ଶେଷରେ ଭରତପୁର ଥାନାରେ ଲାଗିଲା ସିସିଟିଭି

ଭୁବନେଶ୍ୱର,୨୪।୯: ଆର୍ମି କ୍ୟାପଟେନ ଓ ବାନ୍ଧବୀଙ୍କୁ ଭରତପୁର ଥାନାରେ ଦୁର୍ବ୍ୟବହାର, ମାଡ଼ ସହ ନାନା ନିର୍ଯାତନା ଦିଆଯିବା ଘଟଣାରେ କମିଶନରେଟ୍‌ ପୋଲିସ ବିବାଦ ଘେରକୁ ଆସିଛି। ଏସବୁ ବିବାଦ ମଧ୍ୟରେ ମଙ୍ଗଳବାର ଭରତପୁର ଥାନାରେ ସିସିଟିଭି ଲଗାଯାଇଛି। ୨୫ ସିସିଟିଭି ଲାଗିବାର ବ୍ୟବସ୍ଥା ଥିବାବେଳେ ପ୍ରାରମ୍ଭିକ ଭାବେ ୧୬ଟି ଲଗାଯାଇଛି।

ଭରତପୁର ଥାନାରେ ସିସିଟିଭି ନ ଥିବାରୁ ଉଦ୍‌ବେଗ ପ୍ରକାଶ ପାଇଥିଲା। ତତ୍କାଳୀନ ଥାନାଧିକାରୀଙ୍କ କାର୍ଯ୍ୟକଳାପକୁ ନେଇ ମଧ୍ୟ ଚର୍ଚ୍ଚା ଲାଗି ରହିଥିଲା। ସବୁ ଥାନାରେ ସିସିଟିଭି ରହିବା ଆବଶ୍ୟକ ବୋଲି ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ରହିଛି। ବହୁ କୋଟି ଟଙ୍କା ଖର୍ଚ୍ଚ କରାଯାଇ ଭରତପୁର ଥାନାର ନୂଆ କୋଠା ନିର୍ମାଣ କରାଯିବା ସହ ସିସିଟିଭି ଲଗାଯାଇଥିଲା ବୋଲି ସୂଚନା ଦିଆଯାଇଥିଲା। ହେଲେ ୧୪ ତାରିଖ ଶନିବାର ବିଳମ୍ବିତ ରାତିର ଏହି ଘଟଣା ପରେ ଥାନାରେ ସିସିଟିଭି କ୍ୟାମେରା ନ ଥିବା କ୍ରାଇମବ୍ରାଞ୍ଚ ପକ୍ଷରୁ କୁହାଯାଇଥିଲା।

ଭରତପୁର ଥାନାରେ ମେଜର ଏବଂ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ବିଳମ୍ବିତ ରାତିରେ ବିଚାରବିଭାଗୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଥିଲେ। ଏନେଇ ସୋମବାର ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଜଷ୍ଟିସ୍‌ ଚିତ୍ତରଞ୍ଜନ ଦାସଙ୍କ ଅଧ୍ୟକ୍ଷତାରେ ବିଚାରବିଭାଗୀୟ ତଦନ୍ତ କରାଯିବ ବୋଲି ବିଜ୍ଞପ୍ତିରେ ଉଲ୍ଲେଖ ରହିଛି। ମୁଖ୍ୟତଃ ୩ଟି ଦିଗ ଉପରେ ତଦନ୍ତ ଆଗେଇବା ନେଇ ବିଜ୍ଞପ୍ତିରେ ସୂଚନା ଦିଆଯାଇଛି। କିଭଳି ଓ କେଉଁ ପରିସ୍ଥିତିରେ ଏହି ଘଟଣା ଘଟିଲା। ସମ୍ପୂର୍ଣ୍ଣ ଘଟଣାକ୍ରମ କ’ଣ ଥିଲା। କେଉଁ ପରିସ୍ଥିତିରେ ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଓ ମାଡମରା ଭଳି ଘଟଣା ଘଟିଲା। ଏହିସବୁ ଘଟଣାର ତଦନ୍ତ କରାଯିବ। ସେହିପରି ଚନ୍ଦକା ଥାନା ଅଞ୍ଚଳରେ ଘଟିଥିବା ରୋଡ୍‌ ରୋମିଓଙ୍କ ଅସଦାଚରଣ ଘଟଣାର ବି ତଦନ୍ତ ହେବ। ଏହି ଘଟଣାରେ କାହାର ଭୂମିକା କ’ଣ ଥିଲା ଏବଂ ଏଥିଲାଗି କିଏ ଉତ୍ତରଦାୟୀ ସେଥିଲାଗି ସମ୍ପୃକ୍ତ ବ୍ୟକ୍ତି, ଗୋଷ୍ଠୀ ଏବଂ କର୍ତ୍ତୃପକ୍ଷଙ୍କୁ ତଦନ୍ତ ପରିସରଭୁକ୍ତକୁ ନିଆଯିବ। ଅନ୍ୟ କିଛି ଘଟଣା ସହ ଏହାର ଲିଙ୍କ୍‌ ରହିଛି କି ନାହିଁ ତା’ର ତଦନ୍ତ ହେବ। ଯଦି ଆଉ କିଛି ଘଟଣା ସହିତ ଆଉ କିଛି ଜଡ଼ିତ ଥାଏ, ତେବେ କମିଶନ ଏହାର ତଦନ୍ତ କରିପାରିବେ। ଏଭଳି ଘଟଣାର ଯେପରି ଭବିଷ୍ୟତରେ ପୁନରାବୃତ୍ତି ନ ହେବ ସେନେଇ ପରାମର୍ଶ ଦିଆଯାଇଛି। ବିଜ୍ଞପ୍ତିରେ ମହିଳାଙ୍କ ନିରାପତ୍ତା ଓ ସୁରକ୍ଷା ନେଇ ମଧ୍ୟ ପରାମର୍ଶ ଦିଆଯାଇଛି। କମିଶନଙ୍କ ମୁଖ୍ୟାଳୟ ଭୁବନେଶ୍ୱରରେ ରହିବ। କମିଶନ ଯଦି ଆବଶ୍ୟକ କରନ୍ତି ତେବେ ଅନ୍ୟ ସ୍ଥାନକୁ ଯାଇ ତଦନ୍ତ କରିପାରିବେ। ବିଜ୍ଞପ୍ତି ପ୍ରକାଶର ୬୦ ଦିନ ମଧ୍ୟରେ ତଦନ୍ତ କରି ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

ଅନ୍ୟପକ୍ଷରେ ଏହିସବୁ ଘଟଣା ଭିତରେ ମେଜର ଓ ତାଙ୍କ ବାନ୍ଧବୀ ଏବଂ ବାନ୍ଧବୀଙ୍କ ବାପା ସୋମବାର ଲୋକସେବା ଭବନ ଯାଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଛନ୍ତି। ଏହି ସମୟରେ ଉପମୁଖ୍ୟମନ୍ତ୍ରୀ କେ.ଭି. ସିଂଦେଓ, ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ମଧ୍ୟ ଉପସ୍ଥିତ ଥିଲେ। ଅବସରପ୍ରାପ୍ତ ସେନା ଅଧିକାରୀଙ୍କ ପ୍ରତିନିଧି ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି। ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ପରେ ପୀଡ଼ିତା ଖୁସି ବ୍ୟକ୍ତ କରିବା ସହିତ କହିଛନ୍ତି, ମୁଖ୍ୟମନ୍ତ୍ରୀ ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଯାହା ଅନୁରୋଧ କରାଯାଇଥିଲା ତାକୁ ସରକାର ରଖିଛନ୍ତି। ତେଣୁ ମୋହନ ମାଝୀ ଲୋକଙ୍କ ମୁଖ୍ୟମନ୍ତ୍ରୀ ବୋଲି ପ୍ରମାଣିତ କରିଛନ୍ତି। ଏଥିଲାଗି ସେ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏହି ଅବସରରେ ପୀଡ଼ିତାଙ୍କ ବାପା ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇ କହିଛନ୍ତି, ଆମ ଅନୁରୋଧ ରକ୍ଷାକରି ସାକ୍ଷାତ କରିବାକୁ ସମୟ ଦେଇଥିବାରୁ ଧନ୍ୟବାଦ। ଦୁଇ ଦିନ ତଳେ ପୋଲିସ ଅଧିକାରୀମାନେ ୟୁନିଫର୍ମ ପିନ୍ଧି ପ୍ରତିବାଦ ଜଣାଇଥିବାରୁ ଏହି ତଦନ୍ତ ନିରପେକ୍ଷ ହେବ କି ନାହିଁ ମନରେ ସନ୍ଦେହ ଥିଲା। ତେଣୁ ବିଚାରବିଭାଗୀୟ ତଦନ୍ତ ଦାବି କରିଥିଲେ। ମୁଖ୍ୟମନ୍ତ୍ରୀ ଆମର ଏହି ଦାବିକୁ ମାନି ନେଇଛନ୍ତି। ଏଥିସହ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା ପରେ ତଦନ୍ତ ରିପୋର୍ଟରେ ସତ ଉନ୍ମୋଚନ ହେବ ବୋଲି ବିଶ୍ୱାସ ଥିବା ସେ କହିଛନ୍ତି। ଏହାସହ ଯେଉଁମାନେ ଝିଅର ଭିଡିଓ ସାମାଜିକ ଗଣମାଧ୍ୟମରେ ଛାଡୁଛନ୍ତି ସେମାନଙ୍କୁ ଚିହ୍ନଟ କରାଯାଇ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି।
ଏହି ଘଟଣାକୁ ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି,ପୀଡ଼ିତା ଓ ତାଙ୍କ ପରିବାର ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି। ସେମାନଙ୍କ ଦାବି ଅନୁଯାୟୀ, ଘଟଣାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି। ପୀଡ଼ିତା ଯେପରି ନିର୍ଦ୍ଧାରିତ ସମୟ ମଧ୍ୟରେ ନ୍ୟାୟ ପାଇବେ ତାହା ଉପରେ ତ୍ୱରିତ ପଦକ୍ଷେପ ଗ୍ରହଣ କରାଯାଉଛି। ସମଗ୍ର ଦେଶରେ ଏହା ଏକ ଏପରି ମାମଲା, ଯେଉଁଥିରେ ଦୁଇଟି ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି। ଗୋଟିଏ ପଟେ ମାମଲାରେ ବିଚାରବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦିଆଯାଇଥିବା ବେଳେ ହାଇକୋର୍ଟଙ୍କ ତତ୍ତ୍ୱାବଧାନରେ ଏହାର କ୍ରାଇମବ୍ରାଞ୍ଚ ତଦନ୍ତ ମଧ୍ୟ କରାଯାଉଛି। ଯେଉଁ ଥାନାରେ ସିସିଟିଭି ନାହିଁ ସେଠାରେ ତୁରନ୍ତ ସିସିଟିଭି ଲଗାଯିବ ବୋଲି ସେ କହିଛନ୍ତି। ଅନ୍ୟପକ୍ଷରେ ଏହି ଘଟଣାରେ ପୋଲିସ ଡିଜି ଓ୍ବାଇ.ବି. ଖୁରାନିଆ ଏବଂ ଏଡିଜି ଅରୁଣ ବୋଥ୍ରା ସୋମବାର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କୁ ଭେଟି ତଦନ୍ତର ଅଗ୍ରଗତି ନେଇ ଅବଗତ କରାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri