ବନ୍ୟପ୍ରାଣୀ ସୁରକ୍ଷା ପାଇଁ ଜଙ୍ଗଲ ବିଭାଗର ସହଯୋଗ ଲୋଡିଲେ ଭିଏସଏସ କର୍ମକର୍ତ୍ତା, ଦାବି ପତ୍ରରେ କହିଲେ…

ଭଞ୍ଜନଗର,୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଜଗନ୍ନାଥପ୍ରସାଦ ରେଞ୍ଜର କେତେକ ଅଞ୍ଚଳରେ ବନ୍ୟପ୍ରାଣୀ ବିପଦରେ ପଡୁଛନ୍ତି। ବନ୍ୟପ୍ରାଣୀମାନେ ବିଶେଷ କରି ହାତୀ ଜଙ୍ଗଲରୁ ବାହାରି ଲୋକଙ୍କ ବ୍ୟାପକ କ୍ଷତି କରୁଛନ୍ତି। କେତେକ ଅଞ୍ଚଳରେ ଜଙ୍ଗଲ କ୍ଷୟ ହେଉଛି। ତେଣୁ ତାହାର ସୁରକ୍ଷା ଏବଂ ସଚେତନତା ଲକ୍ଷ୍ୟ ନେଇ କେତେକ ବନ ସୁରକ୍ଷା ସମିତି କର୍ମକର୍ତ୍ତା ଆଗକୁ ବାହାରିଛନ୍ତି। ସୋମବାର ୧୫ଟି ବନ ସୁରକ୍ଷା ସମିତିର କର୍ମକର୍ତ୍ତାମାନେ ଡିଏଫଓ ହିମାଂଶୁ ଶେଖର ମହାନ୍ତିଙ୍କୁ ଭେଟି ସହଯୋଗ ଲୋଡିଛନ୍ତି। ଦାବି ପତ୍ରରେ ସେମାନେ ଦର୍ଶାଇଛନ୍ତି ଯେ ସେପ୍ଟେମ୍ବର ମାସରେ ବିଭିନ୍ନ ଅଞ୍ଚଳରେ ସଚେତନତା କାର୍ଯ୍ୟକ୍ରମ କରାଯିବ। ଏଥିପାଇଁ ଆମକୁ ଗାଡି, ପ୍ରଚାରପତ୍ର ପ୍ରମୁଖ ଯୋଗାଇ ଦେବାକୁ ଅନୁରୋଧ କରିଛନ୍ତି। ଏହାହେଲେ ଆମ ମାନଙ୍କ ମନବଳ ବଢିବା ସହ ଆହୁରି ଅଧିକ ସଚେତନତା କାର୍ଯ୍ୟକ୍ରମ କରାଯିବ ବୋଲି ଜଣେ କର୍ମକର୍ତ୍ତା ଏଠାରେ ପ୍ରକାଶ କରିଛନ୍ତି। ଦାବିପତ୍ର ପ୍ରଦାନ ସମୟରେ ବରିଷ୍ଠ ବନ ସୁରକ୍ଷା ସମିତି କର୍ମକର୍ତ୍ତା ଲୋକନାଥ ଆଚାର୍ଯ୍ୟ, ପି କେ ଗୌଡ, କୃଷ୍ଠ ଚନ୍ଦ୍ର ନାୟକ, ସୂର୍ଯ୍ୟ ନାରାୟଣ ଗୌଡ, କେଳା ନାୟକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳଙ୍କ ଅଫିସ ଆଗରେ ଚାଷୀ ପାଳିଲେ ପଖାଳ ଦିବସ: ଧାନବିକ୍ରି ଦାବି ନେଇ…

ବରଗଡ଼,୨୦ା୩(ପ୍ରେମାନନ୍ଦ ଖମାରୀ): ଧାନବିକ୍ରି ଦାବି ନେଇ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଚାଷୀଙ୍କ ଆନ୍ଦୋଳନ ଜାରି ରହିଛି। ଗତ ୫ତାରିଖରୁ ଧାନବସ୍ତା ଗଦା କରି ବରଗଡ଼ ଜିଲା…

LPG ସଙ୍କଟକୁ ନେଇ ବଡ଼ କଥା କହିଲେ ସରକାର,‘ଡୋରଷ୍ଟେପ ଡେଲିଭରି ପାଇଁ ଅପେକ୍ଷା କରନ୍ତୁ…’

ନୂଆଦିଲ୍ଲୀ,୨୦।୩: ଏକ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀରେ, ପେଟ୍ରୋଲିୟମ ମନ୍ତ୍ରଣାଳୟର ଯୁଗ୍ମ ସଚିବ କହିଛନ୍ତି ଯେ ଦେଶର ସମସ୍ତ ରିଫାଇନାରୀ ପୂର୍ଣ୍ଣ କ୍ଷମତାରେ କାର୍ଯ୍ୟ କରୁଛି। ସେ ଉଲ୍ଲେଖ…

ତେଜିଲା ଆନ୍ଦୋଳନ: ତହସିଲଦାରଙ୍କ ଗାଡ଼ି ଆଗରେ ଶୋଇଲେ ଚାଷୀ

ଚାନ୍ଦବାଲି,୨୦।୩: ଭଦ୍ରକ ଜିଲା ତିହିଡି ବ୍ଲକ ଚାରିତରଫ ସୋସାଇଟରେ ଶୁକ୍ରବାର ଚାଷୀ ଅସନ୍ତୋଷ ଦେଖାଦେଇଛି। ମଣ୍ଡିରୁ ଧାନ ଉଠୁ ନ ଥିବା ଅଭିଯୋଗ କରି ଚାଷୀମାନେ ରାଜ…

ମେ’ ୪ରୁ ମା’ ରାମାୟାଣାମ୍ମା ଠାକୁରାଣୀଙ୍କ ଯାତ୍ରା: ଅନୁମତି ପାଇଁ କମିଟି ଜିଲାପାଳଙ୍କୁ ଭେଟି…

ଛତ୍ରପୁର,୨୦ା୩(ଦିଲ୍ଲୀପ ସାମଲ): ଚଳିତ ବର୍ଷ ଗଞ୍ଜାମ ଜିଲା ଛତ୍ରପୁର ସହରର ଆରାଧ୍ୟା ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଅନୁଷ୍ଠିତ ହେବ। ଏଥିପାଇଁ ଯାତ୍ରା କମିଟି ପକ୍ଷରୁ…

ହର୍ମୁଜ ଷ୍ଟ୍ରେଟ ଆକ୍ରମଣକୁ ନେଇ କଡ଼ା ଚେତାବନୀ ଦେଲାଣି ଭାରତ! କହିଲା ବେକାର ଯିବନାହିଁ ନିର୍ଦ୍ଦୋଶ ଲୋକଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୦।୩: ଯୁକ୍ତରାଜ୍ୟରେ ଭାରତର ହାଇକମିଶନର ବିକ୍ରମ ଡୋରାଇସ୍ବାମୀ, ହର୍ମୁଜ ଷ୍ଟ୍ରେଟରେ ଜାହାଜ ଉପରେ ଆକ୍ରମଣକୁ ଦୃଢ଼ ନିନ୍ଦା କରିଛନ୍ତି। ବିକ୍ରମ ଡୋରାଇସ୍ବାମୀ ସମସ୍ତ ନାବିକଙ୍କ ସୁରକ୍ଷା, ନୌଚାଳନା…

ଆଶଙ୍କାରେ ପେନ୍‌ସନ୍‌ଭୋଗୀଙ୍କ ଭବିଷ୍ୟତ, ସମସ୍ତେ ଏକାଠି ହୋଇ…

କେନ୍ଦୁଝର,୨୦ା୩(ନରେଶ ଚନ୍ଦ୍ର): କେନ୍ଦୁଝର ଜିଲା ଅବସରପ୍ରାପ୍ତ ମାଧ୍ୟମିକ ଶିକ୍ଷକ ଓ କର୍ମଚାରୀ ସଂଘର ଏକ ବୈଠକ ସଭାପତି ସଞ୍ଜୟ ବସନ୍ତ ଚକ୍ରଙ୍କ ଅଧ୍ୟକ୍ଷତାରେ ଶିକ୍ଷକ ଭବନ କେନ୍ଦୁଝରଠାରେ…

ଶ୍ୱଶୁରଙ୍କୁ ନେଇ ଏମିତି କହିଦେଲେ ଧୋନୀଙ୍କ ସ୍ତ୍ରୀ: ଚାରିଆଡ଼େ ହେଉଛି ଚର୍ଚ୍ଚା

ରାଞ୍ଚି,୨୦।୩: ଭରତୀୟ କ୍ରିକେଟ୍‌ ଦଳର ପୂର୍ବତନ କ୍ରିକେଟର୍‌ ମହେନ୍ଦ୍ର ସିଂହ ଧୋନୀଙ୍କ ପରିବାର ସମ୍ପର୍କରେ ଏକ ଭାବପ୍ରବଣ ପୋଷ୍ଟ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ତାଙ୍କ…

ଇରାନକୁ ଆଉ ଏକ ବଡ଼ ଝଟକା, ଇସ୍ରାଏଲୀ ଆକ୍ରମଣରେ IRGC ମୁଖପାତ୍ର ଅଲି ମହମ୍ମଦଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୦ା୩: ଇସ୍ରାଏଲ ଏବଂ ଆମେରିକା ସହିତ ଇରାନର ବିବାଦ ଜାରି ରହିଛି । ଏହି ବିବାଦ ମଧ୍ୟରେ ଇରାନକୁ ଆଉ ଏକ ବଡ଼ ଧକ୍କା ଲାଗିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri