ଚାଇନାର ଶେଷ ସମ୍ରାଟଙ୍କ ଘଣ୍ଟା ୬ ନିୟୁତ ଡଲାର

ହଂକଂ: ଚାଇନାର ଶେଷ ସମ୍ରାଟ ଆସିନ୍‌-ଗିଓରୋ ପୁୟିଙ୍କ ହାତଘଣ୍ଟା ହଂକଂରେ ୬ ନିୟୁତ ଡଲାରରେ ନିଲାମ ହୋଇଛି। ଐତିହାସିକ ଦୃଷ୍ଟିକୋଣରୁ ମହତ୍ତ୍ୱପୂର୍ଣ୍ଣ ରେଫ୍‌ ୯୬ କ୍ୱାଣ୍ଟିମେ ଲ୍ୟୁନ୍‌ ଟାଇମ୍‌ପିସ୍‌ ଘଣ୍ଟାରେ ମୁକୁଟ ସଦୃଶ ଏକ ଚନ୍ଦ୍ର ରହିଛି।
ପୁୟିଙ୍କୁ ମାତ୍ର ୨ ବର୍ଷ ହୋଇଥିବାବେଳେ ତାଙ୍କର ରାଜ୍ୟାଭିଷେକ ହୋଇଥିଲା। କିନ୍ତୁ ୧୯୧୨ରେ ଶିନ୍‌ହାଇ ବିପ୍ଳବ ବେଳେ ରାଜଭାର ତ୍ୟାଗ କରିବାକୁ ସେ ବାଧ୍ୟ ହୋଇଥିଲେ। ୧୯୩୦ ଦଶକରେ ସେ ଜାପାନ ଅଧିକୃତ ମାନୁଚୁକୁଓରେ ନେତା ପାଲଟିଥିଲେ। ୧୯୪୫ରେ ଜାପାନର ପତନ ପୂର୍ବରୁ ତାଙ୍କୁ ବନ୍ଦୀ କରି ସୋଭିଏଟ୍‌ ପ୍ରିଜନ୍‌ କ୍ୟାମ୍ପକୁ ନିଆଯାଇଥିଲା। କ୍ୱିଙ୍ଗ୍‌ ରାଜବଂଶର ଅନ୍ତିମ ଶାସକ ପୁୟି ଏହାକୁ ପିନ୍ଧି ଉକ୍ତ ଶିବିରକୁ ଯାଇଥିଲେ। ଏହାକୁ ୩ ନିୟୁତ ଡଲାରରେ ନିଲାମ ପାଇଁ ଧାର୍ଯ୍ୟ କରାଯାଇଥିଲା। କିନ୍ତୁ ମାତ୍ର ୫ ମିନିଟ୍‌ ମଧ୍ୟରେ ୫.୧ ନିୟୁତ ଡଲାରର ବିଡିଂ ହୋଇଥିଲା। କ୍ରେତାଙ୍କ ପ୍ରିମିୟମ୍‌ ଫି’କୁ ମିଶାଇଲେ ମୋଟ ମୂଲ୍ୟ ୬.୨ ନିୟୁତ ଡଲାର ହେଉଛି ବୋଲି ବ୍ରିଟିଶ୍‌ ଅକ୍ସନ ହାଉସ୍‌ ଫିଲିପ୍ସ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟୋକନ ତାଲିକାରେ ଚଞ୍ଚକତା,ପଛ ଚାଷୀଙ୍କୁ ଆଗକୁ ଆଣି ଧାନ ବିକ୍ରି! ତାତିଲେ ଚାଷୀ, ଉପଜିଲାପାଳଙ୍କ…

ଭବାନୀପାଟଣା, ୨୩।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଅନ୍ତର୍ଗତ ଚିଚୈଗୁଡା ପ୍ୟାକ୍ସ ଅଧୀନ ନୂଆଗୁଡା ମଣ୍ଡିରେ ଧାନ କ୍ରୟକୁ ନେଇ ସାମ୍ନାକୁ ଆସିଛି ସଙ୍ଗିନ…

ବିଜୟଙ୍କ ସହ ବ୍ରେକଅପ୍ ଗୁଜବ ଉପରେ ତ୍ରିଶାଙ୍କ ବଡ଼ ଧମାକା! ସୋସିଆଲ ମିଡିଆରେ ଫଟୋ ସେୟାର କରି…

ମୁମ୍ୱାଇ: ଅଭିନେତ୍ରୀ ତ୍ରିଶା କୃଷ୍ଣନ, ବିଜୟଙ୍କ ସହ ତାଙ୍କର ବିଚ୍ଛେଦ ହେବା ନେଇ ଚାଲିଥିବା ଗୁଜବ ଉପରେ ପୂର୍ଣ୍ଣଛେଦ ପକାଇଛନ୍ତି। ତ୍ରିଶା ଏମିତି ଏକ ପୋଷ୍ଟ ସେୟାର…

ଲଡୁଗାଁ କେନାଲ ରାସ୍ତାରେ ଭୟାବହ ଦୁର୍ଘଟଣା: ଦୁଇ ବାଇକ୍‌ ମୁହାଁମୁହିଁ; ଜଣେ ମୃତ, ୩ ଗୁରୁତର

କୋକସରା, ୨୩।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଅନ୍ତର୍ଗତ ଲଡୁଗାଁ-ଉଛୁଲା କେନାଲ ରାସ୍ତାରେ ମଙ୍ଗଳବାର ଅପରାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁଇଟି…

ଇଥାନଲ ପେଟ୍ରୋଲକୁ ନେଇ ସରକାରଙ୍କ ବଡ଼ ଘୋଷଣା; E20ରେ ମିଶୁଛି…

ନୂଆଦିଲ୍ଲୀ,୨୩।୬: ସୋସିଆଲ ମିଡିଆରେ ଇଥାନଲ ମିଶ୍ରିତ ପେଟ୍ରୋଲ ଅର୍ଥାତ E20 କୁ ନେଇ ଅନେକ ପ୍ରକାରର ଦାବି ଏବଂ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏହି ବିବାଦକୁ…

ବାହା ହେବାକୁ ମନା କଲେ ଶାଶୁ, ବୋହୂ ଭାଇରାଲ କରିଦେଲେ ଶାଶୁଙ୍କ ଅଶ୍ଲୀଳ ଫଟୋ, ଶ୍ୱଶୁର କହିଲେ…

ମୁମ୍ଵାଇ ୨୩।୦୬: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ମୁମ୍ବାଇ ପୋଲିସ ଜଣେ ମହିଳାଙ୍କ ବିରୋଧରେ ତାଙ୍କ ପୂର୍ବତନ ପ୍ରେମିକଙ୍କ ମାଆଙ୍କ…

ତାମିଲନାଡୁ ଗ୍ୟାସ୍‌ ଟ୍ରାଜେଡି: ଭୁବନେଶ୍ୱରରେ ପହଞ୍ଚିଲା ୫ ମୃତଦେହ, ପରିବାରକୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୬: ତାମିଲନାଡୁରେ ଘଟିଥିବା ଦୁଃଖଦ ଗ୍ୟାସ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଓଡ଼ିଆ ଶ୍ରମିକଙ୍କ ମଧ୍ୟରୁ ୫ ଜଣଙ୍କ ମୃତଦେହ ମଙ୍ଗଳବାର ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱରକୁ ଅଣାଯାଇଛି।…

ବଡ଼ ଧରଣର ଚଢ଼ାଉ: ୧୯ ଦୋକାନୀ ନାଁରେ ମାମଲା ରୁଜୁ, ଜରିମାନା ଆଦାୟ

ରିଷିଡ଼ା ୨୩।୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଜିଲାରେ ତମାଖୁ ନିୟନ୍ତ୍ରଣ ଆଇନକୁ କଡ଼ାକଡ଼ି କରିବା ପାଇଁ ଏକ ସ୍ପେଶାଲ…

୩ ଓଡ଼ିଆଙ୍କୁ ପଦ୍ମଶ୍ରୀ: ସାହିତ୍ୟ ଓ କଳା କ୍ଷେତ୍ରରେ ଅବଦାନ ପାଇଁ ସମ୍ମାନ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୩।୬: ଚଳିତ ବର୍ଷର ପଦ୍ମ ପୁରସ୍କାର ପ୍ରଦାନ ସମାରୋହରେ ରାଜ୍ୟର ତିନିଜଣ ବିଶିଷ୍ଟ ବ୍ୟକ୍ତିତ୍ୱଙ୍କୁ ପଦ୍ମଶ୍ରୀ ସମ୍ମାନରେ ଭୂଷିତ କରାଯାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ଭବନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri