ଡ୍ରିଲିଂବେଳେ କାନ୍ଥ ଭୁଶୁଡ଼ିଲା: ଶ୍ରମିକ ମୃତ

କଟକ ଅଫିସ,୧୦ା୩: କଟକ ଶଙ୍କରପୁର ଢିଅସାହି ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ କାନ୍ଥ ଭୁଶୁଡି ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ କଟକ ନୂଆରାଉସାପାଟଣା ଅଞ୍ଚଳର ଡି.ସୁରିଆ ରାଓ(୩୪)। ବାଦାମବାଡି ଥାନା ଅଧିକାରୀ ରଶ୍ମି ରଞ୍ଜନ ମହାପାତ୍ରଙ୍କ ସୂଚନା ଅନୁଯାୟୀ, ଢିଅସାହି ଅଞ୍ଚଳରେ ମ୍ୟୁନିସିପାଲିଟିର ନାଳ ନିର୍ମାଣ କାର୍ଯ୍ୟ ଚାଲିଥିଲା। ସେଠାରେ ରାଓ ଶ୍ରମିକ ଭାବେ କାମ କରୁଥିଲେ। ଅପରାହ୍ନ ପ୍ରାୟ ସାଢେ ୪ଟାରେ ନାଳପାର୍ଶ୍ୱକୁ ଲାଗିଥିବା ଘରର କାନ୍ଥ ତାଙ୍କ ଉପରେ ପଡିଯାଇଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ଏସ୍‌ସିବି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଅନ୍ୟପକ୍ଷରେ ସ୍ଥାନୀୟ ଅଞ୍ଚଳର ମାଳତୀ ମହାନ୍ତି କହିଛନ୍ତି, ଏହି ନାଳ କାମ ପ୍ରାୟ ୧୫ ଦିନ ହେବ ଚାଲିଛି। କଣ୍ଟ୍ରାକ୍ଟରଙ୍କୁ ଯେତେ କହିଲେ ମଧ୍ୟ ସେ ନ ଶୁଣି ଘରର କାନ୍ଥଗୁଡିକୁ ଲଗାଇ ଡ୍ରିଲ କରି ଖୋଳୁଛନ୍ତି। ଫଳରେ ମଙ୍ଗଳବାର ଶ୍ରମିକ ଜଣକ କାନ୍ଥପାର୍ଶ୍ୱକୁ ଲଗାଇ ଡ୍ରିଲ କରୁଥିବାବେଳେ ତାହା ତାଙ୍କ ଉପରେ ପଡିଯାଇଥିଲା। ଯଦି କଣ୍ଟ୍ରାକ୍ଟର ଏ ଦିଗରେ ଦୃଷ୍ଟି ନ ଦିଅନ୍ତି, ତେବେ ଆଗାମୀ ଦିନରେ ଏଭଳି ଦୁର୍ଘଟଣାକୁ ଏଡାଇ ଦିଆଯାଇ ନ ପାରେ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri