ବିଦ୍ୟାଳୟରେ ପାଣି ସମସ୍ୟା ଉତ୍କଟ

ଢେଙ୍କାନାଳ ଅଫିସ୍‌, ୩୧।୩: ଢେଙ୍କାନାଳ ପୌରାଞ୍ଚଳର ୧୯ନଂ. ୱାର୍ଡ ଅଧୀନ ସିମିଳିଆ ପ୍ରାଥମିକ ବିଦ୍ୟାଳୟରେ ପାନୀୟଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଛି। ସ୍କୁଲରେ ପଢୁଥିବା ୧୬୧ ଛାତ୍ରୀଛାତ୍ର ଏହାଦ୍ୱାରା ପ୍ରଭାବିତ ହେଉଛନ୍ତି। ବିଶୁଦ୍ଧ ପାଣି ଅଭାବରୁ ଆଗକୁ ମଧ୍ୟାହ୍ନଭୋଜନ କାର୍ଯ୍ୟକ୍ରମ ବାଧାପ୍ରାପ୍ତ ହେବା ଆଶଙ୍କା ଦେଖାଦେଇଛି। ସମସ୍ୟା ସମାଧାନ ପାଇଁ ସ୍କୁଲ କର୍ତ୍ତୃପକ୍ଷ ବାରମ୍ବାର ଜନସ୍ବାସ୍ଥ୍ୟ ବିଭାଗକୁ ଜଣାଇଥିଲେ ମଧ୍ୟ କୌଣସି ପଦକ୍ଷେପ ନିଆଯାଉନାହିଁ। ଏହାକୁ ନେଇ ଛାତ୍ରୀଛାତ୍ର ଏବଂ ଅଭିଭାବକଙ୍କ ମଧ୍ୟରେ ଅସନ୍ତୋଷ ବଢ଼ିବାରେ ଲାଗିଛି।
ସ୍କୁଲରେ ଏକ ବୋରଓ୍ବେଲ ଖନନ ପାଇଁ ଅନୁଗୋଳ ଜନସ୍ବାସ୍ଥ୍ୟ ବିଭାଗ ନିର୍ବାହୀଯନ୍ତ୍ରୀଙ୍କ ପକ୍ଷରୁ ୨୦୨୧ ଜୁନ୍‌ ୨୧ରେ ଚିଠି ନଂ. ୩୯୭୫-ଡବ୍ଲ୍ୟୁଇରେ ସୂଚନା ଦିଆଯାଇଥିଲା। ଏଥିପାଇଁ ୧ଲକ୍ଷ ୨୨ହଜାର ୭୮୩ ଟଙ୍କା ବ୍ୟୟ ଅଟକଳ କରାଯାଇଥିଲା। ଏ ନେଇ ସ୍କୁଲ କର୍ତ୍ତୃପକ୍ଷ ଢେଙ୍କାନାଳ ଜନସ୍ବାସ୍ଥ୍ୟ ବିଭାଗକୁ ଅବଗତ କରାଇଥିଲେ ମଧ୍ୟ ବୋରଓ୍ବେଲ ଖନନ ଦିଗରେ କୌଣସି ପଦକ୍ଷେପ ନିଆଗଲନାହିଁ। ତେଣୁ ପ୍ରକଳ୍ପ ଅଟକି ରହିଛି। ଅପରପକ୍ଷେ ଅଞ୍ଚଳରେ କାର୍ଯ୍ୟକ୍ଷମ ଥିବା ଏକମାତ୍ର ନଳକୂପରୁ ଗୋଳିଆ ପାଣି ବାହାରୁଛି, ଯାହା ସ୍ବାସ୍ଥ୍ୟ ଉପଯୋଗୀ ନୁହେଁ। ଏହି ସମସ୍ୟା ସମ୍ପର୍କରେ ଗତ ୨୨ ତାରିଖରେ ପ୍ରଧାନ ଶିକ୍ଷୟିତ୍ରୀ ସୌଦାମିନୀ ଦେହୁରୀ, ବିଦ୍ୟାଳୟ ପରିଚଳନା କମିଟି ସଭାପତି ବିଷ୍ଣୁ ଚରଣ ସାହୁ, ଅର୍ଜୁନ ସାହୁ, ଅତୁଲ୍ୟ ବେହେରା, ସରିତା ଦାସ ପ୍ରମୁଖ ଜିଲାପାଳଙ୍କୁ ଜଣାଇଥିଲେ। ଏଥିସହ ଜିଲା ଶିକ୍ଷାଧିକାରୀ, ବ୍ଲକ ଶିକ୍ଷାଧିକାରୀ, ପୌର ନିର୍ବାହୀ ଅଧିକାରୀ, ଜନସ୍ବାସ୍ଥ୍ୟ ବିଭାଗ ଏସ୍‌ଡିଓଙ୍କୁ ଅବଗତ କରାଇଥିଲେ। ତଥାପି କୌଣସି ପଦକ୍ଷେପ ନିଆଯାଉନାହିଁ। ସେହିପରି ୧୯ନଂ. ୱାର୍ଡ ଗୋପାଳ ସାହି, ଡ୍ରାଇଭର ସାହିରେ ମଧ୍ୟ ପାନୀୟଜଳ ସମସ୍ୟା ଦେଖାଦେଇଛି। ଏ ନେଇ ବୁଧବାର ଏଏପି ଆବାହକ ପଙ୍କଜ ନାୟକ, ପୌରାଞ୍ଚଳ ସଭାପତି ପ୍ରଭାତ ବେହେରା ଜନସ୍ବାସ୍ଥ୍ୟ ବିଭାଗର ଏସ୍‌ଡିଓଙ୍କୁ ସ୍ମାରକପତ୍ର ପ୍ରଦାନ କରିଛନ୍ତି। ୩ ଦିନ ମଧ୍ୟରେ ସମସ୍ୟାର ସମାଧାନ କରାଯିବ ବୋଲି ଏସ୍‌ଡିଓ ପ୍ରତିଶ୍ରୁତି ଦେଇଥିବା ଆବାହକ ନାୟକ ସୂଚନା ଦେଇଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ପାଉଁଶ ଗାଡ଼ିକୁ ଫେରାଇଲେ ପୂର୍ବତନ ସମିତି ସଭ୍ୟ

ବ୍ରଜରଜନଗର ୨୯ା୧୨(ବିଜୟ ବରାଡ଼): ଝାରସୁଗୁଡ଼ା ଜିଲାରେ ଥିବା ବିଭିନ୍ନ କାରଖାନାରୁ ନିର୍ଗତ ପାଉଁଶକୁ ଗାଡ଼ିରେ ଲୋଡ଼ କରି ଠିକା କମ୍ପାନୀମାନେ ଚାରିଆଡେ ପକାଉଛନ୍ତି। ଏ ନେଇ...

ଅଗ୍ନିକାଣ୍ଡରେ ଜଳିଗଲା ୪ ବଖରା, ସାହାଯ୍ୟ କଲେ କାମାକ୍ଷାନଗର ବିଧାୟକ

ଭୁବନ ୧୯/୧୨( ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ବ୍ଲକ ଭୁଷଳ ପଞ୍ଚାୟତ କିର୍ତ୍ତନ ପୁର ଗ୍ରାମର ଗଙ୍ଗା ମଳିକ ସାହିରେ ଅଗ୍ନିକାଣ୍ଡ ଘଟିଛି...

ପାଟିତୁଣ୍ଡରୁ ତୁମୁଳକାଣ୍ଡ, ଦାଦାକୁ ଠେଙ୍ଗାରେ ପିଟି ହତ୍ୟା କଲା ପୁତୁରା

ଢେଙ୍କାନାଳ,୧୭ା୧୨ (ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଗୋବିନ୍ଦପୁର ଫାଣ୍ଡି ହୁଣ୍ଡି ସାହିରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ମଙ୍ଗଳବାର ରାତିରେ...

ଭାରସାମ୍ୟ ହରାଇ ରାସ୍ତାରେ ଓଲଟିଲା ଲୁହା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଚାଳକ…

ପରଜଙ୍ଗ୧୨।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦଦରାଘାଟି ଫାଣ୍ଡି ଅଧୀନ ୧୪୯ ନଂ ଜାତୀୟ ରାଜପଥର କୁଲେଇ ବଅଁରପାଳ ଛକ ନିକଟରେରେ ଭାରସାମ୍ୟ ହରାଇ...

ପେଟ୍ରୋଲ ପମ୍ପ ପାଇଁ ଶହଶହ  ଟ୍ରିପ୍‌ ବାଲି ଚେରି: ଉପ ଜିଲାପାଳ କହିଲେ…

ପରଜଙ୍ଗ,୧୧।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଦେଇ ଯାଇଥିବା ରେଙ୍ଗାଳି ବାମପାର୍ଶ୍ୱ କେନାଲର ବଡ଼ଝରା ଗାଁ ନିକଟରୁ ଶହଶହ ଟ୍ରିପ୍‌ ମାଟି ଚୋରି ହୋଇଛି। ୫୩...

ତହସିଲଦାରଙ୍କ ସରକାରୀ ଗାଡ଼ି ଜବତ: ସିଲ୍‌ କରିବାକୁ ଯିବାବେଳେ…

ଢେଙ୍କାନାଳ,୧୧।୧୨ (ରତନ ନାୟାର): ଜମି ଅଧିଗ୍ରହଣ ବାବଦ କ୍ଷତିପୂରଣ ପ୍ରଦାନ ନିମନ୍ତେ ଅଦାଲତଙ୍କ ନିର୍ଦ୍ଦେଶକୁ ଅବମାନନା କରି ଢେଙ୍କାନାଳ ସଦର ତହସିଲଦାର ସ୍ବାଧୀନ କୁମାର ବେହେରା...

ଢାବାରେ ଯୁବକଙ୍କୁ ଖଣ୍ଡାରେ ହାଣି ଲହୁଲୁହାଣ କଲେ ଦୁର୍ବୃତ୍ତ

ପରଜଙ୍ଗ,୯।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ସିଆରିମାଳିଆ ଗ୍ରାମ ନିକଟ ରେଙ୍ଗାଳି ବାମ ପାର୍ଶ୍ୱ କେନାଲ ପାଖରେ ଥିବା ଏକ ଢାବାରେ...

କେନାଲ ଭିତରକୁ ପଶିଗଲା କାର୍‌

ପରଜଙ୍ଗ,୮ା୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନାଠାରୁ ଅଳ୍ପ ଦୂର ପରଜଙ୍ଗ ବଜାର ଦେଇ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତାର ପରଜଙ୍ଗ ଶାଖା କେନାଲ ଭିତରକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri