ନିର୍ମାଣାଧୀନ ଅଙ୍ଗନଓ୍ବାଡି କେନ୍ଦ୍ର କାନ୍ଥ ଭୁଶୁଡ଼ିଲା

ପଟ୍ଟାମୁଣ୍ଡାଇ,୪ା୮(ଅକ୍ଷୟ ବିଶ୍ୱାଳ): ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ୱାର୍ଡ ନଂ. ୮ରେର ନିର୍ମାଣାଧୀନ ଏକ ଅଙ୍ଗନଓ୍ବାଡି କେନ୍ଦ୍ରର ଗୋଟିଏ ପାର୍ଶ୍ୱ କାନ୍ଥ ଭୁଶୁଡି ପଡ଼ିଛି। ଅଙ୍ଗନଓ୍ବାଡି କେନ୍ଦ୍ରର ନିର୍ମାଣ ପାଇଁ ୭ଲକ୍ଷ ଟଙ୍କା ମଞ୍ଜୁର ହୋଇଥିଲା। କିନ୍ତୁ ନିମ୍ନମାନର କାମ ଯୋଗୁ କାନ୍ଥଟି ଭୁଶୁଡି ପଡିଛି। ଏହି କାଯର୍‌ୟା ପଟ୍ଟାମୁଣ୍ଡାଇ ବ୍ଲକର ଜଣେ କନିଷ୍ଠ ଯନ୍ତ୍ରୀଙ୍କ ନାମରେ ଥିବା ଜଣାପଡିଛି। ଏ ସମ୍ପର୍କରେ ପୌର କାର୍ଯ୍ୟ ନିର୍ବାହୀ ଅଧିକାରୀ ଅଜିତ ନାରାୟଣ ପ୍ରାସାଦ ଗିରିଙ୍କୁ ପଚାରିବାରୁ ଅଙ୍ଗନଓ୍ବାଡି କାନ୍ଥ ଭୁଶୁଡ଼ିବା ନେଇ କିଛି ଜାଣିନାହିଁ। ତେବେ ବୌଷୟିକ କମିଟି ଦ୍ୱାରା ଯାଞ୍ଚ କରାଯାଇ ଦୋଷୀମାନଙ୍କ ବିରୋଧରେ ଦୃଢ କାର୍ଯ୍ୟାନଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି। ତେବେ କାର୍ଯ୍ୟ ଆରମ୍ଭରୁ ନିମ୍ନମାନର କାମ ହେଉଥିବା ନେଇ ଅଭିଯୋଗ ହୋଇ ଆସୁଥିଲେ ମଧ୍ୟ ସମ୍ପୃକ୍ତ କିନିଷ୍ଠ ଯନ୍ତ୍ରୀ କର୍ଣ୍ଣପାତ ନ କରି କାମ ଚାଲୁ ରଖୁଥିଲେ। ଡିପିସି ପର୍ଯ୍ୟନ୍ତ କାନ୍ଥ ଉଠି ସାରିଥିଲା। ଡିପିସି ପକାଯିବା ପୂର୍ବରୁ ଏହାର କାନ୍ଥ ହଠାତ ଭୁଶୁଡ଼ି ପଡ଼ିଛି। ଅଙ୍ଗନଓ୍ବାଡି ଗୃହ ନିର୍ମାଣରେ ଅନଭିଜ୍ଞ ଠିକାଦାରଙ୍କୁ କାମ ପ୍ରଦାନ ନ କରାଯିବା ଫଳରେ ଏଭଳି ଘଟିଲା ବୋଲି ଚର୍ଚ୍ଚା ହୋଉଛି। ଅଙ୍ଗନଓ୍ବାଡ଼ି କେନ୍ଦ୍ରର ନିର୍ମାଣାଧୀନ ଘରେ ୧୧ଟି ପିଲାର୍‌ ରହିଥିବା ବେଳେ ଲାଗିଥିବା ୧୨ ଏମ୍‌ଏମ୍‌ ରଡ୍‌ ନିମ୍ନମାନର ବୋଲି ଅଭିଯୋଗ ହୋଇଛି। ତେବେ ନିର୍ମାଣ ଚାଲିଥିବା ବେଳେ ଅଙ୍ଗନଓ୍ବାଡି କେନ୍ଦ୍ର କାନ୍ଥ ଭୁଶୁଡ଼ି ପଡ଼ିବା ଘଟଣାର ଭିଜଲାନ୍ସ ତଦନ୍ତ କରାଯିବାକୁ ପୂର୍ବତନ କାଉନସିଲର ପ୍ରଭାତ କୁମାର ପଣ୍ଡା, ଯୁବ ନେତା ଦିବ୍ୟକାନ୍ତ ବିଶ୍ୱାଳ, ସ୍ମୃତିରଞ୍ଜନ ବିଶ୍ୱାଳ ପ୍ରମୁଖ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନଦୀକୁ ଡେଇଁ ଜୀବନ ହାରିଲେ ୮୫ ବର୍ଷୀୟ ଭେଟେରାନ ଫିଲ୍ମ ନିର୍ମାତା, ତାମିଲ ସିନେମାଜଗତ ସ୍ତବ୍ଧ

ହାଇଦ୍ରାବାଦ: ତାମିଲ ସିନେମା ଜଗତରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି, ଯାହା ସାରା ଫିଲ୍ମଜଗତକୁ ସ୍ତବ୍ଧ କରିଦେଇଛି। ନିଜର ସ୍ପଷ୍ଟବାଦୀ ମତାମତ ଏବଂ ବିବାଦୀୟ…

ଅଜଣା ଟ୍ରକକୁ ଧକ୍କା ଦେଲା ବାଇକ, ଚାଳକ ମୃତ

ମୋହନା,୧୭ା୫(ମନ୍ମଥ ମିଶ୍ର): ଗଜପତି ଜିଲା ଟାଙ୍କିଲିପଦର ଗାଁ ଛକରେ ଦୁର୍ଘଟଣା । ଟ୍ରକକୁ ଧକ୍କାଦେଲା ବାଇକ୍ । ଦୁର୍ଘଟଣାରେ ଚାଳକଙ୍କର ମୃତ୍ୟୁ ହୋଇଛି । ମୃତ ବାଇକ୍…

ଡିଜେଲ ଅଭାବରୁ ଚାଲିଲାନି ଜେନେରେଟର: ମରିଗଲେ ଫାର୍ମର ସମସ୍ତ କୁକୁଡ଼ା

ମାଲକାନଗିରି,୧୭।୫(ଗୌରିଶଙ୍କର ପଣ୍ଡା): ମାଲକାନଗିରି ଜିଲାରେ ଡିଜେଲ ଅଭାବ ଏବେ ଗୁରୁତର ସମସ୍ୟା ହୋଇଛି। ବିଦ୍ୟୁତ ସଂଯୋଗ ବିଚ୍ଛିନ୍ନ ହେବା ପରେ ଜେନେରେଟର ଚାଲି ନ ଥିବାରୁ ଏକ…

ପୂର୍ବ ଶତ୍ରୁତାରୁ ଆକ୍ରମଣ ପ୍ରତି ଆକ୍ରମଣ ଘଟଣା, ଜେଲ୍ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମରେ ଦୁଇ ପଡୋଶୀଙ୍କ ମଧ୍ୟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗତ ଶୁକ୍ରବାର ରାତିରେ…

ଚାଷଜମିରେ କାମ କରୁଥିବା ବେଳେ ଟଳିପଡିଲେ, ଅଂଶୁଘାତରେ ଚାଲିଗଲା ଜୀବନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ହନୁମାନ ମନ୍ଦିର ସାହିର ରଘୁନାଥ ଗୌଡ଼(୪୨) ରବିବାର ମଧ୍ୟାହ୍ନରେ ଅଂଶୁଘାତରେ…

ପୂର୍ବତନ ସମିତିସଭ୍ୟଙ୍କ ଘରେ ଚାଲିଥିଲା ଦେଶୀମଦ ଭାଟି, ଚଢ଼ାଉ କରି ଭାଙ୍ଗିଲା ପୋଲିସ

ନନ୍ଦପୁର,୧୭ା୫(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଲମତାପୁଟ ବ୍ଲକର ବନମାଳିପୁଟ ଗ୍ରାମପଞ୍ଚାୟତର ପୂର୍ବତନ ସମିତିସଭ୍ୟ ରମେଶ ବିଶୋଇଙ୍କ ଭିମାରୀପୁଟ ସ୍ଥିତ ଘରେ ସ୍ଥାପିତ…

ପଞ୍ଜାବକୁ ହରାଇ ପ୍ଲେଅଫ୍‌ରେ ସ୍ଥାନ ପକ୍କା କଲା ଆର୍‌ସିବି

ଧର୍ମଶାଳା,୧୭ା୫: ଭେଙ୍କଟେଶ ଆୟାରଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ରବିବାର ଖେଳାଯାଇଥିବା ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୨୩ ରନରେ ପଞ୍ଜାବ କିଙ୍ଗ୍ସକୁ ପରାସ୍ତ କରିଛି। ଏହି…

ଆହତ ସତ୍ତ୍ୱେ ଖେଳିଲେ ବରୁଣ, ହସ୍ତକ୍ଷେପ କରିପାରେ ବିସିସିଆଇ

ନୂଆଦିଲ୍ଲୀ,୧୭ା୫: ଆହତ ସତ୍ତ୍ୱେ ବରୁଣ ଚକ୍ରବର୍ତ୍ତୀ ଶନିବାର ଗୁଜରାଟ ଟାଇଟନ୍ସ ବିପକ୍ଷ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ ପାଇଁ ସମ୍ପୂର୍ଣ୍ଣ ୪ ଓଭର ବୋଲିଂ କରିଥିଲେ। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri