ଆଖଣ୍ଡଳମଣି ମନ୍ଦିର ଦର୍ଶନ ସମୟ ବଢ଼ିଲା

ଆରଡ଼ି, ୩।୧: ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ିର ଆଖଣ୍ଡଳମଣି ମନ୍ଦିରରେ ଦର୍ଶନ ସମୟ ବଢ଼ିଛି। ପୂର୍ବରୁ କୋଭିଡ୍‌ କଟକଣା ଅନୁଯାୟୀ ପ୍ରତିଦିନ ସକାଳ ୭ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଭକ୍ତମାନେ ବାବାଙ୍କୁ ଦର୍ଶନ କରୁଥିଲେ। ବୁଧବାରଠାରୁ ଶ୍ରଦ୍ଧାଳୁମାନେ ଅଧିକ ୨ ଘଣ୍ଟା ସକାଳ ୭ଟାରୁ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ଦର୍ଶନ କରିପାରିବେ ବୋଲି ଜିଲା ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ହୋଇଥିବା ମନ୍ଦିର ପ୍ରଶାସନ ସୂଚନା ଦେଇଛି। ୨ ଘଣ୍ଟା ସମୟ ବଢ଼ିଥିବାରୁ ଭକ୍ତମାନେ ବାବାଙ୍କ ବଡ଼ସିଂହାର ବେଶ ଦର୍ଶନ କରିପାରିବେ। ସେଥିପାଇଁ ସେମାନେ ଖୁସି ବ୍ୟକ୍ତ କରିଛନ୍ତି। ଏଥିସହ ଅନ୍ୟ କେତେକ କଟକଣାକୁ ମଧ୍ୟ କୋହଳ କରାଯାଇଛି। ଏଣିକି ଚୂଳ ପକାଇବା ଲାଗି ଅନୁମତି ଦିଆଯାଇଛି। ୬୫ ବର୍ଷରୁ ଊର୍ଦ୍ଧ୍ୱ ବୟସ୍କ ଓ ୧୦ ବର୍ଷରୁ କମ୍‌ ବୟସର ଶିଶୁଙ୍କୁ ମଧ୍ୟ ଦର୍ଶନ କରିବାର ସୁଯୋଗ ଦିଆଯିବ ବୋଲି ପ୍ରଶାସନିକ ସ୍ତରରେ ସ୍ଥିର କରାଯାଇଛି। ତେବେ ସମସ୍ତ ଦର୍ଶନାର୍ଥୀ ମାସ୍କ ପିନ୍ଧିବା ବାଧ୍ୟତାମୂଳକ। ସେହିପରି ମନ୍ଦିର ପ୍ରଶାସନ ସେମାନଙ୍କର ଥର୍ମାଲ ସ୍କାନିଂ କରିବା ସହ ସାନିଟାଇଜର ବ୍ୟବହାର କରିବା ଉପରେ ଗୁରୁତ୍ୱ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ମାଣ କାମ ବେଳେ ଧସିଲା ମାଟି ଅତଡ଼ା

କଟକ,୧୮ା୪(କାର୍ତ୍ତିକ ସାହୁ): ମାଲଗୋଦାମ ଅଞ୍ଚଳରେ ଏକ ନିର୍ମାଣ କାମ ଚାଲୁଥିବା ବେଳେ ମାଟି ଅତଡ଼ା ଧସି ଜଣେ ଶ୍ରମିକ ସେଥିରେ ପୋତି ହୋଇଯାଇଥିଲେ। ଖବର ପାଇ...

ଅଷ୍ଟପ୍ରହର ନାମଯଜ୍ଞରେ ଗୁଳିମାଡ଼

ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ପ୍ରଭାତ କୁମାର ସାହୁ/ମକରନ୍ଦ ସାହୁ)-ବୌଦ୍ଧ ଜିଲା କଣ୍ଟାମାଳ ଥାନା ଲମ୍ବସୱରୀ ଗ୍ରାମପଞ୍ଚାୟତର ପିପଲପାଲି ଗ୍ରାମରେ ରାମନବମୀ ପାଇଁ ଅଷ୍ଟପ୍ରହର ନାମଯଜ୍ଞ ଚାଲିଥିବାବେଳେ ବୁଧବାର ରାତି...

ଏଏପି ପରେ ଓଡ଼ିଶାରେ ପ୍ରାର୍ଥୀ ଘୋଷଣା କଲା ସିପିଆଇଏମ, ଭୁବନେଶ୍ୱର ଲୋକ ସଭା ଆସନରୁ ଲଢିବେ ଏହି ନେତା

ଭୁବନେଶ୍ୱର,୧୮।୪: ରାଜ୍ୟର ୩୭ଟି ବିଧାନସଭା ପାଇଁ ଆମ ଆଦମୀ ପାର୍ଟି ନିଜର ପ୍ରାର୍ଥୀ ଘୋଷଣା କରିଥିବା ବେଳେ ସିପିଆଇ(ଏମ ) ମଧ୍ୟ ଆଜି ଭୁବନେଶ୍ୱର ଲୋକ...

ନିର୍ବାଚନ ପୂର୍ବରୁ ଜବତ ହେଲା ଲକ୍ଷ ଲକ୍ଷ ଟଙ୍କା

ବରଗଡ଼,୧୮।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ସହର ଉପକଣ୍ଠ ହଲଦୀପାଲି ଛକରେ ଯାଞ୍ଚ ଚଲାଇ ଥିବାବେଳେ ବୁଧବାର ୧୦ଲକ୍ଷ ଟଙ୍କା ଜବତ କରିଛି ।...

ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଡକାୟତି

ବରପାଲି,୧୮।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲିସ୍ଥିତ ଏକ ହୋଟେଲ ତଳ ମହଲାରେ ଥିବା ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଗୁରୁବାର ସଶସ୍ତ୍ର ଡକାୟତ ହୋଇଛି। ଡକାୟତମାନେ ବ୍ୟାଙ୍କରୁ...

ରାଲିରେ ଯାଇ ନିଲମ୍ବିତ ହୋଇଥିଲେ ଶିକ୍ଷୟିତ୍ରୀ: ଏବେ ସଭାକୁ ଯାଇ ଶିକ୍ଷକଙ୍କୁ ପଡ଼ିଲା ମହଙ୍ଗା

ବୌଦ୍ଧ/ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ଅଜିତ କୁମାର ବାରିକ/ ପ୍ରଭାତ କୁମାର ସାହୁ/ ମକରନ୍ଦ ସାହୁ): ବୌଦ୍ଧ ଜିଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀରେ ଏକ ଦଳର ନିର୍ବାଚନୀ ସଭାରେ ଯୋଗ...

ବାପା-ଝିଅ ଯାଉଥିଲେ, ଜଳିଗଲା ବ୍ୟାଟେରୀ ସ୍କୁଟି

କେନ୍ଦୁଝର,୧୮ା୪(ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର-ଗୋବର୍ଦ୍ଧନ ମଝିରେ ଥିବା ପେଟ୍ରୋଲପମ୍ପ ଓ ଇଟାଫେକ୍ଟ୍ରି ନିକଟରେ ଏକ(ଓଡି-୩୩-ଏ ଏଫ-୯୯୭୪)ଓକିନାୱା ନାମକ ବ୍ୟାଟେରୀ...

ନିର୍ବାଚନ ପୂର୍ବରୁ ଝଟ୍‌କା: ବିଜେଡି ଛାଡ଼ିଲେ ପୂର୍ବତନ ପୌରାଧ୍ୟକ୍ଷ

ଝାରସୁଗୁଡ଼ା,୧୮ା୪(ସଞ୍ଜୟ ମାଲି): ଝାରସୁଗୁଡ଼ା ଜିଲା ବେଲପାହାଡ଼ ଟାଉନ ବିଜେଡି ସଭାପତି ତଥା ବେଲପାହାଡ଼ ପୌର ପରିଷଦ ପୂର୍ବତନ ଅଧ୍ୟକ୍ଷ କୈଳାସ ନାଏକ ବିଜେଡି ଛାଡିଥିବା ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri