ଆରମ୍ଭ ହେଲା ପଦଯାତ୍ରା ପ୍ରତିଯୋଗିତା

ଭୁବନେଶ୍ବର, ୧୦ା୮(ବ୍ୟୁରୋ): ସ୍ବାଧୀନତାର ୭୫ ବର୍ଷ ପୂର୍ତ୍ତି ଉପଲକ୍ଷେ ଅଖିଳ ଭାରତ କଂଗ୍ରେସ କମିଟି କ୍ରାନ୍ତି ଦିବସ ଅର୍ଥାତ୍‌ ମଙ୍ଗଳବାରରୁ ଅଗଷ୍ଟ ୧୪ ପର୍ଯ୍ୟନ୍ତ ଦେଶବ୍ୟାପୀ ସ୍ବାଧୀନତା ଗୌରବ ଯାତ୍ରା କରିବା ପାଇଁ ନିଷ୍ପତ୍ତି ନେଇଛି। ସେହି ଅନୁଯାୟୀ ପ୍ରତି ଜିଲାରେ ୭୫ କିମି ପଦଯାତ୍ରା କରି ଦଳ ଏହି କାର୍ଯ୍ୟକ୍ରମ ପାଳନ କରିବ। ତଦନୁଯାୟୀ ପ୍ରଦେଶ କଂଗ୍ରେସ କମିଟି(ପିସିସି) ପକ୍ଷରୁ ସମସ୍ତ ସାଙ୍ଗଠନିକ ଜିଲାରେ ଏହି ସ୍ବାଧୀନତା ଗୌରବ ଯାତ୍ରାର ଶୁଭାରମ୍ଭ କରାଯାଇଛି। ଏହିକ୍ରମରେ ଭୁବନେଶ୍ୱର ଜିଲା କଂଗ୍ରେସ କମିଟି ପକ୍ଷରୁ ସ୍ଥାନୀୟ ନାଲ୍‌କୋ ଛକ ମହାମତ୍ା ଗାନ୍ଧୀ ପାର୍କରେ ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ପିସିସି ସଭାପତି ଶରତ ପଟ୍ଟନାୟକ ମାଲ୍ୟାର୍ପଣ କରି ସ୍ବାଧୀନତା ଗୌରବ ପଦଯାତ୍ରା ଆରମ୍ଭ କରିଛନ୍ତି। ଏହି ପଦଯାତ୍ରା ଜାଭିୟର ଇନ୍‌ଷ୍ଟିଚ୍ୟୁଟ ଅଫ ମ୍ୟାନେଜମେଣ୍ଟ, ମୁଣ୍ଡାସାହି, ସାଲିଆ ସାହି ଦେଇ ନୟାପଲ୍ଳୀ ଏନ୍‌-୫ ହନୁମାନ ମନ୍ଦରି ପାଖରେ ସମାପ୍ତ ହୋଇଛି। ରାମଧୁନ, ମହାମତ୍ା ଗାନ୍ଧୀ, ପଣ୍ଡିତ ନେହେରୁ, ସର୍ଦ୍ଦାର ବଲ୍ଲଭଭାଇ ପଟେଲ, ସୁଭାଷ ବୋଷ, ଗୋପବନ୍ଧୁ, ମାଳତି ଚୌଧୁରୀ, ହରେକୃଷ୍ଣ ମହତାବଙ୍କ ଜୟଧ୍ୱନି ଦେଇ ୫ କି.ମି.ରୁ ଅଧିକ ରାସ୍ତା ଅତିକ୍ରମ କରିଥିଲେ। ଏହି ପଦଯାତ୍ରାରେ ଶତାଧିକ କଂଗ୍ରେସ କର୍ମୀ ମହିଳା, ଯୁବ, ଛାତ୍ର କଂଗ୍ରେସ, ସେବାଦଳ ସହିତ ଅନ୍ୟାନ୍ୟ ବିଭିନ୍ନ ପ୍ରକୋଷ୍ଠ ଓ ବିଭାଗର କାର୍ଯ୍ୟକର୍ତ୍ତାଙ୍କ ସହିତ ଶହ ଶହ ସାଧାରଣ ଜନତା ସାମିଲ ହୋଇଥିଲେ।
ଅନ୍ୟପଟେ ଭାଜପା ନିଜର ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଆରମ୍ଭ କରିଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଦଳ ରାଜ୍ୟ କାର୍ଯ୍ୟାଳୟଠାରେ ସୋମବାର ଏହି କାର୍ଯ୍ୟକ୍ରମ ଶୁଭାରମ୍ଭ କରିଥିଲେ। ଏହି କାର୍ଯ୍ୟକ୍ରମ ଆସନ୍ତା ୧୫ ପର୍ଯ୍ୟନ୍ତ ଚାଲିବ। ଭାଜପା ନେତାମାନେ ହାତରେ ତ୍ରିରଙ୍ଗା ଧରି ପଦଯାତ୍ରା ଆରମ୍ଭ କରିଛନ୍ତି। ଦଳର ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ନେତୃତ୍ୱରେ ଏହି କାର୍ଯ୍ୟକ୍ରମ ପୁରୀ ଜିଲା ପିପିଲିର ବେରବୋଇଠାରୁ ଆରମ୍ଭ ହୋଇଛି। ଏଥିରେ ଜିଲାର ବହୁ ନେତା, ବିଧାୟକ ସାମିଲ ହୋଇଥିଲେ। ଏହାପରେ ସମୀର ନିମାପଡ଼ାଠାରେ ଅନୁଷ୍ଠିତ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ। ଦଳ ପକ୍ଷରୁ ପ୍ରତ୍ୟେକ ଘରେ ୧୩ରୁ ୧୫ ପର୍ଯ୍ୟନ୍ତ ତ୍ରିରଙ୍ଗା ଉଡ଼ାଇବା ଲାଗି ଆହ୍ବାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରହମାନଙ୍କ ଶପଥ ଉତ୍ସବରେ ଯୋଗ ଦେବେନି ମୋଦି: ସାମ୍ନାକୁ ଆସିଲା ବଡ଼ କାରଣ

ନୂଆଦିଲ୍ଲୀ,୧୬ା୨:ବାଂଲାଦେଶ ନିର୍ବାଚନରେ ବିଏନ୍‌ପି ବିପୁଳ ବିଜୟ ହାସଲ କରିବା ପରେ ଦଳୀୟ ଅଧ୍ୟକ୍ଷ ତାରିକ୍‌ ରହମାନ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ। ଆସନ୍ତା ୧୭ ତାରିଖରେ ଏକ…

ସୁସ୍ଥ ହୃତ୍‌ପିଣ୍ଡ ଓ ରକ୍ତଚାପ

ମନୁଷ୍ୟ ଶରୀରରେ ମସ୍ତିଷ୍କ ପରେ ହୃତ୍‌ପିଣ୍ଡ ବା ହାର୍ଟ ହେଉଛି ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଅଙ୍ଗ। କହିବାକୁ ଗଲେ ହୃଦ୍‌ଯନ୍ତ୍ର ଦ୍ୱାରା ମସ୍ତିଷ୍କକୁ ରକ୍ତ ସଞ୍ଚାଳନ ନ ହେଲେ…

‘ମୋତେ ସ୍ତ୍ରୀର ମାନ୍ୟତା ଦିଅ, ନଚେତ୍ ମୁଁ ଆତ୍ମହତ୍ୟା କରିବି’, ଭାଜପା ନେତାଙ୍କ ନାଁରେ ପ୍ରେମିକାଙ୍କ ଗମ୍ଭୀର ଅଭିଯୋଗ

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ମୋରାଦାବାଦରୁ ଏକ ମାମଲା ସାମ୍ନାକୁ ଆସିଛି, ଯାହା ସମଗ୍ର ଅଞ୍ଚଳରେ ବ୍ୟାପକ ଭାବରେ ଚର୍ଚ୍ଚା ହେଉଛି । କୁଣ୍ଡାରକି ଥାନା ଅଞ୍ଚଳ ଅନ୍ତର୍ଗତ…

ଭାରତଠାରୁ ପରାଜୟ ପରେ ରାଗିକି ନିଆଁ ହୋଇଗଲେ ଶାହିଦ ଆଫ୍ରିଦି: ନିଜ ଜ୍ୱାଇଁଙ୍କୁ ବି ଛାଡ଼ିଲେନି

ଇସଲାମାବାଦ୍‌,୧୬।୨: ଟି୨୦ ବିଶ୍ୱକପରେ ଭାରତ ବିପକ୍ଷରେ ପରାଜୟ ପୂର୍ବତନ ପାକିସ୍ତାନ ଅଧିନାୟକ ଶାହିଦ ଆଫ୍ରିଦିଙ୍କ ଖୋଲାଖୋଲି ଭାବରେ ଦଳକୁ ସମାଲୋଚନା କରିଛନ୍ତି। ସେ ଦଳର ବରିଷ୍ଠ ଖେଳାଳିମାନଙ୍କୁ…

ଗ୍ରହାଣୁରୁ ଖଣିଜ ଉତ୍ତୋଳନ

ସୌରଜଗତର ମଙ୍ଗଳ ଏବଂ ବୃହସ୍ପତି ଗ୍ରହ କକ୍ଷ ମଝିରେ ଅନେକ କ୍ଷୁଦ୍ର ବସ୍ତୁପିଣ୍ଡ ସୂର୍ଯ୍ୟକୁ ପରିକ୍ରମଣ କରୁଛି। ଏଗୁଡ଼ିକୁ ଗ୍ରହାଣୁ ବା ଗୌଣ ଗ୍ରହ କୁହାଯାଏ ଏବଂ…

ଲଜ୍ଜାରେ ଏମିତି କାମ କଲେ ମୋହସିନ ନକଭି: ମ୍ୟାଚ୍‌ ଅଧାରୁ ….

ନୂଆଦିଲ୍ଲୀ,୧୬।୨: ଭାରତଠାରୁ ପରାସ୍ତ ହେବାପରେ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି)ର ମୁଖ୍ୟ ମୋହସିନ ନକଭି ଦଳର ହାତ ଛାଡ଼ିଦେଇଛନ୍ତି। କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଭାରତ ବିପକ୍ଷରେ ତାଙ୍କ…

IND vs PAK: ଟିମ୍ ଇଣ୍ଡିଆର ଦମଦାର୍ ବିଜୟ, ଭାଇରାଲ ହେଉଛି ଗୌତମ ଗମ୍ଭୀରଙ୍କ ୬ ଶବ୍ଦର ପୋଷ୍ଟ

କଲମ୍ବୋ,୧୬।୨:  ପାକିସ୍ତାନ ବିପକ୍ଷରେ ଭାରତର ଦମଦାର ବିଜୟ ପରେ, ଭାରତୀୟ ଦଳର କୋଚ୍ ଗୌତମ ଗମ୍ଭୀରଙ୍କ ଏକ ପୋଷ୍ଟ ସୋସିଆଲ ମିଡିଆରେ ଭାଇରାଲ ହେଉଛି । ଭାରତର…

ହୋଟେଲ ମାଲିକଙ୍କୁ ହତ୍ୟା: ଦୋକାନ ଆଗରେ…

ସିମୁଳିଆ, ୧୬।୨(ସନ୍ତୋଷ ନାୟକ): ବାଲେଶ୍ବର ଜିଲା ସିମୁଳିଆ ଥାନା ଠାରୁ ୩କି.ମି. ଦୂର ୧୬ନଂ ଜାତୀୟ ରାଜପଥ ପାଶର୍‌ବରେ ଥିବା ଜୟ ମା ’ଦୁର୍ଗା ନାମକ ହୋଟେଲର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri