ଲଗାଣ ବର୍ଷାରେ ଭୁଶୁଡିଲା କାନ୍ଥ : ଆଖିବୁଜିଲେ ଝିଅ, ପରିବାରର ୪ ଗୁରୁତର

ପାଟଣାଗଡ଼,୧୬।୮(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ପାଟଣାଗଡ ବ୍ଲକ ଅନ୍ତର୍ଗତ ଦେଉଲଗାଁ ପଞ୍ଚାୟତ ଘୁନଘୁଟିପାଲି ଗ୍ରାମରେ ଶୁକ୍ରବାର ଲଗାଣ ବର୍ଷା ଯୋଗୁ କାନ୍ଥ ଭୁଶୁଡି ପଡ଼ିଛି। ଏଥିରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪ ଜଣ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଚିକିତ୍ସାଧୀନ ଅଛନ୍ତି।
ଘଟଣା ଅନୁଯାୟୀ, ଗତ ୨ ଦିନ ଲଗାଣ ବର୍ଷାରେ ଉକ୍ତ ଗ୍ରାମର ଶୋଭାବନ ବାରଲେଣ୍ଡିଆଙ୍କ ଘର କାନ୍ଥ ଭୋର ସମୟରେ ପଡିଯାଇଥିଲା। ଗ୍ରାମବାସୀ ଏହା ଜାଣିବା ପରେ ସଙ୍ଗେସଙ୍ଗେ ସେମାନଙ୍କୁ ମାଟି କାଢି ଉଦ୍ଧାର କରିଥିଲେ। ଘଟଣାସ୍ଥଳରେ ହିଁ ତାଙ୍କ ଝିଅ ଦୀପା (୧୯)ଙ୍କ ମୃତ୍ୟୁ ଘଟିଛି। ତାଙ୍କ ସ୍ତ୍ରୀ ସତ୍ୟଭାମା (୪୫), ପୁଅ ଦୀପକ (୧୫) ଏବଂ ଦିର୍ଜ୍ୟୁ (୧୦)ଙ୍କୁ ଗୁରୁତର ଅବସ୍ଥାରେ ପାଟଣାଗଡ ଡାକ୍ତରଖାନାକୁ ନିଆଯାଇଥିଲା। ଖବର ପାଇ ପାଟଣାଗଡ ଉପଜିଲାପାଳ ସୋମନାଥ ପ୍ରଧାନ ପହଞ୍ଚି ସେମାନଙ୍କ ଅବସ୍ଥା ସମ୍ପର୍କରେ ବୁଝିଥିଲେ ଏବଂ ସମସ୍ତ ସରକାରୀ ସାହାଯ୍ୟ ଦେବାକୁ କହିଥିଲେ। ପରେ  ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ ବଲାଙ୍ଗୀର ଭୀମଭୋଇ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା।
ଘଟଣାସ୍ଥଳକୁ ପାଟଣାଗଡ଼ ତହସିଲଦାର ଡ.ପୁଷ୍ପାଞ୍ଜଳୀ ପଣ୍ଡା ଏବଂ ଥାନାଅଧିକାରୀ କେ. ପ୍ରିୟଙ୍କା ରାଉତରାୟ ପହଞ୍ଚି ଭାଙ୍ଗି ଯାଇଥିବା ଘର ଦେଖିବା ସହ କ୍ଷତିପୂରଣ ପାଇଁ ଆକଳନ କରି ତୁରନ୍ତ ରିପୋର୍ଟ ପ୍ରସ୍ତୁତ କରଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

MIର ହେଡ କୋଚ ହେବେ ରୋହିତ ଶର୍ମା! ଆଉ ବିରାଟ…ହଇଚଇ ସୃଷ୍ଟି କଲା ଅଶ୍ୱିନଙ୍କ ଭବିଷ୍ୟବାଣୀ

ନୂଆଦିଲ୍ଲୀ, ୧୪।୮: ରୋହିତ ଶର୍ମା ଏବଂ ବିରାଟ କୋହଲି ନିଜ ଦିନିକିଆ କ୍ରିକେଟ କ୍ୟାରିୟରର ଶେଷ ପର୍ଯ୍ୟାୟରେ ପହଞ୍ଚିଛନ୍ତି। ୨୦୨୭ ବିଶ୍ୱକପ ଖେଳିବା ପରେ ଉଭୟ ଅବସର…

ଆମେରିକାର ବଡ଼ ଅଭିଯୋଗ; ଚାଇନାକୁ ଟାରିଫ୍‌ରୁ ବଞ୍ଚାଉଛି ଭାରତ!

ଓ୍ବାଶିଂଟନ,୧୪।୮: ଆମେରିକା ପୁଣିଥରେ ଟାରିଫ୍‌ ପ୍ରସଙ୍ଗରେ ଭାରତକୁ ନେଇ ବଡ଼ ଅଭିଯୋଗ ଆଣିଛି। ଆମେରିକାର ଅଭିଯୋଗ ଅନୁସାରେ, ଭାରତ ସମେତ ୪୦ରୁ ଅଧିକ ଦେଶ କଥିତ ଭାବେ…

ଶନିଙ୍କ ନକ୍ଷତ୍ର ଗୋଚରରେ ଏହି ୪ ରାଶିଙ୍କ ଉପରେ ବଡ଼ ସଙ୍କଟ! ୯ ଅକ୍ଟୋବର ପର୍ଯ୍ୟନ୍ତ ରୁହନ୍ତୁ ସାବଧାନ, ନଚେତ୍‌…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଶନି ଗ୍ରହ ଆସନ୍ତା ୨୦ ଅଗଷ୍ଟ ୨୦୨୬, ଗୁରୁବାର ସନ୍ଧ୍ୟା ୭ଟା ୪୫ ମିନିଟରେ ରେବତୀ ନକ୍ଷତ୍ରର ଦ୍ୱିତୀୟ ପଦରୁ ପ୍ରଥମ ପଦକୁ…

ଭାରତୀୟ ଖେଲାଳିଙ୍କୁ ଅଲ୍ଟିମେଟମ ଦେଲେ ଗମ୍ଭୀର: ଶେଷ ସୁଯୋଗ…

ଗାଲେ,୧୪।୮:୧୫ ଅଗଷ୍ଟରୁ ଆରମ୍ଭ ହେଉଥିବା ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ ପାଇଁ ପ୍ଲେଇଂ ଇଲେଭେନ ସମ୍ପର୍କରେ ଭାରତୀୟ ଦଳ ମଧ୍ୟରେ ବିଚାର ବିମର୍ଶ ଚାଲିଛି। ଅଧିନାୟକ ଶୁବମନ…

ରାଗରେ ସ୍ବାମୀଙ୍କୁ ମୁଣ୍ଡକୁ ଲୁହା ତାଓ୍ବାରେ ପିଟିଦେଲେ ସ୍ତ୍ରୀ: ଆଉ ତା’ପରେ ଯାହା ଘଟିଲା…

ଲକ୍ଷ୍ନୌ,୧୪।୮: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରୁ ସ୍ବାମୀ-ସ୍ତ୍ରୀଙ୍କ ସମ୍ପର୍କର ପବିତ୍ରତାକୁ ଭାଙ୍ଗି ଦେଉଥିବା ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଜାନକୀପୁରମର ଆନନ୍ଦ ବିହାର କଲୋନୀରେ, ଜଣେ…

EPFO New Rules: ପେନସନ ଟଙ୍କା ଉଠାଣରେ ବଡ଼ ପରିବର୍ତ୍ତନ, ଏଣିକି ଅପେକ୍ଷା କରିବାକୁ ପଡ଼ିବ ଏତେ ଦିନ

ନୂଆଦିଲ୍ଲୀ, ୧୪।୮: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ପକ୍ଷରୁ PF ଓ ପେନସନ ଉଠାଣ ନିୟମରେ ବଡ଼ ପରିବର୍ତ୍ତନ କରାଯାଇଛି। ଏହାର ସିଧାସଳଖ ପ୍ରଭାବ ବେତନଭୋଗୀ…

ଫୁକେଟ-ଦିଲ୍ଲୀ ଏୟାର ଇଣ୍ଡିଆ ବିମାନ ଘଟଣା; ବ୍ଲାକ୍ ବକ୍ସରେ ବଡ଼ ଖୁଲାସା, ୪ ସେକେଣ୍ଡ ପାଇଁ ଫେଲ୍‌ ହୋଇଥିଲା…

ନୂଆଦିଲ୍ଲୀ,୧୪।୮: ଫୁକେଟ୍‌ରୁ ଦିଲ୍ଲୀ ଆସୁଥିବା ଏୟାର ଇଣ୍ଡିଆର ଏକ ବିମାନ (AI-2379) ହଠାତ୍ ୨୫୦ ଫୁଟ୍ ତଳକୁ ଖସିଯିବା ଏବଂ ଏକ ଭୟଙ୍କର ଟର୍ବୁଲେନ୍ସ (Turbulence) ସୃଷ୍ଟି…

ଅଧିକ ଲୁଣ ଖାଉଥିଲେ ସାବଧାନ! ଚେତାବନୀ ଦେଲା WHO, ପଢନ୍ତୁ ଦୌନିକ କେତେ ଖାଇବା ଉଚିତ୍‌

ନୂଆଦିଲ୍ଲୀ,୧୪।୮: ଖାଦ୍ୟର ସ୍ବାଦ ବଢ଼ାଇବା ପାଇଁ ଲୁଣ ଅତ୍ୟନ୍ତ ଜରୁରୀ। କିନ୍ତୁ ଲୁଣର ପରିମାଣ ଉପରେ ନଜର ରଖିବା ମଧ୍ୟ ସେତିକି ଗୁରୁତ୍ୱପୂର୍ଣ୍ଣ। ପ୍ରତିଦିନ ଆବଶ୍ୟକତାଠାରୁ ଅଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri