ଆରମ୍ଭ ହେଲା ପଦଯାତ୍ରା ପ୍ରତିଯୋଗିତା

ଭୁବନେଶ୍ବର, ୧୦ା୮(ବ୍ୟୁରୋ): ସ୍ବାଧୀନତାର ୭୫ ବର୍ଷ ପୂର୍ତ୍ତି ଉପଲକ୍ଷେ ଅଖିଳ ଭାରତ କଂଗ୍ରେସ କମିଟି କ୍ରାନ୍ତି ଦିବସ ଅର୍ଥାତ୍‌ ମଙ୍ଗଳବାରରୁ ଅଗଷ୍ଟ ୧୪ ପର୍ଯ୍ୟନ୍ତ ଦେଶବ୍ୟାପୀ ସ୍ବାଧୀନତା ଗୌରବ ଯାତ୍ରା କରିବା ପାଇଁ ନିଷ୍ପତ୍ତି ନେଇଛି। ସେହି ଅନୁଯାୟୀ ପ୍ରତି ଜିଲାରେ ୭୫ କିମି ପଦଯାତ୍ରା କରି ଦଳ ଏହି କାର୍ଯ୍ୟକ୍ରମ ପାଳନ କରିବ। ତଦନୁଯାୟୀ ପ୍ରଦେଶ କଂଗ୍ରେସ କମିଟି(ପିସିସି) ପକ୍ଷରୁ ସମସ୍ତ ସାଙ୍ଗଠନିକ ଜିଲାରେ ଏହି ସ୍ବାଧୀନତା ଗୌରବ ଯାତ୍ରାର ଶୁଭାରମ୍ଭ କରାଯାଇଛି। ଏହିକ୍ରମରେ ଭୁବନେଶ୍ୱର ଜିଲା କଂଗ୍ରେସ କମିଟି ପକ୍ଷରୁ ସ୍ଥାନୀୟ ନାଲ୍‌କୋ ଛକ ମହାମତ୍ା ଗାନ୍ଧୀ ପାର୍କରେ ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ପିସିସି ସଭାପତି ଶରତ ପଟ୍ଟନାୟକ ମାଲ୍ୟାର୍ପଣ କରି ସ୍ବାଧୀନତା ଗୌରବ ପଦଯାତ୍ରା ଆରମ୍ଭ କରିଛନ୍ତି। ଏହି ପଦଯାତ୍ରା ଜାଭିୟର ଇନ୍‌ଷ୍ଟିଚ୍ୟୁଟ ଅଫ ମ୍ୟାନେଜମେଣ୍ଟ, ମୁଣ୍ଡାସାହି, ସାଲିଆ ସାହି ଦେଇ ନୟାପଲ୍ଳୀ ଏନ୍‌-୫ ହନୁମାନ ମନ୍ଦରି ପାଖରେ ସମାପ୍ତ ହୋଇଛି। ରାମଧୁନ, ମହାମତ୍ା ଗାନ୍ଧୀ, ପଣ୍ଡିତ ନେହେରୁ, ସର୍ଦ୍ଦାର ବଲ୍ଲଭଭାଇ ପଟେଲ, ସୁଭାଷ ବୋଷ, ଗୋପବନ୍ଧୁ, ମାଳତି ଚୌଧୁରୀ, ହରେକୃଷ୍ଣ ମହତାବଙ୍କ ଜୟଧ୍ୱନି ଦେଇ ୫ କି.ମି.ରୁ ଅଧିକ ରାସ୍ତା ଅତିକ୍ରମ କରିଥିଲେ। ଏହି ପଦଯାତ୍ରାରେ ଶତାଧିକ କଂଗ୍ରେସ କର୍ମୀ ମହିଳା, ଯୁବ, ଛାତ୍ର କଂଗ୍ରେସ, ସେବାଦଳ ସହିତ ଅନ୍ୟାନ୍ୟ ବିଭିନ୍ନ ପ୍ରକୋଷ୍ଠ ଓ ବିଭାଗର କାର୍ଯ୍ୟକର୍ତ୍ତାଙ୍କ ସହିତ ଶହ ଶହ ସାଧାରଣ ଜନତା ସାମିଲ ହୋଇଥିଲେ।
ଅନ୍ୟପଟେ ଭାଜପା ନିଜର ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଆରମ୍ଭ କରିଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଦଳ ରାଜ୍ୟ କାର୍ଯ୍ୟାଳୟଠାରେ ସୋମବାର ଏହି କାର୍ଯ୍ୟକ୍ରମ ଶୁଭାରମ୍ଭ କରିଥିଲେ। ଏହି କାର୍ଯ୍ୟକ୍ରମ ଆସନ୍ତା ୧୫ ପର୍ଯ୍ୟନ୍ତ ଚାଲିବ। ଭାଜପା ନେତାମାନେ ହାତରେ ତ୍ରିରଙ୍ଗା ଧରି ପଦଯାତ୍ରା ଆରମ୍ଭ କରିଛନ୍ତି। ଦଳର ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ନେତୃତ୍ୱରେ ଏହି କାର୍ଯ୍ୟକ୍ରମ ପୁରୀ ଜିଲା ପିପିଲିର ବେରବୋଇଠାରୁ ଆରମ୍ଭ ହୋଇଛି। ଏଥିରେ ଜିଲାର ବହୁ ନେତା, ବିଧାୟକ ସାମିଲ ହୋଇଥିଲେ। ଏହାପରେ ସମୀର ନିମାପଡ଼ାଠାରେ ଅନୁଷ୍ଠିତ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ। ଦଳ ପକ୍ଷରୁ ପ୍ରତ୍ୟେକ ଘରେ ୧୩ରୁ ୧୫ ପର୍ଯ୍ୟନ୍ତ ତ୍ରିରଙ୍ଗା ଉଡ଼ାଇବା ଲାଗି ଆହ୍ବାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

ସୋସିଆଲ ମିଡିଆ ନୀତିରେ ବଡ଼ ପରିବର୍ତ୍ତନ କଲା ଭାରତୀୟ ସେନା, ଏଣିକି ଦେଖିପାରିବେ ହେଲେ…

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ଏହାର ସୈନିକ ଏବଂ ଅଧିକାରୀମାନଙ୍କ ପାଇଁ ସୋସିଆଲ ମିଡିଆ ଆପ୍ ବ୍ୟବହାର ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛି । ପ୍ରତିରକ୍ଷା ଅଧିକାରୀଙ୍କ...

ସରକାରୀ ପ୍ରତିଶ୍ରୁତି ପାଣିର ଗାର: ୬ ମାସ ହେଲା ବସୁଧା ପ୍ରକଳ୍ପ ଅଚଳ!

ଥୁଆମୂଳ ରାମପୁର,୨୫।୧୨(ଦୁର୍ଗା କୀର୍ତ୍ତି): ସରକାରଙ୍କ ‘ବସୁଧା’ ଯୋଜନାରେ ଘରକୁ ଘର ପାନୀୟ ଜଳ ଯୋଗାଇ ଦେବା ପ୍ରତିଶ୍ରୁତି ଏବେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ...

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଆଉ ତା’ପରେ ଘଟିଗଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଘୋଡାହାଡ ଡ଼୍ୟାମ ରାସ୍ତାର ଦ୍ବାର ଗାଁ ମୁଖ୍ୟରାସ୍ତା କ୍ରସର ନିକଟରେ ଗୁରୁବାର ମଧ୍ୟାହ୍ନରେ ଦୁଇ ବାଇକ...

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ସହାୟତା ଦାବି

ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ଗତ...

ମତ୍ସ୍ୟ ଚାଷ ପ୍ରତି ବଢୁଛି ଆଗ୍ରହ: ଚାଷୀଙ୍କୁ ୪୦ ରୁ ୫୦ ପ୍ରତିଶତ ମିଳୁଛି ସବସିଡି

ଭଞ୍ଜନଗର,୨୫/୧୨(ବାବୁଲା ପ୍ରଧାନ): ଚିକେନ, ମଟନ ଅପେକ୍ଷା ମାଛ ସ୍ବାସ୍ଥ୍ୟ ପାଇଁ ହିତକର। ତେଣୁ ମାଛ ପ୍ରତି ଲୋକଙ୍କ ଆଗ୍ରହ ବଢୁଛି। କିନ୍ତୁ ଗଞ୍ଜାମ ଜିଲାରେ ଆବଶ୍ୟକତା...

ଆଶ୍ଚର୍ଯ୍ୟ ଲାଗିଲେ ବି ସତ, ପୋଷା କୁକୁର ପାଇଁ ଫିନାଇଲ ପିଇ ଜୀବନ ହାରିଲେ ଦୁଇ ଭଉଣୀ

ନୂଆଦିଲ୍ଲୀ,୨୫।୧୨: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଦୁଇ ଭଉଣୀ ଫିନାଇଲ୍ ପିଇ ଆତ୍ମହତ୍ୟା କରିଛନ୍ତି । ଏହାର  କାରଣ...

ହିଲଭିୟୁ ପାର୍କରେ ଟ୍ରେନ ଦୁର୍ଘଟଣା: ଟ୍ରାକ ବାହାରକୁ ଚାଲିଗଲା ବଗି

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ହିଲଭିୟୁ ପାର୍କରେ ଛୁଟିଦିନ ରହିଥିବାରୁ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri