ଶ୍ରମିକଙ୍କ ମଜୁରି ସିଧାସଳଖ ଆକାଉଣ୍ଟକୁ ଯିବ

ଭୁବନେଶ୍ୱର,୧୬।୯(ବ୍ୟୁରୋ):ସମସ୍ତ ବିଭାଗ ଦ୍ୱାରା ହେଉଥିବା କାର୍ଯ୍ୟରେ ଶ୍ରମିକମାନଙ୍କ ମଜୁରିକୁ ସିଧାସଳଖ ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପଠାଯିବ। ଶ୍ରମିକମାନଙ୍କୁ ସେମାନଙ୍କ ଦେୟ ଦେବାକୁ ଆଉ ମଧ୍ୟସ୍ଥ ରହିବେ ନାହିଁ। ଏଥିପାଇଁ କାର୍ଯ୍ୟକାରୀ ହେବ ଇ-ମଷ୍ଟର ରୋଲ। ଇ-ମଷ୍ଟର ରୋଲ ଓ ବ୍ୟାଙ୍କ ଜରିଆରେ ଶ୍ରମିକମାନଙ୍କ ଆକାଉଣ୍ଟକୁ ସିଧାସଳଖ ସେମାନଙ୍କ ମଜୁରି ଯିବ। ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀରୁ ଏହି ବ୍ୟବସ୍ଥା ଲାଗୁ କରାଯିବ। ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଇ-ମଷ୍ଟର ରୋଲ ଓ ବ୍ୟାଙ୍କ ପେମେଣ୍ଟ ୫-ଟି କାର୍ଯ୍ୟକ୍ରମର ସମୀକ୍ଷା କରି ଏହି ନିର୍ଦ୍ଦେଶ ଦେଇଛନ୍ତି ।
ଏହାଦ୍ୱାର ପ୍ରଶାସନିକ କ୍ଷେତ୍ରରେ ଅଧିକ ସ୍ବଚ୍ଛତା ଆସି ପାରିବ। ଇଲେକ୍ଟ୍ରୋନିକ ଫର୍ମାଟ୍‌ କାର୍ଯ୍ୟକାରୀ ହେଲେ ଏଥିରେ କୌଣସି ଅନିୟମିତତା ହେବ ନାହିଁ। ବିଭିନ୍ନ ବିଭାଗ ଦ୍ୱାରା କରାଯାଉଥିବା ସମସ୍ତ କାର୍ଯ୍ୟ ପାଇଁ ଶ୍ରମିକମାନଙ୍କୁ ସିଧା ସଳଖ ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଟଙ୍କା ପଠାଯାଇ ପାରିବ। ଏହାଦ୍ୱାରା ଶ୍ରମିକମାନଙ୍କର ପ୍ରାପ୍ୟ, ଇଏସ୍‌ଆଇ ଓ ଇପିଏଫ୍‌ ଠିକ୍‌ ସମୟରେ ଜମା ହେଉଛି କି ନାହିଁ ତାହା ମଧ୍ୟ କଡ଼ାକଡି କରାଯାଇ ପାରିବ। ଆସନ୍ତା ଅକ୍ଟୋବର ୨ ତାରିଖ ଗାନ୍ଧୀ ଜୟନ୍ତୀ ଠାରୁ ପ୍ରଥମ ପର୍ଯ୍ୟାୟରେ ପୂର୍ତ୍ତ, ଜଳ ସମ୍ପଦ, ପଞ୍ଚାୟତିରାଜ ଓ ପାନୀୟ ଜଳ, ଗ୍ରାମ୍ୟ ଉନ୍ନୟନ ଏବଂ ଗୃହ ଓ ନଗର ଉନ୍ନୟନ ବିଭାଗ ଦ୍ୱାରା କାର୍ଯ୍ୟକାରୀ ହେବାକୁ ଥିବା ୧୦ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ପ୍ରକଳ୍ପର ଶୁଭାରମ୍ଭ କରାଯିବ। ୨୦୨୧ ଜାନୁୟାରୀ ପହିଲା ସୁଦ୍ଧା ଇ-ମଷ୍ଟର ରୋଲ କାର୍ଯ୍ୟକାରୀ କରିବା ପାଇଁ ସମସ୍ତ ବିଭାଗକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ସମସ୍ତ ବିଭାଗ ନିଜ କାର୍ଯ୍ୟରେ ସ୍ବଚ୍ଛତା ଓ ଉତ୍ତରଦାୟିତ୍ୱ ଉପରେ ଗୁରୁତ୍ୱ ଦେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ଏହି କାର୍ଯ୍ୟରେ ବୈଷୟିକ ଜ୍ଞାନ କୌଶଳକୁ ବହୁଳ କାର୍ଯ୍ୟକାରୀ କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି । କର୍ମଚାରୀ ଓ ମାନବ ସମ୍ବଳର ରାଜ୍ୟସ୍ତରୀୟ ଦକ୍ଷତା ବୃଦ୍ଧି ଓ ପ୍ରଶିକ୍ଷଣକୁ ଗୁରୁତ୍ୱାରୋପ କରିଛନ୍ତି । ବ୍ୟାଙ୍କ ଓ ଅନ୍ୟ ସଂସ୍ଥାଗୁଡିକୁ ଏ ନେଇ ଅଧିକ କ୍ରିୟାଶୀଳ କରିବା ଦରକାର। ପୂର୍ତ୍ତ ବିଭାଗ ଏହି କାର୍ଯ୍ୟକ୍ରମର ନୋଡାଲ ବିଭାଗ ଭାବେ କାର୍ଯ୍ୟ କରିବ। ଏହି କାର୍ଯ୍ୟକ୍ରମ ପାଇଁ ପୁରସ୍କାର ଏବଂ ଦଣ୍ଡବିଧାନର ବ୍ୟବସ୍ଥା ରହିଛି। ଏହି ବୈଠକରେ ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ବିଭିନ୍ନ ବିଭାଗର ସଚିବ, ମୁଖ୍ୟମନ୍ତ୍ରୀଙ୍କ ସଚିବ(୫-ଟି) ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri