ଜଳ ସଙ୍କଟ ସ୍ଥିତି ସୁଧୁରିଲା ନାହିଁ

କେନ୍ଦ୍ରାପଡ଼ା ଅଫିସ, ୧୭।୪: କେନ୍ଦ୍ରାପଡ଼ା ଜିଲାରେ ମହାନଦୀ, ବାହ୍ମଣୀ ଓ ବୈତରଣୀ ସିଷ୍ଟମରେ ଥିବା ୭ ନଦୀ ପ୍ରବାହିତ ହେଉଛି। ରାଜ୍ୟର ଦ୍ୱିତୀୟ ବୃହତମ ନଦୀ ଜଳପଥ ଏହି ଜିଲାରେ ଅଛି। ଉପକୂଳବର୍ତ୍ତୀ ଏହି ଜିଲାରେ ୧୭,୨୩୮ଟି ନଳକୂପ, ୩୩୧ ପାନୀୟ ଜଳ ପ୍ରକଳ୍ପ, ୧୮୧ ଓଭରହେଡ ଟାଙ୍କି ଜିଲାବାସୀଙ୍କୁ ପାନୀୟ ଜଳ ଯୋଗାଣ ପାଇଁ ରହିଥିବା ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ବିଭାଗର ତଥ୍ୟରେ ଉଲ୍ଲେଖ ଅଛି। ଏହାସତ୍ତ୍ୱେ ଜିଲାବାସୀଙ୍କ ଶୋଷ ମେଣ୍ଟୁ ନାହିଁ। ରାଜ୍ୟର ଏକମାତ୍ର ଜଳ ସଙ୍କଟ ଜିଲା ଭାବେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଚିହ୍ନଟ କରାଯାଇ ଜଳଶକ୍ତି ଅଭିଯାନ ମାଧ୍ୟମରେ ଭୂତଳ ଜଳ ରିଚାର୍ଜ ବ୍ୟବସ୍ଥା ହୋଇଥିଲେ ମଧ୍ୟ ଏହାର ସୁଫଳ ଜିଲାବାସୀ ପାଇ ପାରି ନାହାନ୍ତି। କେନ୍ଦ୍ର ସରକାରଙ୍କ ୨୦୨୪ ସୁଦ୍ଧା ଦେଶର ସବୁ ଘରକୁ ପାଣି ଯୋଜନା ଏହି ଜିଲାରେ ଏବେ ବି ସ୍ବପ୍ନ ହୋଇ ରହଛି।
ସାମାଜିକ କର୍ମୀ ସୁନିଲ ଗନ୍ତାୟତ, ବିଭୁତିଭୂଷଣ ରାଉତ, ପ୍ରତାପରଞ୍ଜନ ତ୍ରିପାଠୀ, ଦେବାଶିଷ ସାମଲ, ପ୍ରକାଶ ଚନ୍ଦ୍ର ଦାସ ପ୍ରମୁଖ କହିଛନ୍ତି, ୭ ନଦୀ ପ୍ରବାହିତ ହେଉଥିବା କେନ୍ଦ୍ରାପଡ଼ା ଜିଲାରେ ପାନୀୟ ଜଳ ସଙ୍କଟ ଏକ ମୁଖ୍ୟ ସମସ୍ୟା। ସମୁଦ୍ର ତଟବର୍ତ୍ତୀ ଜିଲା ହୋଇଥିବାରୁ ଭୂତଳ ଜଳ ଲୁଣା ହୋଇଯାଇଛି। ଜଳ ସଙ୍କଟ ଦୂର ପାଇଁ ନିର୍ମାଣ କରାଯାଇଥିବା ପାଣିଟାଙ୍କିଗୁଡ଼ିକ ପ୍ରାୟ ଶୁଖିଲା ରହୁଛି। ଗୋଟିଏ ନଳକୂପ ଖୋଳିଲେ ଅନୂନ୍ୟ ୩ ଲକ୍ଷ ଟଙ୍କା ଖର୍ଚ୍ଚ ହେଉଛି। ସେଥିରେ ମଧ୍ୟ ଲୁଣା ପାଣି ବାହାରୁଛି। ସେହିପରି ମହାନଦୀ, ବ୍ରାହ୍ମଣୀ ଓ ବୈତରଣୀ ସିଷ୍ଟମରେ ଥିବା ବ୍ୟାରେଜ, ଶିଳ୍ପ, କ୍ଷେତ ଆଦି ୭ ନଦୀରୁ ଜଳ ଶୋଷୁଛି। ଫଳରେ ଜଳଧାରା ହ୍ରାସ ହୋଇଛି। ଏହାଯୋଗୁ ଭୂତଳ ଜଳ ରିଚାର୍ଜ ହେବା ସମ୍ଭାବନା କମିଛି। ଜିଲାର ଗରଦପୁର ବ୍ଲକ ଅଞ୍ଚଳର ଭୂତଳ ଜଳସ୍ତର ପାନୀୟ ଜଳ ପାଇଁ ଅନୁପଯୁକ୍ତ ବୋଲି ରାଜ୍ୟ ଓ କେନ୍ଦ୍ର ଜଳସମ୍ପଦ ବିଭାଗ ରିପୋର୍ଟରୁ ସୂଚନା ମିଳିଛି। ସେହିପରି ଆଳି, ରାଜନଗର, ରାଜକନିକା ଅଞ୍ଚଳରେ କେନାଲ ନାହିଁ। ଏଠାରେ ଭୂତଳ ଜଳ ରିଚାର୍ଜ ହୋଇ ପାରୁ ନ ଥିବାରୁ ପାନୀୟ ଜଳ ସ୍ଥିତି ମହାକାଳପଡ଼ା ବ୍ଲକ ପରି ଅଭାବ ଦେଖାଦେଇଛି। ଭୂତଳ ଜଳସ୍ତର ରିଚାର୍ଜ ପାଇଁ ୨୦୧୯ରେ ରାଜ୍ୟର ଏକମାତ୍ର କେନ୍ଦ୍ରାପଡ଼ା ଜିଲାକୁ ଜଳଶକ୍ତି ଅଭିଯାନରେ ସାମିଲ କରାଯାଇଛି। ଅଭିଯାନରେ ପ୍ରତି ନଳକୂପରେ ସକିଂ ପାଇପ ପିଟ୍‌ ଫିଟିଂ, ବନୀକରଣ, ବର୍ଷାଜଳ ସଂରକ୍ଷଣ, ଜଳଉତ୍ସର ପୁନରୁଦ୍ଧାର ଆଦିକୁ ଗୁରୁତ୍ୱ ଦିଆଯାଇଛି। ତେବେ ଜିଲାର ପ୍ରଶାସନର ଅବହେଳା ଯୋଗୁ ଫେଲ୍‌ ମାରିଛି। ଫଳରେ ଭୂତଳ ଜଳ ରିଚାର୍ଜ ହୋଇପାରୁନାହିଁ। ଅପରପକ୍ଷେ ୨୦୨୪ ସୁଦ୍ଧା ଜିଲାର ୨,୯୧,୧୬୦ ପରିବାରକୁ ପାଇପ୍‌ ଯୋଗେ ପାନୀୟ ଜଳ ଯୋଗାଣ ନିମନ୍ତେ ଲକ୍ଷ୍ୟ ଧାର୍ଯ୍ୟ ହୋଇଛି। ତେବେ ମାତ୍ର ୩୩ ହଜାର ପରିବାର ଏଥିରୁ ଉପକୃତ ହୋଇଛନ୍ତି। ପାଇପ ଯୋଗେ ପାଣି ଯୋଗାଇବା ପାଇଁ ଜିଲାର ବିଭିନ୍ନ ସ୍ଥାନରେ ମେଗା ଜଳ ପ୍ରକଳ୍ପ ଆରମ୍ଭ ହୋଇଛି। ଏହି ପ୍ରକଳ୍ପ ଆରମ୍ଭ ପୂର୍ବରୁ ଜମି ଓ ପରିବେଶ ସମ୍ପର୍କରେ ତଦନ୍ତ ହୋଇନାହିଁ। ଫଳରେ ମାର୍ଶାଘାଇ ବ୍ଲକ ମଣିକୁଣ୍ଡାଠାରେ ନିର୍ମାଣାଧୀନ ପାନୀୟ ଜଳ ପ୍ରକଳ୍ପ ଏନ୍‌ଜିଟି ମାମଲାରେ ଛନ୍ଦି ହୋଇ ରହିଛି। ରାଜନେତା ଓ ପ୍ରଶାସନିକ ଅଧିକାରୀଙ୍କ ସମନ୍ବୟ ନ ଥିବାରୁ ଏପରି ସମସ୍ୟା ସୃଷ୍ଟି ହେଉଥିବା ସେମାନେ ପ୍ରକାଶ କରିଛନ୍ତି।
ଜିଲା ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ବିଭାଗ ନିର୍ବାହୀ ଯନ୍ତ୍ରୀ ବସନ୍ତ ନାୟକ କହିଛନ୍ତି, ଗ୍ରାମାଞ୍ଚଳରେ ପାଇପ ପାଣି ସଂଯୋଗ ପାଇଁ ବିଭିନ୍ନ ପ୍ରକଳ୍ପ କାମ ଜାରି ରହିଛି। କରୋନା କଟକଣା ଯୋଗୁ ଏହି କାମ ସାମାନ୍ୟ ଧିମେଇ ଯାଇଥିଲା। ଖୁବ୍‌ ଶୀଘ୍ର ଆମେ ଧାର୍ଯ୍ୟ ଲକ୍ଷ୍ୟରେ ପହଞ୍ଚତ୍ବୁ ବୋଲି ସେ ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଭାରତର ଗ୍ରାମାଞ୍ଚଳର ବହୁ ମେଡିକାଲରେ ଏବେ ମଧ୍ୟ ଆଇସିୟୁର ଅଭାବ ରହିଛି। ଫଳରେ ଗ୍ରାମାଞ୍ଚଳ ଲୋକମାନେ ଉନ୍ନତ ଚିକିତ୍ସା ସେବା ପାଇବାରୁ ବଞ୍ଚିତ ହେଉଛନ୍ତି। ଆବଶ୍ୟକ...

ଜଣଙ୍କାକୁ ନୁହେଁ ଏକାବେଳକେ ଚାରି ଚାରି ଜଣଙ୍କୁ ଧକ୍କା ଦେଲା କାର :୨ ମୃତ, ୨ ଗୁରୁତର

ଖଜୁରୀପଡ଼ା,୭।୧୨(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରୀପଡ଼ା ଥାନା ଅନ୍ତର୍ଗତ ସମ୍ବେପଦରଠାରେ ଏକ ଅଜଣା ଗାଡ଼ି ଧକ୍କାରେ ୨ଜଣଙ୍କ ମୃତ୍ୟୁ ହୋଇଛି। ଜଣେ ସମ୍ବେପଦର ଗ୍ରାମର ବିଦ୍ୟାଧର...

ଏକ ପରିବେଶୀୟ ଆହ୍ୱାନ

ନିଭର୍ସିଟି ଅଫ ଶିକାଗୋର ଏନର୍ଜି ପଲିସି ଇନ୍‌ଷ୍ଟିଟ୍ୟୁଟ (ଏପିକ) ଦ୍ୱାରା ପ୍ରକାଶିତ ୨୦୨୫ ବାୟୁ ଗୁଣବତ୍ତା ଜୀବନ ସୂଚକାଙ୍କ (ଏୟାର କ୍ୱାଲିଟି ଲାଇଫ ଇଣ୍ଡେକ୍ସ ବା...

ସୃଷ୍ଟିର ଚିରନ୍ତନ ଆଧାର

ନୁଷ୍ୟର ଉଚ୍ଚତର ଚେତନଶୀଳତା ତାକୁ ବାଧ୍ୟ କରିଛି ଏ ବିଶ୍ୱବ୍ରହ୍ମାଣ୍ଡ ସୃଷ୍ଟିର ରହସ୍ୟ ଉପରେ ପ୍ରଶ୍ନ ଉତ୍‌ଥାପନ କରିବା ପାଇଁ। ଏ ଜଗତର ସୃଷ୍ଟି କିପରି...

ଧାମରାରେ ବୁଲୁଛି ମହାବଳ ବାଘ: ଭିଡିଓ ଭାଇରାଲ ପରେ ବନ ବିଭାଗ ନାକେଦମ୍‌

ଚାନ୍ଦବାଲି,୭।୧୨(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ଧାମରା ଅଞ୍ଚଳରେ ଏକ ମହାବଳ ବାଘ ବୁଲୁଛି। ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା...

ବିଭାଜନକାରୀ ରାଜନୀତି

ଡିସେମ୍ୱର ୬ ଆଧୁନିକ ଭାରତର ସବୁଠୁ ଗୁରୁତ୍ୱପୂର୍ଣ୍ଣ ଆନ୍ଦୋଳନ କଥା ସ୍ମରଣ କରାଇଦିଏ। ରାଜନୀତିକୁ ସବୁଦିନ ପାଇଁ ପରିବର୍ତ୍ତନ କରିଦେଇଥିବା ଏହି ଆନ୍ଦୋଳନ ବିଷୟରେ ଲେଖିବା...

ବୀମାଭୁକ୍ତ ହେବେ ଧନୁଯାତ୍ରା ଦର୍ଶକ, ଦୁର୍ଘଟଣାରେ କଳାକାରଙ୍କ ମୃତ୍ୟୁ ହେଲେ ମିଳିବ…

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧର୍ମ ଧନୁଯାତ୍ରା ମହୋତ୍ସବ ଆସନ୍ତା ୨୪ତାରିଖରୁ ଆରମ୍ଭ ହେବ। ୨୦୨୬ ଜାନୁୟାରୀ ୩ ଯାଏ ଏହି ମହୋତ୍ସବ...

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri