ବିଦ୍ୟାଳୟରେ ପାଣି ସମସ୍ୟା ଉତ୍କଟ

ଢେଙ୍କାନାଳ ଅଫିସ୍‌, ୩୧।୩: ଢେଙ୍କାନାଳ ପୌରାଞ୍ଚଳର ୧୯ନଂ. ୱାର୍ଡ ଅଧୀନ ସିମିଳିଆ ପ୍ରାଥମିକ ବିଦ୍ୟାଳୟରେ ପାନୀୟଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଛି। ସ୍କୁଲରେ ପଢୁଥିବା ୧୬୧ ଛାତ୍ରୀଛାତ୍ର ଏହାଦ୍ୱାରା ପ୍ରଭାବିତ ହେଉଛନ୍ତି। ବିଶୁଦ୍ଧ ପାଣି ଅଭାବରୁ ଆଗକୁ ମଧ୍ୟାହ୍ନଭୋଜନ କାର୍ଯ୍ୟକ୍ରମ ବାଧାପ୍ରାପ୍ତ ହେବା ଆଶଙ୍କା ଦେଖାଦେଇଛି। ସମସ୍ୟା ସମାଧାନ ପାଇଁ ସ୍କୁଲ କର୍ତ୍ତୃପକ୍ଷ ବାରମ୍ବାର ଜନସ୍ବାସ୍ଥ୍ୟ ବିଭାଗକୁ ଜଣାଇଥିଲେ ମଧ୍ୟ କୌଣସି ପଦକ୍ଷେପ ନିଆଯାଉନାହିଁ। ଏହାକୁ ନେଇ ଛାତ୍ରୀଛାତ୍ର ଏବଂ ଅଭିଭାବକଙ୍କ ମଧ୍ୟରେ ଅସନ୍ତୋଷ ବଢ଼ିବାରେ ଲାଗିଛି।
ସ୍କୁଲରେ ଏକ ବୋରଓ୍ବେଲ ଖନନ ପାଇଁ ଅନୁଗୋଳ ଜନସ୍ବାସ୍ଥ୍ୟ ବିଭାଗ ନିର୍ବାହୀଯନ୍ତ୍ରୀଙ୍କ ପକ୍ଷରୁ ୨୦୨୧ ଜୁନ୍‌ ୨୧ରେ ଚିଠି ନଂ. ୩୯୭୫-ଡବ୍ଲ୍ୟୁଇରେ ସୂଚନା ଦିଆଯାଇଥିଲା। ଏଥିପାଇଁ ୧ଲକ୍ଷ ୨୨ହଜାର ୭୮୩ ଟଙ୍କା ବ୍ୟୟ ଅଟକଳ କରାଯାଇଥିଲା। ଏ ନେଇ ସ୍କୁଲ କର୍ତ୍ତୃପକ୍ଷ ଢେଙ୍କାନାଳ ଜନସ୍ବାସ୍ଥ୍ୟ ବିଭାଗକୁ ଅବଗତ କରାଇଥିଲେ ମଧ୍ୟ ବୋରଓ୍ବେଲ ଖନନ ଦିଗରେ କୌଣସି ପଦକ୍ଷେପ ନିଆଗଲନାହିଁ। ତେଣୁ ପ୍ରକଳ୍ପ ଅଟକି ରହିଛି। ଅପରପକ୍ଷେ ଅଞ୍ଚଳରେ କାର୍ଯ୍ୟକ୍ଷମ ଥିବା ଏକମାତ୍ର ନଳକୂପରୁ ଗୋଳିଆ ପାଣି ବାହାରୁଛି, ଯାହା ସ୍ବାସ୍ଥ୍ୟ ଉପଯୋଗୀ ନୁହେଁ। ଏହି ସମସ୍ୟା ସମ୍ପର୍କରେ ଗତ ୨୨ ତାରିଖରେ ପ୍ରଧାନ ଶିକ୍ଷୟିତ୍ରୀ ସୌଦାମିନୀ ଦେହୁରୀ, ବିଦ୍ୟାଳୟ ପରିଚଳନା କମିଟି ସଭାପତି ବିଷ୍ଣୁ ଚରଣ ସାହୁ, ଅର୍ଜୁନ ସାହୁ, ଅତୁଲ୍ୟ ବେହେରା, ସରିତା ଦାସ ପ୍ରମୁଖ ଜିଲାପାଳଙ୍କୁ ଜଣାଇଥିଲେ। ଏଥିସହ ଜିଲା ଶିକ୍ଷାଧିକାରୀ, ବ୍ଲକ ଶିକ୍ଷାଧିକାରୀ, ପୌର ନିର୍ବାହୀ ଅଧିକାରୀ, ଜନସ୍ବାସ୍ଥ୍ୟ ବିଭାଗ ଏସ୍‌ଡିଓଙ୍କୁ ଅବଗତ କରାଇଥିଲେ। ତଥାପି କୌଣସି ପଦକ୍ଷେପ ନିଆଯାଉନାହିଁ। ସେହିପରି ୧୯ନଂ. ୱାର୍ଡ ଗୋପାଳ ସାହି, ଡ୍ରାଇଭର ସାହିରେ ମଧ୍ୟ ପାନୀୟଜଳ ସମସ୍ୟା ଦେଖାଦେଇଛି। ଏ ନେଇ ବୁଧବାର ଏଏପି ଆବାହକ ପଙ୍କଜ ନାୟକ, ପୌରାଞ୍ଚଳ ସଭାପତି ପ୍ରଭାତ ବେହେରା ଜନସ୍ବାସ୍ଥ୍ୟ ବିଭାଗର ଏସ୍‌ଡିଓଙ୍କୁ ସ୍ମାରକପତ୍ର ପ୍ରଦାନ କରିଛନ୍ତି। ୩ ଦିନ ମଧ୍ୟରେ ସମସ୍ୟାର ସମାଧାନ କରାଯିବ ବୋଲି ଏସ୍‌ଡିଓ ପ୍ରତିଶ୍ରୁତି ଦେଇଥିବା ଆବାହକ ନାୟକ ସୂଚନା ଦେଇଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ସହରରେ ବୁଲୁଛି ଦନ୍ତା, ଲୋକେ ଭୟଭୀତ

ଭୁବନ,୩ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ବିଭିନ୍ନ ସ୍ଥାନରେ ଦନ୍ତାହାତୀ ଜନଗହଳିରେ ଯାତାୟାତ କରୁଥିବା ଦେଖିବାକୁ ମିଳିଛି। ଦନ୍ତାହାତୀଟି ସୁକିନ୍ଦା ଅଞ୍ଚଳରୁ ଆସି ଭୁବନ…

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ବାଇକରେ ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା କୁକୁର, ଘଟଣାସ୍ଥଳରେ…

ପରଜଙ୍ଗ, ୩୧।୩(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ୫୩ ନଂ ଜାତୀୟ ରାଜପଥର ଦୁର୍ଗା ହୋଟେଲ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ…

ଧାନମଣ୍ଡିରେ ବ୍ୟାପକ ଅନିୟମିତତା: ରାସ୍ତାରେ ଧାନ ରଖି ପ୍ରତିବାଦ କଲେ ଚାଷୀ

ପରଜଙ୍ଗ,୩୦ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକସ୍ଥିତ ସାଆନ୍ଦା କୃଷି ସମବାୟ ସମିତି କାର୍ଯ୍ୟାଳୟ ଅଧିନରେ ହେଉଥିବା ଧାନମଣ୍ଡିରେ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇଛି। ଯେଉଁ ଚାଷୀମାନେ…

ସମାଜର ମୁଖ୍ୟସ୍ରୋତରେ ସାମିଲ ହେବେ ଦିବ୍ୟାଙ୍ଗ, ନିଜେ ଆତ୍ମନିର୍ଭରଶୀଳ ହୋଇ…

ପରଜଙ୍ଗ,୨୬ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ମହେଶ୍ଚନ୍ଦ୍ର ସୁବାହୁସିଂହ ନୋଡାଲ ବିଦ୍ୟାପୀଠ ପରିସରରେ ଗୁରୁବାର ଆୟୋଜକ ପରଜଙ୍ଗ ବ୍ଲକ ପ୍ରଶାସନ ଏବଂ ଜିଲା ସାମାଜିକ ସୁରକ୍ଷା ଓ…

 ପଡୋଶୀ ଘର ଅଳିଆ ଗଦାରୁ ବ୍ୟାପିଲା ନିଆଁ: ଜଳିଗଲା….

ପରଜଙ୍ଗ,୨୩।୩ ( ନିଗମାନନ୍ଦ ଦଳବେହେରା): ଢ଼େଙ୍କାନାଳ ଜିଲା  ପରଜଙ୍ଗ ବ୍ଲକ ପିତିରି ପଞ୍ଚାୟତ ପଡିିଆଭଙ୍ଗା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ରମେଶ ଜେନାଙ୍କ  ଦୁଇ…

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri