ଜଳ ପାଲଟିଛି ଜହର, ଜବରଦଖଲରେ ନଦୀପଥ

କେନ୍ଦ୍ରାପଡ଼ା ଅଫିସ, ୧୪ା୭: ପୁରାଣ ପ୍ରସିଦ୍ଧ ମଧୁସାଗର ତଥା କେନ୍ଦ୍ରାପଡ଼ା ଜିଲାରେ ପ୍ରବାହିତ ଗୋବରୀ ନଦୀ ଏବେ ଜଳଧାରଣ କ୍ଷମତା ହରାଇଛି। ଜଳ ମଧ୍ୟ ଜହର ପାଲଟିଛି। ନଦୀମାର୍ଗ ଏବେ ଜବରଦଖଲକୁ ଚାଲି ଯାଇଛି। କୃଷି କ୍ଷେତ୍ରକୁ ଆଉ ପର୍ଯ୍ୟାପ୍ତ ଜଳ ଯାଉନାହିଁ। ଏ ନେଇ ସ୍ଥାନୀୟ ଅଧିବାସୀ ବାରମ୍ବାର ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଥିଲେ ମଧ୍ୟ କୌଣସି ସୁଫଳ ମିଳୁନାହିଁ। ସେହିପରି ୨୦୧୩ରୁ ୨୦୨୧ ମସିହା ପର୍ଯ୍ୟନ୍ତ ଜିଲା ଜଳସମ୍ପଦ ବିଭାଗ ପକ୍ଷରୁ ହୋଇଥିବା ଜଳ ପରୀକ୍ଷଣରେ ବିଷାକ୍ତ ପଦାର୍ଥ ଅତ୍ୟଧିକ ଥିବା ରିପୋର୍ଟକୁ ଅଣଦେଖା କରାଯାଉଥିବା ସ୍ଥାନୀୟ ଅଧିବାସୀ ଉଦ୍‌ବେଗ ପ୍ରକାଶ କରିଛନ୍ତି।

ଜଳ ସମ୍ପଦ ବିଭାଗ ଆକଳନ ଅନୁଯାୟୀ, ଗୋବରୀର ୧୩୮ କିଲୋମିଟର ଲମ୍ବର ଉଭୟ କୂଳରେ ୭,୬୧୬ ହେକ୍ଟର କ୍ଷେତ୍ରଫଳରେ ଜଳସେଚନ ହୋଇଥାଏ। ସେହିପରି ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ମାଳିବସା, ତନ୍ତିଆପାଳ, ବେଣାକନ୍ଦା ଓ ବିଜୟନଗରଠାରେ କ୍ରିକ୍‌ ବନ୍ଧ ଯୋଜନା ପରେ ୪ ହଜାର ହେକ୍ଟର ଜମିରେ ଚାଷ ହୁଏ। ଏଠାରୁ ପାଣି ଆସି ରବି ଫସଲ ୩୨୦୦ ହେକ୍ଟର, ବାଦାମ ୬୦୦ ହେକ୍ଟର କ୍ଷେତରେ ଚାଷ ହୁଏ। ଜିଲାର ୮୦ ହଜାରରୁ ଊର୍ଦ୍ଧ୍ୱ ଅଧିବାସୀ ଏହି ପାଣିକୁ ଉପଯୋଗ କରିଥାନ୍ତି। ସେହିପରି ଏହି ଉତ୍ସକୁ ୩୦ ହଜାର ହେକ୍ଟର ଜମିକୁ ଚାଷ ପାଇଁ ପ୍ରତ୍ୟକ୍ଷ ଓ ପରୋକ୍ଷ ଭାବେ ବିନିଯୋଗ କରାଯାଏ ବୋଲି ବିଭାଗୀୟ ସର୍ଭେ ରିପୋର୍ଟରେ ଉଲ୍ଲେଖ ଅଛି।

ଏ ସମ୍ପର୍କରେ ସହରର ସେକ୍‌ ଅମଜାନ୍‌, ଫୋରଡ ଗଁାର ଟୁନା ସାହୁ, କଂସାରର ନୀଳମାଧବ ମହାପାତ୍ର, ନିରଞ୍ଜନ ପରିଡା ପ୍ରମୁଖ କହିଛନ୍ତି, ଜିଲାରେ ଥିବା ୭ ନଦୀର ଜଳ ଜୀବନ ଜୀବିକାକୁ ସମୃଦ୍ଧ କରୁଛି। ଏଥିରେ ଗୋବରୀ ନଦୀର ଅବଦାନ ଅଧିକ। ୫ ଦଶନ୍ଧି ପୂର୍ବରୁ ସଡ଼କପଥ ସୁବିଧା ନ ଥିବାରୁ ଗୋବରୀର ଜଳପଥ ପଣ୍ୟଦ୍ରବ୍ୟ ବ୍ୟବସାୟରେ ମୁଖ୍ୟ ମାଧ୍ୟମ ଥିଲା। ସମୁଦ୍ରରୁ ଜମ୍ବୁ ଦେଇ ଗୋବରୀ ନଦୀରେ ମହାନଦୀ ଜଳପଥରେ କଟକ ପର୍ଯ୍ୟନ୍ତ ପଣ୍ୟଦ୍ରବ୍ୟ କାରବାର ସହ ଯାତାୟାତ ହେଉଥିଲା। ସ୍ବାଧୀନତା ପରବର୍ତ୍ତୀକାଳରେ ଏହାର ଉନ୍ନତୀକରଣ କରାଯାଇ ନଦୀଜଳକୁ ଚାଷରେ ବ୍ୟବହାର ହେଲା। ଏହା ବ୍ୟତୀତ ବିଭିନ୍ନ ପୁରାଣରୁ ମଧୁସାଗରର ଜନ୍ମ ସହ ଗୋବରୀ ନଦୀର କାହାଣୀ ଲୋକମୁଖରେ ପ୍ରଚଳିତ ଅଛି। ତେବେ ଏହି ନଦୀ ଏବେ ବ୍ୟବହାରଯୋଗ୍ୟ ହୋଇ ରହିନାହିଁ। ଏଥିରେ ଭାରି ମାତ୍ରାରେ କାଡ୍‌ମିୟମ, କ୍ରେମିୟମ ଓ ପୋଟ୍ଟାସିୟମ ରହିଥିବା ପରୀକ୍ଷଣରୁ ଜଣାପଡିଛି। ଏହି ଜଳକୁ ବ୍ୟବହାର ଦ୍ୱାରା ଚର୍ମରୋଗ ସହ ଜଳବାହିତ ରୋଗ ଦେଖାଦେଉଛି। ଗ୍ରାମାଞ୍ଚଳ ଅପେକ୍ଷା ସହର ମଧ୍ୟରେ ଏହାର ଜଳପଥକୁ ସର୍ବାଧିକ ଜବରଦଖଲ କରାଯାଇଛି। ନିକଟରେ ଦୁଇଟି ସାଇଫନ ଦ୍ୱାରା ସହରର ଅଳିଆ ଆବର୍ଜନା ପାଣି ନଦୀକୁ ଛଡାଯାଇଛି। ସେହିପରି ନଦୀକୂଳବାସୀଙ୍କ ପାଇଖାନା ଦ୍ୱାର ନଦୀ ମଧ୍ୟକୁ ଅଛି। ଫଳରେ ନଦୀଜଳ ପ୍ରଦୂଷିତ ହେବା ସହ ଜବରଦଖଲକାରୀ ନଦୀପଥକୁ ସଙ୍କୁଚିତ କରିଛନ୍ତି। ସେହିପରି ଉନ୍ନତୀକରଣ ନ ହେବାରୁ ନଦୀରେ ବିଲାତି ଦଳ ଭର୍ତ୍ତି ହୋଇଛି, ଯାହାପାଇଁ କ୍ଷେତକୁ ପାଣି ଯାଇ ପାରୁନାହିଁ। ତେବେ ପ୍ରଶାସନ ପକ୍ଷରୁ ଜଳକର ଆଦାୟ ହେଉଛି। ଗୋବରୀର ଉନ୍ନତୀକରଣରେ ଜିଲାର ଆର୍ଥିକ ସ୍ଥିତି ସୁଧାର ଆସିବ ବୋଲି ସେମାନେ ମତ ଦେଇଛନ୍ତି। ଏ ସମ୍ପର୍କରେ ଜିଲା ଜଳସମ୍ପଦ ବିଭାଗ ନିର୍ବାହୀ ଯନ୍ତ୍ରୀ ପ୍ରବୋଧ କୁମାର ରାଉତଙ୍କୁ ପଚାରିବାରେ ଏହାର ଉନ୍ନତୀକରଣ ପାଇଁ ୩ ବର୍ଷ ଧରି ଯୋଜନା ହୋଇଛି। ନଦୀର କେତେକ ଅଂଶରେ ପ୍ରକଳ୍ପ ଆରମ୍ଭ ହୋଇଛି। ଜବରଦଖଲ ସମ୍ପର୍କରେ ଜିଲା ପ୍ରଶାସନକୁ ଜଣାଯାଇଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri