Posted inଖେଳ

ଓ୍ବାରିୟର୍ସ ଚାମ୍ପିୟନ

ଭୁବନେଶ୍ୱର, ୧୦ା୬(ସ୍ପୋଟର୍‌ସ ବ୍ୟୁରୋ): ଓଡ଼ିଶା ସେକ୍ରେଟାରିଏଟ୍‌ କ୍ରିକେଟ ଆସୋସିଏଶନ ଆନୁକୂଲ୍ୟରେ ଆୟୋଜିତ ଦ୍ୱାଦଶ ସେକ୍ରେଟାରିଏଟ୍‌ ପ୍ରିମିୟର୍‌ ଲିଗ୍‌ର ଫାଇନାଲ ମ୍ୟାଚରେ ଓ୍ବାରିୟର୍ସ ଚାମ୍ପିୟନ ଆଖ୍ୟା ଅର୍ଜନ କରିଛି। ପ୍ରବଳ ବର୍ଷା କାରଣରୁ ବିଦ୍ୟୁତ୍‌ ସରବରାହରେ ସମସ୍ୟା କାରଣରୁ ଫାଇନାଲ ଖେଳ ସମ୍ଭବ ହୋଇ ନ ଥିବା ବେଳେ ଲିଗ୍‌ ପର୍ଯ୍ୟାୟ ପଏଣ୍ଟ ଆଧାରରେ ଓ୍ବାରିୟର୍ସ ଚାମ୍ପିୟନ ଓ ଟାଇଟନ୍ସ ରନର୍‌ଅପ୍‌ ହୋଇଛି। ସୁନାମଧନ୍ୟ କୋଚ୍‌ କିଶୋର ମାଣିଆ ଓ ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ମନୋଜ କୁମାର ସ୍ବାଇଁ ଅତିଥି ଭାବରେ ଯୋଗ ଦେଇ ସମସ୍ତଙ୍କୁ ପୁରସ୍କୃତ କରିଥିଲେ। ଆଲୋକ ମହାରଣା ଓ ଫାଲ୍‌ଗୁନୀ ସିଂହଙ୍କୁ ଯଥାକ୍ରମେ ଅରେଞ୍ଜ ଓ ପର୍ପଲ କ୍ୟାପ୍‌ ପ୍ରଦାନ କରାଯାଇଥିଲା। ଶ୍ରୀନିବାସ ଦାସଙ୍କୁ ଟୁର୍ନାମେଣ୍ଟର ମୂଲ୍ୟବାନ ଖେଳାଳି ଘୋଷଣା କରାଯାଇଥିଲା। ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବଙ୍କ ଜରିଆରେ ବାହାନଗା ରେଳ ଦୁର୍ଘଟଣା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୨୫ ହଜାର ଟଙ୍କାର ସହାୟତା ପ୍ରଦାନ କରାଯାଇଥିଲା। କାର୍ଯ୍ୟକ୍ରମରେ ଆସୋସିଏଶନ୍‌ର କାର୍ଯ୍ୟକାରୀ ସଭାପତି ଶଶାଙ୍କ ମହାପାତ୍ର, ସାଧାରଣ ସମ୍ପାଦକ ସଞ୍ଜୀବ କୁମାର ମିଶ୍ର, ଯୁଗ୍ମ ସମ୍ପାଦକ ନୃସିଂହ ଚରଣ ପୃଷ୍ଟି, କାର୍ଯ୍ୟକାରୀ ସଦସ୍ୟ ସ୍ବର୍ଣ୍ଣେନ୍ଦୁ ମିଶ୍ର, କ୍ରୀଡା ନିର୍ଦ୍ଦେଶକ ଅବିନାଶ ଖଣ୍ଡୁଆଳ, ବରିଷ୍ଠ ସଦସ୍ୟ ପଦ୍ମ ଚରଣ ରାଉତ, ଜର୍ଜ ଦେବୀଦତ୍ତ ଦାସ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଆଫଗାନିସ୍ତାନକୁ ହରାଇଲା ଭାରତ, ୧୩ ବଲ୍‌ରେ…

ଧର୍ମଶାଳା,୧୩ା୬: ଧର୍ମଶାଳାରେ ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଖେଳାଯାଇଥିବା ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ୍‌ ସିରିଜରେ ଭାରତ ବିଜୟ ଲାଭ କରିଛି। ବର୍ଷା ପ୍ରଭାବିତ ପ୍ରଥମ ଦିନିକିଆରେ ଟିମ୍‌…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ପଡ଼ୋଶୀଙ୍କ ଆକ୍ରମଣରେ ଜଣେ ଗୁରୁତର, ଠେଙ୍ଗାମାଡ଼ରେ…

ଦିଗପହଣ୍ଡି,୧୩ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡି. ଆମ୍ବଠା ଗ୍ରାମର ଧ୍ରୁବ ରାଉତ ତାଙ୍କ ପଡ଼ୋଶୀ ଅର୍ଜୁନ ନାହାକଙ୍କୁ ଶନିବାର ସକାଳ ପ୍ରାୟ ସାଢ଼େ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri