ଶ୍ରମିକଙ୍କ ମଜୁରି ସିଧାସଳଖ ଆକାଉଣ୍ଟକୁ ଯିବ

ଭୁବନେଶ୍ୱର,୧୬।୯(ବ୍ୟୁରୋ):ସମସ୍ତ ବିଭାଗ ଦ୍ୱାରା ହେଉଥିବା କାର୍ଯ୍ୟରେ ଶ୍ରମିକମାନଙ୍କ ମଜୁରିକୁ ସିଧାସଳଖ ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପଠାଯିବ। ଶ୍ରମିକମାନଙ୍କୁ ସେମାନଙ୍କ ଦେୟ ଦେବାକୁ ଆଉ ମଧ୍ୟସ୍ଥ ରହିବେ ନାହିଁ। ଏଥିପାଇଁ କାର୍ଯ୍ୟକାରୀ ହେବ ଇ-ମଷ୍ଟର ରୋଲ। ଇ-ମଷ୍ଟର ରୋଲ ଓ ବ୍ୟାଙ୍କ ଜରିଆରେ ଶ୍ରମିକମାନଙ୍କ ଆକାଉଣ୍ଟକୁ ସିଧାସଳଖ ସେମାନଙ୍କ ମଜୁରି ଯିବ। ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀରୁ ଏହି ବ୍ୟବସ୍ଥା ଲାଗୁ କରାଯିବ। ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଇ-ମଷ୍ଟର ରୋଲ ଓ ବ୍ୟାଙ୍କ ପେମେଣ୍ଟ ୫-ଟି କାର୍ଯ୍ୟକ୍ରମର ସମୀକ୍ଷା କରି ଏହି ନିର୍ଦ୍ଦେଶ ଦେଇଛନ୍ତି ।
ଏହାଦ୍ୱାର ପ୍ରଶାସନିକ କ୍ଷେତ୍ରରେ ଅଧିକ ସ୍ବଚ୍ଛତା ଆସି ପାରିବ। ଇଲେକ୍ଟ୍ରୋନିକ ଫର୍ମାଟ୍‌ କାର୍ଯ୍ୟକାରୀ ହେଲେ ଏଥିରେ କୌଣସି ଅନିୟମିତତା ହେବ ନାହିଁ। ବିଭିନ୍ନ ବିଭାଗ ଦ୍ୱାରା କରାଯାଉଥିବା ସମସ୍ତ କାର୍ଯ୍ୟ ପାଇଁ ଶ୍ରମିକମାନଙ୍କୁ ସିଧା ସଳଖ ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଟଙ୍କା ପଠାଯାଇ ପାରିବ। ଏହାଦ୍ୱାରା ଶ୍ରମିକମାନଙ୍କର ପ୍ରାପ୍ୟ, ଇଏସ୍‌ଆଇ ଓ ଇପିଏଫ୍‌ ଠିକ୍‌ ସମୟରେ ଜମା ହେଉଛି କି ନାହିଁ ତାହା ମଧ୍ୟ କଡ଼ାକଡି କରାଯାଇ ପାରିବ। ଆସନ୍ତା ଅକ୍ଟୋବର ୨ ତାରିଖ ଗାନ୍ଧୀ ଜୟନ୍ତୀ ଠାରୁ ପ୍ରଥମ ପର୍ଯ୍ୟାୟରେ ପୂର୍ତ୍ତ, ଜଳ ସମ୍ପଦ, ପଞ୍ଚାୟତିରାଜ ଓ ପାନୀୟ ଜଳ, ଗ୍ରାମ୍ୟ ଉନ୍ନୟନ ଏବଂ ଗୃହ ଓ ନଗର ଉନ୍ନୟନ ବିଭାଗ ଦ୍ୱାରା କାର୍ଯ୍ୟକାରୀ ହେବାକୁ ଥିବା ୧୦ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ପ୍ରକଳ୍ପର ଶୁଭାରମ୍ଭ କରାଯିବ। ୨୦୨୧ ଜାନୁୟାରୀ ପହିଲା ସୁଦ୍ଧା ଇ-ମଷ୍ଟର ରୋଲ କାର୍ଯ୍ୟକାରୀ କରିବା ପାଇଁ ସମସ୍ତ ବିଭାଗକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ସମସ୍ତ ବିଭାଗ ନିଜ କାର୍ଯ୍ୟରେ ସ୍ବଚ୍ଛତା ଓ ଉତ୍ତରଦାୟିତ୍ୱ ଉପରେ ଗୁରୁତ୍ୱ ଦେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ଏହି କାର୍ଯ୍ୟରେ ବୈଷୟିକ ଜ୍ଞାନ କୌଶଳକୁ ବହୁଳ କାର୍ଯ୍ୟକାରୀ କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି । କର୍ମଚାରୀ ଓ ମାନବ ସମ୍ବଳର ରାଜ୍ୟସ୍ତରୀୟ ଦକ୍ଷତା ବୃଦ୍ଧି ଓ ପ୍ରଶିକ୍ଷଣକୁ ଗୁରୁତ୍ୱାରୋପ କରିଛନ୍ତି । ବ୍ୟାଙ୍କ ଓ ଅନ୍ୟ ସଂସ୍ଥାଗୁଡିକୁ ଏ ନେଇ ଅଧିକ କ୍ରିୟାଶୀଳ କରିବା ଦରକାର। ପୂର୍ତ୍ତ ବିଭାଗ ଏହି କାର୍ଯ୍ୟକ୍ରମର ନୋଡାଲ ବିଭାଗ ଭାବେ କାର୍ଯ୍ୟ କରିବ। ଏହି କାର୍ଯ୍ୟକ୍ରମ ପାଇଁ ପୁରସ୍କାର ଏବଂ ଦଣ୍ଡବିଧାନର ବ୍ୟବସ୍ଥା ରହିଛି। ଏହି ବୈଠକରେ ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ବିଭିନ୍ନ ବିଭାଗର ସଚିବ, ମୁଖ୍ୟମନ୍ତ୍ରୀଙ୍କ ସଚିବ(୫-ଟି) ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

ଆସନ୍ତା ଶିକ୍ଷାବର୍ଷରୁ ୨ଥର ହୋଇପାରେ ବୋର୍ଡ ପରୀକ୍ଷା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ) – ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) ପକ୍ଷରୁ ପରିଚାଳିତ ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ଅନୁଷ୍ଠିତ ହେବ। ଆସନ୍ତା ୨୦୨୫-୨୬...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ଆନ୍ଦୋଳନ ପରେ ପରୀକ୍ଷା ଘୁଞ୍ଚିଲା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ)- ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଚତୁର୍ଥ ସେମିଷ୍ଟର ପରୀକ୍ଷା ଘୁଞ୍ଚାଇବା ଦାବିରେ ଛାତ୍ରୀମାନେ ଆନ୍ଦୋଳନ କରିବା ପରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପୂର୍ବ ନିଷ୍ପତ୍ତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri