ଜଳ ସଙ୍କଟ ସ୍ଥିତି ସୁଧୁରିଲା ନାହିଁ

କେନ୍ଦ୍ରାପଡ଼ା ଅଫିସ, ୧୭।୪: କେନ୍ଦ୍ରାପଡ଼ା ଜିଲାରେ ମହାନଦୀ, ବାହ୍ମଣୀ ଓ ବୈତରଣୀ ସିଷ୍ଟମରେ ଥିବା ୭ ନଦୀ ପ୍ରବାହିତ ହେଉଛି। ରାଜ୍ୟର ଦ୍ୱିତୀୟ ବୃହତମ ନଦୀ ଜଳପଥ ଏହି ଜିଲାରେ ଅଛି। ଉପକୂଳବର୍ତ୍ତୀ ଏହି ଜିଲାରେ ୧୭,୨୩୮ଟି ନଳକୂପ, ୩୩୧ ପାନୀୟ ଜଳ ପ୍ରକଳ୍ପ, ୧୮୧ ଓଭରହେଡ ଟାଙ୍କି ଜିଲାବାସୀଙ୍କୁ ପାନୀୟ ଜଳ ଯୋଗାଣ ପାଇଁ ରହିଥିବା ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ବିଭାଗର ତଥ୍ୟରେ ଉଲ୍ଲେଖ ଅଛି। ଏହାସତ୍ତ୍ୱେ ଜିଲାବାସୀଙ୍କ ଶୋଷ ମେଣ୍ଟୁ ନାହିଁ। ରାଜ୍ୟର ଏକମାତ୍ର ଜଳ ସଙ୍କଟ ଜିଲା ଭାବେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଚିହ୍ନଟ କରାଯାଇ ଜଳଶକ୍ତି ଅଭିଯାନ ମାଧ୍ୟମରେ ଭୂତଳ ଜଳ ରିଚାର୍ଜ ବ୍ୟବସ୍ଥା ହୋଇଥିଲେ ମଧ୍ୟ ଏହାର ସୁଫଳ ଜିଲାବାସୀ ପାଇ ପାରି ନାହାନ୍ତି। କେନ୍ଦ୍ର ସରକାରଙ୍କ ୨୦୨୪ ସୁଦ୍ଧା ଦେଶର ସବୁ ଘରକୁ ପାଣି ଯୋଜନା ଏହି ଜିଲାରେ ଏବେ ବି ସ୍ବପ୍ନ ହୋଇ ରହଛି।
ସାମାଜିକ କର୍ମୀ ସୁନିଲ ଗନ୍ତାୟତ, ବିଭୁତିଭୂଷଣ ରାଉତ, ପ୍ରତାପରଞ୍ଜନ ତ୍ରିପାଠୀ, ଦେବାଶିଷ ସାମଲ, ପ୍ରକାଶ ଚନ୍ଦ୍ର ଦାସ ପ୍ରମୁଖ କହିଛନ୍ତି, ୭ ନଦୀ ପ୍ରବାହିତ ହେଉଥିବା କେନ୍ଦ୍ରାପଡ଼ା ଜିଲାରେ ପାନୀୟ ଜଳ ସଙ୍କଟ ଏକ ମୁଖ୍ୟ ସମସ୍ୟା। ସମୁଦ୍ର ତଟବର୍ତ୍ତୀ ଜିଲା ହୋଇଥିବାରୁ ଭୂତଳ ଜଳ ଲୁଣା ହୋଇଯାଇଛି। ଜଳ ସଙ୍କଟ ଦୂର ପାଇଁ ନିର୍ମାଣ କରାଯାଇଥିବା ପାଣିଟାଙ୍କିଗୁଡ଼ିକ ପ୍ରାୟ ଶୁଖିଲା ରହୁଛି। ଗୋଟିଏ ନଳକୂପ ଖୋଳିଲେ ଅନୂନ୍ୟ ୩ ଲକ୍ଷ ଟଙ୍କା ଖର୍ଚ୍ଚ ହେଉଛି। ସେଥିରେ ମଧ୍ୟ ଲୁଣା ପାଣି ବାହାରୁଛି। ସେହିପରି ମହାନଦୀ, ବ୍ରାହ୍ମଣୀ ଓ ବୈତରଣୀ ସିଷ୍ଟମରେ ଥିବା ବ୍ୟାରେଜ, ଶିଳ୍ପ, କ୍ଷେତ ଆଦି ୭ ନଦୀରୁ ଜଳ ଶୋଷୁଛି। ଫଳରେ ଜଳଧାରା ହ୍ରାସ ହୋଇଛି। ଏହାଯୋଗୁ ଭୂତଳ ଜଳ ରିଚାର୍ଜ ହେବା ସମ୍ଭାବନା କମିଛି। ଜିଲାର ଗରଦପୁର ବ୍ଲକ ଅଞ୍ଚଳର ଭୂତଳ ଜଳସ୍ତର ପାନୀୟ ଜଳ ପାଇଁ ଅନୁପଯୁକ୍ତ ବୋଲି ରାଜ୍ୟ ଓ କେନ୍ଦ୍ର ଜଳସମ୍ପଦ ବିଭାଗ ରିପୋର୍ଟରୁ ସୂଚନା ମିଳିଛି। ସେହିପରି ଆଳି, ରାଜନଗର, ରାଜକନିକା ଅଞ୍ଚଳରେ କେନାଲ ନାହିଁ। ଏଠାରେ ଭୂତଳ ଜଳ ରିଚାର୍ଜ ହୋଇ ପାରୁ ନ ଥିବାରୁ ପାନୀୟ ଜଳ ସ୍ଥିତି ମହାକାଳପଡ଼ା ବ୍ଲକ ପରି ଅଭାବ ଦେଖାଦେଇଛି। ଭୂତଳ ଜଳସ୍ତର ରିଚାର୍ଜ ପାଇଁ ୨୦୧୯ରେ ରାଜ୍ୟର ଏକମାତ୍ର କେନ୍ଦ୍ରାପଡ଼ା ଜିଲାକୁ ଜଳଶକ୍ତି ଅଭିଯାନରେ ସାମିଲ କରାଯାଇଛି। ଅଭିଯାନରେ ପ୍ରତି ନଳକୂପରେ ସକିଂ ପାଇପ ପିଟ୍‌ ଫିଟିଂ, ବନୀକରଣ, ବର୍ଷାଜଳ ସଂରକ୍ଷଣ, ଜଳଉତ୍ସର ପୁନରୁଦ୍ଧାର ଆଦିକୁ ଗୁରୁତ୍ୱ ଦିଆଯାଇଛି। ତେବେ ଜିଲାର ପ୍ରଶାସନର ଅବହେଳା ଯୋଗୁ ଫେଲ୍‌ ମାରିଛି। ଫଳରେ ଭୂତଳ ଜଳ ରିଚାର୍ଜ ହୋଇପାରୁନାହିଁ। ଅପରପକ୍ଷେ ୨୦୨୪ ସୁଦ୍ଧା ଜିଲାର ୨,୯୧,୧୬୦ ପରିବାରକୁ ପାଇପ୍‌ ଯୋଗେ ପାନୀୟ ଜଳ ଯୋଗାଣ ନିମନ୍ତେ ଲକ୍ଷ୍ୟ ଧାର୍ଯ୍ୟ ହୋଇଛି। ତେବେ ମାତ୍ର ୩୩ ହଜାର ପରିବାର ଏଥିରୁ ଉପକୃତ ହୋଇଛନ୍ତି। ପାଇପ ଯୋଗେ ପାଣି ଯୋଗାଇବା ପାଇଁ ଜିଲାର ବିଭିନ୍ନ ସ୍ଥାନରେ ମେଗା ଜଳ ପ୍ରକଳ୍ପ ଆରମ୍ଭ ହୋଇଛି। ଏହି ପ୍ରକଳ୍ପ ଆରମ୍ଭ ପୂର୍ବରୁ ଜମି ଓ ପରିବେଶ ସମ୍ପର୍କରେ ତଦନ୍ତ ହୋଇନାହିଁ। ଫଳରେ ମାର୍ଶାଘାଇ ବ୍ଲକ ମଣିକୁଣ୍ଡାଠାରେ ନିର୍ମାଣାଧୀନ ପାନୀୟ ଜଳ ପ୍ରକଳ୍ପ ଏନ୍‌ଜିଟି ମାମଲାରେ ଛନ୍ଦି ହୋଇ ରହିଛି। ରାଜନେତା ଓ ପ୍ରଶାସନିକ ଅଧିକାରୀଙ୍କ ସମନ୍ବୟ ନ ଥିବାରୁ ଏପରି ସମସ୍ୟା ସୃଷ୍ଟି ହେଉଥିବା ସେମାନେ ପ୍ରକାଶ କରିଛନ୍ତି।
ଜିଲା ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ବିଭାଗ ନିର୍ବାହୀ ଯନ୍ତ୍ରୀ ବସନ୍ତ ନାୟକ କହିଛନ୍ତି, ଗ୍ରାମାଞ୍ଚଳରେ ପାଇପ ପାଣି ସଂଯୋଗ ପାଇଁ ବିଭିନ୍ନ ପ୍ରକଳ୍ପ କାମ ଜାରି ରହିଛି। କରୋନା କଟକଣା ଯୋଗୁ ଏହି କାମ ସାମାନ୍ୟ ଧିମେଇ ଯାଇଥିଲା। ଖୁବ୍‌ ଶୀଘ୍ର ଆମେ ଧାର୍ଯ୍ୟ ଲକ୍ଷ୍ୟରେ ପହଞ୍ଚତ୍ବୁ ବୋଲି ସେ ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri