ଟାଙ୍କି ଖନନବେଳେ ଭୁଶୁଡ଼ିଲା ପାଚେରି

ଭୁବନେଶ୍ୱର, ୨।୧୨(ବ୍ୟୁରୋ): ଏକ ନିର୍ମାଣାଧୀନ ଆପାର୍ଟମେଣ୍ଟର ସ୍ବେରେଜ ଟାଙ୍କି ଖୋଳାଯାଉଥିବାବେଳେ ପାଚେରୀ ଭୁଶୁଡି ପଡ଼ିବାରୁ ଏହା ତଳେ ଚାପି ହୋଇ ଜଣେ ମହିଳା ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଏଥିସହ ଆଉଜଣେ ମହିଳା ଶ୍ରମିକ ଗୁରୁତର ଆହତ ହୋଇଛନ୍ତି। ଭରତପୁର ଥାନା ଅନ୍ତର୍ଗତ କଳିଙ୍ଗ ନଗରର କେ-୮ ଅଞ୍ଚଳରେ ଗୁରୁବାର ସନ୍ଧ୍ୟା ଘଟିଛି ଏହି ଦୁଃଖଦ ଘଟଣା। ମୃତା ମହିଳା ଜଣକ ହେଲେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁରର ଏ. କମଳା ରେଡ୍ଡୀ ଓ ଆହତ ହେଲେ ଶିବାନୀ ରେଡ୍ଡୀ। ଶିବାନୀଙ୍କୁ ସ୍ଥାନୀୟ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏଥିସହ ପୋଲିସ ମୃତଦେହ ଜବର କରି ବ୍ୟବଚ୍ଛେଦ ପାଇଁ ହସ୍ପିଟାଲ ପଠାଇ ଘଟଣାର ଅଧିକ ତଦନ୍ତ ଚଳାଇଛି। ବେଆଇନ ଭାବେ ଉକ୍ତ ଖନନ ହେଉଥିବାବେଳେ ବିଲ୍ଡର ସଂସ୍ଥାର ମୁଖ୍ୟ କିମ୍ବା ଠିକାଦାର ଏଥିଲାଗି ସେପରି କିଛି ଅନୁମତି ନେଇ ନ ଥିବା ଓ ବିନା ସୁରକ୍ଷା ଉପକରଣରେ ବିପଦପୂର୍ଣ୍ଣ ଭାବେ ପାଚେରି ମୂଳର ଖୋଳାଯାଉଥିବା ତଦନ୍ତବେଳେ ଜଣାପଡିଛି। ତେବେ ଏପରି ଖାମଖିଆଲି ପାଇଁ ଜଣେ ଶ୍ରମିକଙ୍କ ଅକାଳ ମୃତ୍ୟୁ ଘଟିଥିବାବେଳେ ଆଉଜଣେ ଜୀବନ ସହ ସଂଗ୍ରାମ କରୁଛନ୍ତି। ସମ୍ପୃକ୍ତ ବିଲ୍ଡର ଓ ଠିକାଦାରଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି।
ସୂଚନାନୁସାରେ, ଉକ୍ତ ଟାଙ୍କି ଖୋଳିବାରେ ୬ଜଣ ଶ୍ରମିକ ନିୟୋଜିତ ହୋଇଥିଲେ। ୨ ମହିଳା ଶ୍ରମିକ ତଳେ ରହି ଖୋଲୁଥିବାବେଳେ ଅନ୍ୟମାନେ ଉପରେ ମାଟି ଉଠାଇବା ସହ ସ୍ଥାନାନ୍ତର କରୁଥିଲେ। ଏହାକୁ ଲାଗି ରହିଥିବା ପାଚେରି ମାଙ୍କଡ଼ା ପଥରରେ ତିଆରି ହୋଇଥିଲା। ଏହା ମୂଳରେ ୧୦ ଫୁଟ ଖୋଳାଯିବା ପରେ ଭୁଶୁଡି ପଡିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri