ଛାତରୁ ଗଳୁଛି ପାଣି, ରୋଗୀ ହନ୍ତସନ୍ତ

ଖୁଣ୍ଟୁଣୀ,୨୫ା୭(ଡି.ଏନ୍‌.ଏ.): ୫୫ ନମ୍ବର ଜାତୀୟ ରାଜପଥ ଶିଳ୍ପାଞ୍ଚଳ ପାର୍ଶ୍ୱରେ ଥିବା ଖୁଣ୍ଟୁଣୀ ସରକାରୀ ଡାକ୍ତରଖାନା ଛାତ ଫାଟି ପାଣି ଗଳୁଛି। ଏଥିସହ ଷ୍ଟୋରରୁମ୍‌ ଛାତରୁ ସିମେଣ୍ଟ ପ୍ଲାଷ୍ଟର ଖସି ରଡ଼ ପଦାକୁ ଦେଖାଯିବା ସହ କିଛି ସ୍ଥାନ ଦବିଯାଇ ବିପଦସଙ୍କୁଳ ଅବସ୍ଥାରେ ରହିଛି। ବର୍ଷା ହେଲେ ଡାକ୍ତରଖାନା ପରିସରରେ ପାଣି ଜମି ଅବସ୍ଥା ଶୋଚନୀୟ ହୋଇପଡୁଛି। ଏହାକୁ ନେଇ ରୋଗୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ମିଳିଥିବା ସୂଚନା ଅନୁଯାୟୀ, ବ୍ରିଟିଶ ଅମଳରୁ ଏହି ଡାକ୍ତରଖାନା ରହିଛି। ୧୯୮୩ ମସିହାରେ ଡାକ୍ତରଖାନାର ଉଭୟ ପାର୍ଶ୍ୱକୁ ଲାଗି ନୂତନ ଶଯ୍ୟା ଗୃହ ନିର୍ମାଣ ହୋଇଥିଲା। ଏହ ଉପରେ ଖୁଣ୍ଟଣୀ-ରମ୍ପେଇ, କଣ୍ଡରେଇ, ରଧାକିଶୋରପୁର, ଭୋଗରା, ଡ଼ାଳଭାଗ, ରାଧାକୃଷ୍ଣପୁର, ଘଣ୍ଟିଖାଲ, କୁଲାଇଲୋ, ଓରନ୍ଦା ଆଦି ପଞ୍ଚାୟତର ଲୋକମାନେ ନିର୍ଭର କରିଥାନ୍ତି। ୫୫ ନମ୍ବର ଜାତୀୟ ରାଜପଥରେ ଦୁର୍ଘଟଣା ଘଟିଲେ ଆହତଙ୍କ ଚିକିତ୍ସା ପାଇଁ ଏହି ଡାକ୍ତରଖାନାକୁ ନିଆଯାଇଥାଏ। ହେଲେ ଇତିମଧ୍ୟରେ ଦୀର୍ଘବର୍ଷ ବିତିଯାଇଥିଲେ ମଧ୍ୟ ଡାକ୍ତରଖାନା ଗୃହ ମରାମତି କରାଯାଇନାହିଁ। କାନ୍ଥ ଫାଟି ବିପଦସଙ୍କୁଳ ଅବସ୍ଥାରେ ରହିଛି। ବର୍ଷା ହେଲେ ସେଠାରୁ ପାଣି ଗଳୁଛି। ଫଳରେ ଚିକିତ୍ସା ପାଇଁ ରୋଗୀମାନେ ହନ୍ତସନ୍ତ ହେଉଛନ୍ତି। ତୁରନ୍ତ ଏହାର ମରାମତି ପାଇଁ ସ୍ଥାନୀୟ ଅଞ୍ଚଳବାସୀ ଦାବି କରିଛନ୍ତି। ଏ ସମ୍ପର୍କରେ ଆଠଗଡ଼ ବିଡିଓ ଅରୁଣ କୁମାର ଦାସଙ୍କୁ ପଚାରିବାରୁ ସେ କହିଛନ୍ତି, ଏହି ଅବ୍ୟବସ୍ଥା ସମ୍ପର୍କରେ ଅବଗତ ନ ଥିଲି। ସୋମବାର ବ୍ଲକର କନିଷ୍ଠଯନ୍ତ୍ରୀ ସେଠାକାର ସ୍ଥିତି ଯାଞ୍ଚ କରିବା ପରେ ମରାମତି କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାକୁ ଜଙ୍ଗଲକୁ ନେଇ କରିଥିଲେ ବଳାତ୍କାର, ଏବେ କୋର୍ଟ ଶୁଣାଇଲେ ସଜା, ଅଭିଯୁକ୍ତଙ୍କୁ…

କଟକ,୨୨।୬(ପ୍ରଭୁ କଲ୍ୟାଣ ପାଲ୍‌): ନୃଶଂସତାର ସୀମା ପାର୍‌ । ଗାଁ ଟିୱେଲ ମୂଳରୁ ଟେକି ନେଇ ଜଙ୍ଗଲରେ ବଳାତ୍କାର। ନାବାଳିକାକୁ ବଳାତ୍କାର ମାମଲାରେ ଅଭିଯୁକ୍ତଙ୍କୁ ସଜା ଶୁଣାଇଲେ…

ଲାଲୁ ଜଣେ ବଡ଼ ଖଳନାୟକ: କାହିଁକି ଏମିତି କହିଲେ ମୁଖ୍ୟମନ୍ତ୍ରୀ

ପାଟନା,୨୨।୬:ବିହାର ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ପୁଣି ଥରେ ରାଷ୍ଟ୍ରୀୟ ଜନତା ଦଳ (RJD) ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ ଏବଂ ତାଙ୍କ ପରିବାରକୁ ଟାର୍ଗେଟ୍‌ କରିଛନ୍ତି। ଲାଲୁ…

ଟେଷ୍ଟ କ୍ରିକେଟ୍‌କୁ ଫେରିବେ କି ବିରାଟ କୋହଲି, ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୨।୬: ପ୍ରଖ୍ୟାତ ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଆଘାତ ଯୋଗୁ ପଡ଼ିଆରୁ ବାଦ୍‌ ପଡ଼ିଛନ୍ତି। ଏଥିପାଇଁ ସେ ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ସମ୍ପ୍ରତି ଅନୁଷ୍ଠିତ…

ଷ୍ଟାର୍ମରଙ୍କ ଇସ୍ତଫା ପେରେ ଜାଣନ୍ତୁ କିଏ ହେବେ ବ୍ରିଟେନର ଆଗାମୀ ପ୍ରଧାନମନ୍ତ୍ରୀ

ଲଣ୍ଡନ,୨୨।୬: ୟୁକେ ପ୍ରଧାନମନ୍ତ୍ରୀ କୀର ଷ୍ଟାର୍ମରଙ୍କ ଇସ୍ତଫା ସମ୍ପର୍କରେ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ସୋମବାର ଷ୍ଟାର୍ମର ପ୍ରଧାନମନ୍ତ୍ରୀ ପଦ ଛାଡିବା ନିଷ୍ପତ୍ତି ଘୋଷଣା କରିଛନ୍ତି। ଷ୍ଟାର୍ମର କହିଛନ୍ତି,…

ଇଞ୍ଜିନିଅରିଂ କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ ପ୍ରଥମ ଥର ପ୍ରତିକ୍ରିୟା ରଖିଲେ ମନ୍ତ୍ରୀ, କହିଲେ…

ଭୁବନେଶ୍ୱର,୨୨।୬: ଇଞ୍ଜିନିଅରିଂ କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ମଙ୍ଗଳବାର ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ମନ୍ତ୍ରୀ ପ୍ରତିକ୍ରିୟାରେ କହିଛନ୍ତି,…

କେନ୍ଦ୍ର ସରକାରଙ୍କ ୧୨ ବର୍ଷ , ରାଜ୍ୟ ସରକାରଙ୍କ ୨ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମ: ଏହି ବିଷୟ ଉପରେ କଲେ ଆଲୋଚନା

ରାଇକିଆ,୨୨।୬(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ହରି ଓମ କଲ୍ୟାଣ ମଣ୍ଡପ ଠାରେ ସୋମବାର କେନ୍ଦ୍ର ସରକାରଙ୍କ ୧୨ ବର୍ଷ ଓ ରାଜ୍ୟ ସରକାରଙ୍କ ୨ ବର୍ଷ…

ପ୍ରକାଶ ପାଇଲା UG ପ୍ରଥମ ରାଉଣ୍ଡ ମେରିଟ୍‌ ଲିଷ୍ଟ, ରେଭେନ୍ସା ଆଗରେ

କଟକ,୨୨।୬: ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୋମବାର UG ପ୍ରଥମ ରାଉଣ୍ଡ ମେରିଟ୍‌ ଲିଷ୍ଟ ପ୍ରକାଶ ପାଇଛି। ଏଥିରେ ରେଭେନ୍‌ଶା ବିଶ୍ବବିଦ୍ୟାଳୟ ଆଗରେ ରହିଛି। ରେଭେନ୍‌ଶାରେ କଳା(ରାଜନୀତି ବିଜ୍ଞାନ)…

ଲେବର ପାର୍ଟିରେ ଉତ୍ତେଜନା ମଧ୍ୟରେ ୟୁକେ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଲେ କିର୍‌ ଷ୍ଟାର୍ମର

ଲଣ୍ଡନ,୨୨।୬: ବ୍ରିଟିଶ ପ୍ରଧାନମନ୍ତ୍ରୀ କିର୍‌ ଷ୍ଟାର୍ମରଙ୍କ ଇସ୍ତଫା ସମ୍ପର୍କରେ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ସୋମବାର (ଜୁନ ୨୨) କିର୍‌ ଷ୍ଟାର୍ମର ପ୍ରଧାନମନ୍ତ୍ରୀ ପଦ ଛାଡିବା ନିଷ୍ପତ୍ତି ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri