ରଗଡ଼ି ଛକରେ ଜଳ ସଙ୍କଟ ଉତ୍କଟ

ରଗଡି,୯।୪(ଡି.ଏନ.ଏ.): ଯାଜପୁର ଜିଲା କୋରେଇ ବ୍ଲକ ଅଧୀନ ରଗଡି ଛକ ଆନନ୍ଦପୁରର ମୁଖ୍ୟ ଫାଟକ ଭାବେ ପରିଚିତ। କେନ୍ଦୁଝର ସୀମାନ୍ତରୁ ମାତ୍ର ୨ କି.ମି ପୂର୍ବରୁ ଅବସ୍ଥିତ ଏହି ଛକରେ ପ୍ରତିଦିନ ପ୍ରାୟ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ଭିଡ଼ ଜମେ । ରଗଡି ଉପକାରାଗାର ଓ ସରକାରୀ ପଲିଟେକନିକ ବ୍ୟତୀତ ସରକାରୀ ଓ ବେସରକାରୀ ପ୍ରତିଷ୍ଠାନ ଏହି ଛକରେ ଗଢି ଉଠିଛି । ପ୍ରତିଦିନ ଶତାଧିକ ଯାନବାହନ ଏହି ଛକ ଦେଇ ଯିବା ଆସିବା କରୁଥିବାରୁ ବ୍ୟବସାୟୀଙ୍କ ଆଗ୍ରହ ଏଠାରେ ବଢ଼ିବାରେ ଲାଗିଛି । ଆଖପାଖ ଅଞ୍ଚଳର ଛୋଟ ବଡ଼ ମିଶି ପ୍ରାୟ ୫୦୦ରୁ ଊର୍ଦ୍ଧ୍ୱ ବ୍ୟବସାୟ ପ୍ରତିଷ୍ଠାନ ରହିଛି। ତେବେ ଏହି ଛକରେ ମୁଖ୍ୟ ସମସ୍ୟା ଜଳ ସଙ୍କଟ ।ଶୁଦ୍ଧ ପାନୀୟ ଜଳ ପାଇଁ କୌଣସି ବ୍ୟବସ୍ଥା ହୋଇ ପାରିନାହିଁ। ଅଚଳ ନଳକୂପର ବିଷାକ୍ତ ଦୁର୍ଗନ୍ଧଯୁକ୍ତ ପାଣି ସ୍ଥାନୀୟ ବ୍ୟବସାୟୀ ଓ ଖାଉଟିଙ୍କ ଶୋଷ ମେଣ୍ଟାଉଛି ।
ରଗଡି ଛକ ଏକ ଜନ ବହୁଳ ସ୍ଥାନ ହୋଇଥିବାବେଳେ ଏଠାରେ କୌଣସି ସରକାରୀ ନଳକୂପ ନାହିଁ। ଫଳରେ ବ୍ୟବସାୟୀମାନେ ପାଣି ପାଇଁ ଅସୁବିଧାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ପୂର୍ବରୁ ଥିବା ଦୁଇଟି ନଳକୂପ ମଧ୍ୟରୁ ଗୋଟିଏ ଗତ ୩ ବର୍ଷ ହେବ ସମ୍ପୂର୍ଣ୍ଣ ଅଚଳ ହୋଇ ପଡ଼ିଛି। ଅନ୍ୟଟି ଜଣେ ଶିକ୍ଷକ ବ୍ୟକ୍ତିଗତ ସ୍ବାଥର୍ର୍ ପାଇଁ ମୋରମ ପକାଇ ଅବରୋଧ କରିଥିବା ସ୍ଥାନୀୟ ଲୋକେ କହିଛନ୍ତି । ପାନୀୟ ଜଳ ସୁବିଧା ପାଇଁ ବ୍ୟବସାୟୀମାନେ ବାରମ୍ବାର ପ୍ରଶାସନିକ ଅଧିକାରୀଙ୍କ ନିକଟରେ ଅଭିଯୋଗ କରିଥିଲେ ମଧ୍ୟ କୌଣସି ସୁଫଳ ମିଳିନାହିଁ ବୋଲି କେତେଜଣ ବ୍ୟବସାୟୀ କହିଛନ୍ତି । ପ୍ରତିବର୍ଷ ଗ୍ରୀଷ୍ମ ପ୍ରବାହ ସମୟରେ ଏପରି ଜଳ ସମସ୍ୟା ବ୍ୟବସାୟୀ ଓ ଖାଉଟିଙ୍କ ମୁଣ୍ଡ ବ୍ୟଥାର ପ୍ରମୁଖ କାରଣ ହୋଇଛି। ପ୍ରଶାସନର ନିଷ୍କ୍ରିୟତା ବ୍ୟବସାୟୀମାନଙ୍କୁ ନିରାଶ କରିଛି । ତୁରନ୍ତ ଏ ସଂକ୍ରାନ୍ତରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ରଗଡି ବ୍ୟବସାୟୀ ସଂଘ ଜିଲା ପ୍ରଶାସନ ନିକଟରେ ଦାବି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri