ପାକିସ୍ତାନରେ ଜଳ ସଙ୍କଟ ଅଣାୟତ୍ତ

ଇସଲାମାବାଦ,୨୩।୩: ଅର୍ଥନୈତିକ ସଙ୍କଟ ଦେଇ ଗତି କରୁଥିବା ପାକିସ୍ତାନ ମଧ୍ୟ ବର୍ତ୍ତମାନ ଜଳ ସଙ୍କଟର ସମ୍ମୁଖୀନ ହୋଇଛି। ଦିନକୁ ଦିନ ପାକିସ୍ତାନରେ ଅବସ୍ଥା ଖରାପ ହେବାରେ ଲାଗିଛି।
ଏକ ରିପୋର୍ଟ ଅନୁଯାୟୀ, ପାକିସ୍ତାନର ୨୪ ପ୍ରମୁଖ ସହରରେ ବିଶୁଦ୍ଧ ଜଳର ସୁବିଧା ନାହିଁ। ପ୍ରାୟ ୩୦ ନିୟୁତ ପାକିସ୍ତାନୀଙ୍କୁ ବିଶୁଦ୍ଧ ଜଳର ସୁବିଧା ନାହିଁ। ଦେଶର ୨୪ଟି ପ୍ରମୁଖ ସହରରେ ବାସ କରୁଥିବା ୮୦ ପ୍ରତିଶତ ଲୋକ ବିଶୁଦ୍ଧ ପାନୀୟ ଜଳର ସୁବିଧା ପାଇବାରୁ ବଞ୍ଚିତ ହୋଇଛନ୍ତି। କରାଚିରେ ୧୬ ନିୟୁତ ବସ୍ତି ବାସିନ୍ଦା ଜଳ ପାଇପାରୁନାହାନ୍ତି।

ସ୍ବାଧୀନତା ପରଠାରୁ ପାକିସ୍ତାନ ଅନେକ ସମସ୍ୟାର ସମ୍ମୁଖୀନ ହୋଇଛି। ବର୍ତ୍ତମାନ ଦେଶର ସବୁଠାରୁ ଗୁରୁତର ସମସ୍ୟା ହେଉଛି ଜଳ ଅଭାବ। ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (ଆଇଏମ୍‌ଏଫ୍‌)ର ଏକ ଆକଳନ ଅନୁଯାୟୀ, ଜଳ ସଂରକ୍ଷଣ ପାଇଁ ଆବଶ୍ୟକ ପଦକ୍ଷେପ ଗ୍ରହଣ ନ କଲେ ୨୦୨୫ ସୁଦ୍ଧା ପାକିସ୍ତାନ ସମ୍ପୂର୍ଣ୍ଣ ଶୁଷ୍କ ଏବଂ ବନ୍ଧ୍ୟା ହୋଇଯିବ।

ରିପୋର୍ଟରୁ ପ୍ରକାଶ ଯେ, ଜନସଂଖ୍ୟା ୨୨୦ ନିୟୁତ ଅତିକ୍ରମ କରି ଦେଶର ଜଳ ଚାହିଦା ୨୭୪ ନିୟୁତ ଏକର ଫୁଟରେ ପହଞ୍ଚିପାରେ ଏବଂ ଜଳ ଯୋଗାଣ ୧୯୧ ନିୟୁତ ଏକର ଫୁଟରେ ରହିପାରେ। ତେଣୁ ଆହୁରି ଜଳ ସଙ୍କଟ ଦେଖାଦେବ।


Enter your email to get our daily news in your inbox.

All Right Reserved By Dharitri.Com

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ନିଯୁକ୍ତି ମେଳାରେ ୧୩୭ ପ୍ରାର୍ଥୀ ଚୟନ

କୋରାପୁଟ,୨୧ା୮(ଅମିତାଭ ବେହେରା): ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ) ପକ୍ଷରୁ ବୋର୍ଡ ଅଫ ପ୍ରାକ୍ଟିକାଲ ଟ୍ରେନିଂ (ଇଷ୍ଟର୍ଣ୍ଣ ରିଜିଅନ) ସହଯୋଗରେ ସୁନାବେଡ଼ାସ୍ଥିତ ବିଶ୍ୱବିଦ୍ୟାଳୟ ପରିସରରେ ସ୍ନାତକ ଛାତ୍ରୀଛାତ୍ରଙ୍କ ପାଇଁ…

ପ୍ରଶାସନିକ ଉଦାସୀନତା: ରାସ୍ତାରେ ଆଣ୍ଠୁଏ କାଦୁଅ, ଯାତାୟାତରେ ସମସ୍ୟା ନେଇ…

ଜମନକିରା,୨୧ା୮(ରବୀନ୍ଦ୍ର ପ୍ରସାଦ ଦାନୀ): ଗ୍ରାମାଞ୍ଚଳରେ ଯାତାୟାତ ସୁବିଧା ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ପ୍ରଶାସନିକ ଉଦାସୀନତା ଓ ଦୂରଦୃଷ୍ଟିହୀନ କାର୍ଯ୍ୟ ଯୋଗୁ…

ବରିଷ୍ଠ IPS ସ୍ତରରେ ଅଦଳବଦଳ: ଜାଣନ୍ତୁ କାହାକୁ କେଉଁ ଦାୟିତ୍ୱ

ଭୁବନେଶ୍ୱର,୨୧।୮: ରାଜ୍ୟ ସରକାର ବରିଷ୍ଠ IPS ସ୍ତରରେ ଅଦଳବଦଳ କରିଛନ୍ତି। ପୋଲିସ ପ୍ରଶାସନକୁ ଅଧିକ ସୁଦୃଢ଼ ଓ ସକ୍ରିୟ କରିବା ଲକ୍ଷ୍ୟରେ ବରିଷ୍ଠ IPS ଅଧିକାରୀମାନଙ୍କୁ ବିଭିନ୍ନ…

ମେଗା ଷ୍ଟିଲ୍‌ ପ୍ଲାଣ୍ଟ ପାଇଁ ଗ୍ରାମସଭା, ପ୍ରଭାବିତ ଗ୍ରାମ୍ୟ କମିଟି ତରଫରୁ ଗାଁରେ ବିରୋଧ କରାଯିବାରୁ…

ପାଟଣା,୨୧ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅନ୍ତର୍ଗତ ଚେମେଣା ଓ ଯମୁନା ପୋଷି ପଞ୍ଚାୟତ ୧୨ଟି ମୌଜାକୁ ନେଇ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ…

ଚାଷୀ ପଞ୍ଜୀକରଣ ସରଳୀକରଣ ଓ ସମୟସୀମା ଅବଧି ବୃଦ୍ଧି ନେଇ ଆନ୍ଦୋଳନ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଅଖିଳ ଭାରତ କୃଷକ ସଭା ଅନୁବନ୍ଧିତ ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ବିଭିନ୍ନ ସମସ୍ୟା ନେଇ ବିକ୍ଷୋଭ ପ୍ରଦର୍ଶନ…

୨୭ ନା ୨୮ କେବେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ କ’ଣ କହିଲେ ପ୍ରଭାତୀ ପରିଡ଼ା

ଭୁବନେଶ୍ୱର,୨୧ା୮: ଚଳିତ ବର୍ଷ ରକ୍ଷାବନ୍ଧନ ପର୍ବକୁ ନେଇଥିବା ଦ୍ୱନ୍ଦ୍ୱ ଦୂର ହୋଇଛି। ୨୭ରେ ରକ୍ଷାବନ୍ଧନ ପର୍ବ ପାଳନ କରାଯିବାକୁ ଥିବାବେଳେ ରାଖୀପୂର୍ଣ୍ଣିମା ୨୮ରେ। ତେଣୁ ଏହି ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri