୍‌ଜେଲ୍‌ରେ ଜଣେ ବିଚାରାଧୀନ କଏଦୀଙ୍କ ଆକସ୍ମିକ ମୃତ୍ୟୁକୁ ନେଇ ଚର୍ଚ୍ଚା ଜୋର ଧରିଛି। ମୃତକ ହେଲେ ରାୟଗଡ଼ ବ୍ଲକ ଜିରାଙ୍ଗ…

ଭାଜପାରେ ଯୋଗଦେଲେ ଅନେକ କର୍ମୀ, ପ୍ରଧାନମନ୍ତ୍ରୀଙ୍କ ଶାସନରେ…

ରିଷିଡ଼ା,୬ା୯(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ତେରେସିଂହାସ୍ଥିତ ସୁବିଧା କେନ୍ଦ୍ରଠାରେ ଭାଜପାର ମାସିକ ବୈଠକ ଓ ମିଶ୍ରଣ ପର୍ବ ଶନିବାର ଭାଜପାର କର୍ଲାମୁଣ୍ଡା ମଣ୍ଡଳ ସଭାପତି ଡୋଳାମଣି…

ISRO ଘରୋଇକରଣକୁ ନେଇ କର୍ମଚାରୀଙ୍କ ମଧ୍ୟରେ ବଢିଲା ଚିନ୍ତା, ମୁଖ୍ୟଙ୍କଠାରୁ ସ୍ପଷ୍ଟୀକରଣ ଲୋଡିଲେ

ବେଙ୍ଗାଲୁରୁ,୬।୯: ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO)ର କର୍ମଚାରୀମାନେ ଘରୋଇ କମ୍ପାନୀଗୁଡ଼ିକ ପାଇଁ ମହାକାଶ କ୍ଷେତ୍ର ଖୋଲାଯିବା ନେଇ ଚିନ୍ତିତ ହେଉଛନ୍ତି। ହଜାର ହଜାର ISRO କର୍ମଚାରୀଙ୍କ…

ବିଷାକ୍ତ ମଦ ପିଇ ଚାଲିଗଲା ୧୦ ଜୀବନ, ମୃତ୍ୟୁସଂଖ୍ୟା ବଢ଼ିବା ଆଶଙ୍କା

ଭୋପାଳ,୬ା୯: ମଧ୍ୟପ୍ରଦେଶର ସାଗରରେ ବିଷାକ୍ତ ମଦ ପିଇ ୧୦ ଜଣଙ୍କ ଜୀବନ ଚାଲିଯାଇଛି। ଆଉ ୩ ଜଣ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହୋଇଛି। ତେବେ ମୃତ୍ୟୁସଂଖ୍ୟା…

ଗାଜଲବାଡ଼ି ଘାଟିରେ ଦୁର୍ଘଟଣା: ଗୁଗୁଲ୍‌ ମ୍ୟାପ୍‌’ ଦେଖି ଫସିଲା ଟ୍ରକ୍‌, ଅଟକି ରହିଛି ଶହ ଶହ…

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ସୀମାରେ ରହିଥିବା ଗାଜଲବାଡ଼ି ଘାଟିରେ ଏକ ୧୬ ଚକିଆ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା…

ପାଣି ଫ୍ୟାକ୍ଟେରୀରେ କରେଣ୍ଟ ଝଟକା, ଜୀବନ ସହ ଲଢ଼ୁଛନ୍ତି ଶ୍ରମିକ: ଗେଟ୍‌ରେ ଗଣଧାରଣା

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଚାଞ୍ଚେର ପଞ୍ଚାୟତ ଅଧୀନ ଏନ୍‌ଏଚ୍‌-୨୬ ପାର୍ଶ୍ୱରେ ଅବସ୍ଥିତ ଏକ ପାଣି ପାଉଚ୍‌ ଫ୍ୟାକ୍ଟେରୀରେ ଅଭାବନୀୟ ଘଟଣା…

କିଏ ପିନ୍ଧିପାରିବେ କଣ୍ଠି ମାଳା? ଜାଣିରଖନ୍ତୁ ତୁଳସୀ ମାଳା ପିନ୍ଧିବାର ନିୟମ, ନହେଲେ ଭୋଗିବେ…

ସନାତନ ଧର୍ମରେ ତୁଳସୀ ଗଛକୁ କେବଳ ଏକ ସାଧାରଣ ଉଦ୍ଭିଦ ନୁହେଁ ବରଂ ପବିତ୍ର ଓ ପୂଜନୀୟ ଦେବୀର ଆଖ୍ୟା ଦିଆଯାଇଛି । ଶାସ୍ତ୍ର ଅନୁସାରେ ତୁଳସୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri