ଭାରୀଯାନ ଚଳାଚଳ ବନ୍ଦ ନ ହେଲେ ଆନ୍ଦୋଳନକୁ ଓହ୍ଲାଇବେ ଗ୍ରାମବାସୀ

କେସିଙ୍ଗା,୨୯ା୭(ତୁମେଶ୍ୱର ସାହୁ): ଗ୍ରାମ୍ୟ ନିର୍ମାଣ ବିଭାଗ ଦ୍ୱାରା କେସିଙ୍ଗା ବ୍ଲକର କିକିଆଠାରୁ ପିପଲପଦର ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନାରେ ବହୁ ଅର୍ଥ ବ୍ୟୟରେ ରାସ୍ତା କାମ ଚାଲୁଛି। ଉକ୍ତ ରାସ୍ତାଟି ପଥର୍ଲା ପଞ୍ଚାୟତ, କୁଣ୍ଡାବନ୍ଧ ପଞ୍ଚାୟତ ମଧ୍ୟ ଦେଇ ସଂଯୋଗ କରୁଛି। ଏହି ରାସ୍ତାରେ ଭାରୀଯାନ ଚଳାଚଳ ଯୋଗୁ ରାସ୍ତା ଶୋଚନୀୟ ହୋଇ ବର୍ଷା ଦିନରେ ମାଟି ଦାବି ଯାଇ ରାସ୍ତା ନଷ୍ଟ ହେଉଥିବାରୁ କୁଣ୍ଡାବନ୍ଧ ପଞ୍ଚାୟତର ସରପଞ୍ଚ ରୋଜି ପ୍ରଧାନଙ୍କ ସମେତ ଗ୍ରାମବାସୀ କେସିଙ୍ଗା ଆର୍‌ଡି ବିଭାଗ ଓ ତହସିଲଦାରଙ୍କ ନିକଟରେ ଶନିବାର ଅଭିଯୋଗ କରିଛନ୍ତି। ତୁରନ୍ତ ଏହାର ସମାଧାନ କରା ନ ଗଲେ ରାସ୍ତା ଅବରୋଧ କରାଯିବ ବୋଲି ଗ୍ରାମବାସୀ ଚେତାବନୀ ଦେଇଛନ୍ତି।
ପଥର୍ଲା ପଞ୍ଚାୟତରେ ଏକ ବାଲିଘାଟକୁ ଠିକାସଂସ୍ଥାକୁ ଲିଜ୍‌ ଦିଆଯାଇଛି। ଏହି ବାଲିଘାଟରୁ କୁଣ୍ଡାବନ୍ଧ ପଞ୍ଚାୟତର ଗୁର୍ଜମୁଣ୍ଡା ଓ ପିପଳପଦର ଦେଇ ଦୈନନ୍ଦିନ ହାଇଓ୍ବା ଯୋଗେ ଜିଲାର ବିଭିନ୍ନ ଅଞ୍ଚଳକୁ ଚୋରାରେ ବାଲିଚାଲାଣ କରାଯାଉଛି। ଭାରୀଯାନ ଚଳାଚଳ ଯୋଗୁ ରାସ୍ତାଗୁଡ଼ିକ ନଷ୍ଟ ହୋଇଯାଇଥିବାରୁ କେସିଙ୍ଗା ତହସିଲଦାର୍‌ ଓ ଗ୍ରାମ୍ୟ ନିର୍ମାଣ ବିଭାଗର ଏସ୍‌ଡିଓଙ୍କୁ ଲିଖିତ ଆକାରରେ ଏକ ଦାବିପତ୍ର ଗ୍ରାମବାସୀ ପ୍ରଦାନ କରିଛନ୍ତି।

ସରପଞ୍ଚ ରୋଜି ପ୍ରଧାନଙ୍କ ନେତୃତ୍ୱରେ ପଞ୍ଚାୟତର ପୁରୁଷ ଓ ମହିଳା ସ୍ଥାନୀୟ ତହସିଲଦାର ଓ ଗ୍ରାମ୍ୟ ନିର୍ମାଣ ବିଭାଗର ଏସ୍‌ଡିଓଙ୍କୁ ସାକ୍ଷାତ କରି ଅଭିଯୋଗ କରିଥିଲେ। ତହସିଲଦାର ଓ ଏସ୍‌ଡିଓ ଯଥାଶୀଘ୍ର ଭାରୀଯାନ ଚଳାଚଳ ନ କରିବା ପାଇଁ ପ୍ରତିଶ୍ରୁତି ଦେଇଛନ୍ତି।

ଏନେଇ କେସିଙ୍ଗା ତହସିଲଦାର ଯୁଗେଶ୍ୱର ସାହୁଙ୍କୁ ପଚରିବାରୁ ଉପଜିଲାପାଳଙ୍କ ସହ କଥା ହେଇ ସମାଧାନ କରିବି ବୋଲି ପ୍ରକାଶ କରିଥିଲେ।
ଏ ସଂକ୍ରାନ୍ତରେ ଆର୍‌ଡି ବିଭାଗ ଏସ୍‌ଡିଓ ଯଜାତି କେଶରୀ ଗଡ଼ନାୟକଙ୍କୁ ପଚାରିବାରୁ ଏକ୍‌ଜିକ୍ୟୁଟିଭ୍‌ ଇଞ୍ଜିନିୟରଙ୍କ ସହ ଆଲୋଚନା କରିବି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ଐତିହାସିକ ରେକର୍ଡ ହାସଲ କଲେ ହିଟ୍‌ମ୍ୟାନ୍‌: ଏମିତି ମାଇଲଷ୍ଟୋନ କରିବାରେ ବିଶ୍ୱର…

ଗୁଆହାଟୀ,୧।୧୦: ଭାରତୀୟ କ୍ରିକେଟ୍‌ର ଷ୍ଟାର୍‌ ବ୍ୟାଟର୍‌ ରୋହିତ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଆଉ ଏକ ବଡ଼ ମାଇଲଷ୍ଟୋନ ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?