ସରିଲା ବିଶ୍ବଶାନ୍ତି ମହାଯଜ୍ଞ: ମହାଦେବଙ୍କ ପୀଠ ଲୋକାରଣ୍ୟ

ପୁରୁଷୋତ୍ତମପୁର, ୨୨।୪ (ସିମାଞ୍ଚଳ ମିଶ୍ର) ରାଜ୍ୟ ଓ ଦେଶକୁ କଳୁଷିତ ମୁକ୍ତ କରି କିପରି ଶାନ୍ତିପ୍ରତିଷ୍ଠା ହେବ। ଲୋକେ ସୁରକ୍ଷିତ ଭାବେ ବଞ୍ଚିରହିବେ। ସେଥିପାଇଁ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକର ପ୍ରତାପୁର ଗ୍ରାମ କିମ୍ବଦନ୍ତୀପୂର୍ଣ ତୁମ୍ବେଶ୍ବର ମହାଦେବଙ୍କ ପୀଠରେ ଦୀର୍ଘ ୭ ଦିନ ବ୍ୟାପୀ ଚାଲିଥିବା କଳିକଳୁଷ ନାଶନ ବିଶ୍ବଶାନ୍ତି ମହାଯଜ୍ଞର ମଙ୍ଗଳବାର ପୂର୍ଣ୍ଣାହୁତି ହୋଇ ଉଦଯାପନ ଘଟିଛି।

ବର୍ତ୍ତମାନର କଳିଯୁଗର ସମାଜଟି ସତେ ଯେପରି ଅସୁରକ୍ଷିତ ହୋଇପଡିଛି ଆଉ ଯେଉଁଭଳି ଭାବରେ ଅନ୍ୟାୟ, ଅତ୍ୟାଚାର ଓ ହିଂସାକାଣ୍ଡର ପ୍ରଭାବ ବଢିଚାଲିଛି। ଏଣୁ ଏହାର କିପରି ବିନାଶ ହେବ, ସମସ୍ତଙ୍କ ମଧ୍ୟରେ କିଭଳି ଭାଇଚାରା ସୃଷ୍ଟି ହୋଇ ଶାନ୍ତିର ବାତାବରଣ ଆସିପାରିବ। ଏହା ସମେତ ମହାମାରୀ ଭଳି କଷ୍ଚ ସମଗ୍ର ବିଶ୍ବରୁ କିପରି ଉଭେଇଯିବ। ସେଥିପାଇଁ ଏହି ଯଜ୍ଞ ଅନୁଷ୍ଟିତ ହୋଇଥିଲା । ଗ୍ରାମବାସୀ ଭଗବାନଙ୍କ ନିକଟରେ ଶରଣାପନ୍ନ ହୋଇ ପ୍ରତ୍ୟହ ନାମଯଜ୍ଞ କରିଥିଲେ। ଏହି ଯଜ୍ଞଲାଗି ସମଗ୍ର ପ୍ରତାପୁର ଗ୍ରାମରେ ଆଧାତ୍ମିକ ପରିବେଷ ସୃଷ୍ଟି ହୋଇଥିଲା। ହରିବୋଲ ହୁଳହୁଳି ସାଙ୍ଗକୁ ସଙ୍କୀର୍ତ୍ତନ ଓ ପଣ୍ଡିତ ବ୍ରାହ୍ମଣଙ୍କ ବେଦମନ୍ତ୍ରରେ ପ୍ରକମ୍ପିତ ହୋଇିପଡିଥିଲା। ଏଥିରେ ମୁଖ୍ୟକର୍ତ୍ତା ଭାବେ ନରସିଂହ ମିଶ୍ର ଓ ତାଙ୍କ ପତ୍ନୀ ପ୍ରମଦା ମିଶ୍ର ରହିଥିବା ବେଳେ ଜିଲାର ବିଭିନ୍ନ ସ୍ଥାନରୁ ୪୫ ଜଣ ପଣ୍ଡିତ ବ୍ରାହ୍ମଣଙ୍କ ସହ ସାଧୁସନ୍ଥ ମାନେ ଯୋଗଦେଇଥିଲେ। ବିଭିନ୍ନ ଅଞ୍ଚଳରୁ ଭକ୍ତମାନେ ଆସି ଦର୍ଶନକରି ଭଗବାନଙ୍କ ଆଶୀର୍ବାଦ ନେଇଥିଲେ। ଏହାକୁ ଯଜ୍ଞ କମିଟିର ଉପଦେଷ୍ଟା ପଦ୍ମଚରଣ ପଟ୍ଟନାୟକ,ସଭାପତି ଗୌରୀଶଙ୍କର ରାଉଳ, ସୁଦର୍ଶନ ନାୟକ, ଅଜୟ ପଟ୍ଟନାୟକ, କେଦାରନାଥ ନାୟକ ପ୍ରମୁଖଙ୍କ ସମେତ ସମସ୍ତ ଗ୍ରାମବାସୀ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ସକାଳୁ ଭଞ୍ଜନଗରରେ ଘଟିଛି ଏମିତି କିଛି ଅଘଟଣ: ଜଣଙ୍କୁ ହାଣିଲେ, ଆଉ ଜଣଙ୍କୁ…

ଭଞ୍ଜନଗର,୨୯ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ କୋକଲବା ନିକଟରେ ଜଣେ ଯୁବକଙ୍କୁ ରବିବାର ପ୍ରତ୍ୟୁଷରେ ଲୋକେ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଚିକିତ୍ସା ପାଇଁ…

ଜାଣନ୍ତି କି ପାଇପ୍‌ଲାଇନ୍‌ ଗ୍ୟାସ୍‌ କେଉଁଠାରୁ ଆସେ? କେମିତି ଆସି ସିଧାସଳଖ ପହଞ୍ଚୁଛି ରୋଷେଇ ଘରେ…

ନୂଆଦିଲ୍ଲୀ,୨୯ା୩: ଦେଶର ଲୋକମାନେ ବର୍ଦ୍ଧିତ ଗ୍ୟାସ୍‌ ଦର ଏବଂ ସିଲିଣ୍ଡର ପାଇଁ ହଇରାଣ ହରକତ ହେଉଥିବାରୁ ଏବେ PNG (ପାଇପ୍‌ ନାଚୁରାଲ୍‌ ଗ୍ୟାସ୍‌) ଆଡ଼କୁ ମୁହାଁଇଛନ୍ତି। ଆଜି…

ରେମଣ୍ଡର ପୂର୍ବତନ ଅଧ୍ୟକ୍ଷ ବିଜୟପତ ସିଂଘାନିଆଙ୍କ ପରଲୋକ, ପଛରେ ଛାଡି ଗଲେ ଏତେ କୋଟି ଟଙ୍କାର ସମ୍ପତ୍ତି

ମୁମ୍ବାଇ,୨୯।୩: ରେମଣ୍ଡ ଗ୍ରୁପର ପୂର୍ବତନ ଅଧ୍ୟକ୍ଷ ଏବଂ ଜଣେ ପ୍ରବୀଣ ଶିଳ୍ପପତି ବିଜୟପତ ସିଂଘାନିଆଙ୍କର ଶନିବାର ସାରେ ମୁମ୍ବାଇରେ ୮୭ ବର୍ଷ ବୟସରେ ଦେହାନ୍ତ ହୋଇଛି। ତାଙ୍କ…

ଓକିଲ ସଂଘ ନିର୍ବାଚନ: ସଭାପତି ହେଲେ ନିର୍ବାଚନ କେଶରୀ ଭୋଇ…

ଜି.ଉଦୟଗିରି,୨୯।୩(ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠି): ସ୍ଥାନୀୟ ଜେଏମଏଫସି କୋର୍ଟ ପରିସରରେ ଶନିବାର ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ବାଚନ ଅନୁଷ୍ଠିତ ହୋଇଛି। ଆଇନଜୀବୀ ରାମାରାଓ ନାୟକ…

ମିଳୁନି ଗ୍ୟାସ: ଚୁଲି ମୁହାଁ ଲୋକେ 

ଭଞ୍ଜନଗର,୨୯।୩(ବାବୁଲା ପ୍ରଧାନ): ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧର ପ୍ରଭାବ ରୋଷେଇ ଘର ଉପରେ ମଧ୍ୟ ପଡିଛି। ଗଞ୍ଜାମ  ଜିଲା ଭଞ୍ଜନଗର ଅଞ୍ଚଳରେ ରନ୍ଧନ…

ଇରାନକୁ ଧ୍ୱଂସ କରିବାକୁ ଆମେରିକାର ‘ମାଷ୍ଟର ପ୍ଲାନ’, ସପ୍ତାହେ ହେବ ଚାଲିଛି ଯୋଜନା, ଜାଣନ୍ତୁ କ’ଣ କରିବେ ଟ୍ରମ୍ପ

ଓ୍ବାଶିଂଟନ,୨୯।୩: ଇରାନ ସହିତ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, ଆମେରିକା ଏବେ ସ୍ଥଳ ସାମରିକ ଅଭିଯାନ ପାଇଁ ପ୍ରସ୍ତୁତ ହେଉଛି। ଦି ୱାଶିଂଟନ ପୋଷ୍ଟର ଏକ ରିପୋର୍ଟ ଅନୁଯାୟୀ,…

ମାଛ ପାଇଁ ଖୋଳିଥିବା ଗାତରେ ପଡ଼ିଲେ ନିଜେ, ମାଛ ମାରିବା ପୂର୍ବରୁ  ନିଜେ ହେଲେ ଗୁରୁତର 

ଦାରିଙ୍ଗବାଡି,୨୯।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ଅଞ୍ଚଳରେ ଜଣେ ଯୁବକ ମାଛ ମାରିବାକୁ ବିସ୍ପୋରକ ବ୍ୟବହାର କରୁଥିବା ବେଳେ ମାଛ ମାରିବା ପୁର୍ବରୁ…

ଓକିଲ ସଙ୍ଘର ନିର୍ବାଚନ ସଭାପତି ଉମେଶ, ସମ୍ପାଦକ ରାମଚନ୍ଦ୍ର

ଦାରିଙ୍ଗବାଡ଼ି,୨୯।୩ (ଅରୁଣ ସାହୁ): ଦାରିଙ୍ଗବାଡ଼ି ଓକିଲ ସଙ୍ଘର ନିର୍ବାଚନ ଶନିବାର ବିଧିବଧ ଭାବେ ଅନୁଷ୍ଠିତ ହୋଇଛି। ଚଳିତ ଥର ନିର୍ବାଚନ ଫଳାଫଳ ଅତି ରୋମାଞ୍ଚକର ରହିଥିଲା। କେବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri