Posted inରାଜ୍ୟ

ପାଣି ଖସୁନି, ଦୁର୍ଦ୍ଦଶା ବଢୁଛି

ଭୁବନେଶ୍ୱର,୨ା୯(ବ୍ୟୁରୋ): ରାଜ୍ୟରେ ବନ୍ୟା ପରିସ୍ଥିତିରେ ସୁଧାର ଆସିଛି। ବ୍ରାହ୍ମଣୀ, ବୈତରଣୀ, ସୁବର୍ଣ୍ଣରେଖା, ବୁଢାବଳଙ୍ଗ ଏବଂ ଜଳକା ନଦୀରେ ଆଉ ବନ୍ୟା ବିପଦ ନାହିଁ। ତେବେ ବନ୍ୟା ଛାଡିବା ପରେ ମଧ୍ୟ ଦୁର୍ଦ୍ଦଶା କମିନାହିଁ। ଧାନଜମିରେ ପାଣି ବୁଡି ରହିଥିବା ବେଳେ ଏବେ ବି କେତେକ ଅଞ୍ଚଳରେ ବନ୍ୟାପାଣି ଜମି ରହିଛି। ଗତ ଦୁଇଦିନ ହେବ ମହାନଦୀ ଫୁଲି ରହିଛି। ମହାନଦୀରେ ଯଦିଓ ବନ୍ୟା ଜଳ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି। ତେବେ ଧୀରେ ଧୀରେ ବନ୍ୟା ଜଳ ହ୍ରାସ ପାଇବାରେ ଲାଗିଛି। ଜଳ ସମ୍ପଦ ବିଭାଗ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ମହାନଦୀର ନରାଜ ଠାରେ ବିପଦ ସଙ୍କେତସ୍ତର ୨୬.୪୧ ମିଟର ଥିବା ବେଳେ ୨୬.୬୨ ମିଟର ଉପରେ ପ୍ରବାହିତ ହେଉଛି। ଉପରମୁଣ୍ଡରେ ବର୍ଷା ନାହିଁ। ହୀରାକୁଦ ଜଳ ଭଣ୍ଡାରକୁ ଜଳ ପ୍ରବେଶ କମିଥିବା ବେଳେ ଅଧିକ ବନ୍ୟାର ଆଶଙ୍କା ନାହିଁ ବୋଲି ସ୍ବତନ୍ତ୍ର ରିଲିଫ କମିଶନର(ଏସଆରସି)ଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ହୀରାକୁଦ ଜଳଭଣ୍ଡାକୁ ପ୍ରତି ସେକେଣ୍ଡରେ ୩ ଲକ୍ଷ ୬୬ ହଜାର ୬୬୩ କ୍ୟୁସେକ ଜଳ ପ୍ରବେଶ କରୁଛି। ୨୪ଟି ଗେଟ ଦେଇ ୪ ଲକ୍ଷ ୪ ହାଜର ୭୮୨ କ୍ୟୁସେକ ଜଳ ଛଡାଯାଉଛି। ଖଇରାମାଳ ୬ ଲକ୍ଷ ୬ ହଜାର କ୍ୟୁସେକ ଜଳ ପ୍ରବାହିତ ହେଉଥିବା ବେଳେ ବରମୂଳ ଠାରେ ୭ ଲକ୍ଷ ୩ ହଜାର ୭୫୦ ଏବଂ ମୁଣ୍ଡଳୀ ଠାରେ ୯ ଲକ୍ଷ ୨୫ ହଜାର ୯୪୨ କ୍ୟୁସେକ ଜଳ ପ୍ରବାହିତ ହେଉଛି। ପୂର୍ଣ୍ଣିମା ଥିବାରୁ ମହାନଦୀ ଓ ଏହାର ଶାଖା ନଦୀରୁ ଜଳ ଧୀରେ ଧୀରେ ହ୍ରାସ ପାଉଛି। ପାଣି ଛାଡିବାକୁ ଆହୁରି ଦୁଇରୁ ତିନି ଦିନ ଲାଗିବ ବୋଲି ଅନୁମାନ କରାଯାଇଛି।

ସପ୍ତାହ ଯାଏ କାଁ ଭାଁ ବର୍ଷା

ଆସନ୍ତା ୭ ତାରିଖ ଯାଏ ରାଜ୍ୟରେ ବଡ ବର୍ଷା ନାହିଁ। କେଉଁଠି କେମିତି କାଁ ଭାଁ ଅସରାଏ କିମ୍ବା ଦି ଅସରା ବର୍ଷା ହେବାର ସମ୍ଭାବନା ରହିଛି। ପଶ୍ଚିମ ବଙ୍ଗ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ , କେନ୍ଦୁଝର, ଦେବଗଡ, ସୁନ୍ଦରଗଡ, ଅନୁଗୋଳ ଏବଂ ବାଲେଶ୍ୱର ଜିଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଏଲୋଓ୍ବାର୍ଣ୍ଣିଂ ଜାରି କରାଯାଇଛି। ଏହି ସମୟରେ ଯାଜପୁର ଭଦ୍ରକ, କେନ୍ଦ୍ରାପଡା, ଗଜପତି, ସମ୍ବଲପୁର, ବରଗଡ ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅଳ୍ପ କେତେକ ସ୍ଥାନରେ ବର୍ଷା ହୋଇଛି। ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ରାଜ୍ୟରେ ବାଲେଶ୍ୱରରେ ୨୧ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ ସମ୍ବଲପୁର ୧୪.୪, ଛତ୍ରପୁର ୧୩.୬ ଏବଂ କେନ୍ଦୁଝରରେ ୧.୮ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋହନ ଭାଗବତଙ୍କ ଭିଜା ରଦ୍ଦ ପାଇଁ ୟୁଏସ୍‌ସିଆଇଆର୍‌ଏଫ୍‌ର ଦାବି

ଓ୍ବାଶିଂଟନ,୨୮।୮(ପି.ଟି.): ନ୍ୟୁୟର୍କକୁ ୩ ଦିନିଆ ଗସ୍ତରେ ଯାଇଥିବା ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ମୁଖ୍ୟ ମୋହନ ଭାଗବତଙ୍କ ଭିଜା ରଦ୍ଦ କରିବାକୁ ଆମେରିକାର ଅନ୍ତର୍ଜାତୀୟ ଧର୍ମୀୟ ସ୍ବାଧୀନତା…

ଆଖଡ଼ାଶାଳୀ ସ୍ଲୁଇସ୍‌ କ୍ରୀକ୍‌ ୬ ପଞ୍ଚାୟତର ଚାଷୀଙ୍କ ଭାତହାଣ୍ଡି, ବିଧାୟକ କହିଲେ ଏଠାରେ ଖୁବ୍‌ଶୀଘ୍ର ହେବ…

ମହାକାଳପଡ଼ା,୨୮ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ମଙ୍ଗଳପୁର ପଞ୍ଚାୟତ ବନ୍ଧପଡ଼ା ଗ୍ରାମ ଲକ୍ଷ୍ମୀ ନାରାୟଣ ମନ୍ଦିର ପରିସରରେ ଗୁରୁବାର ବଳଦେବଜୀଉଙ୍କ ଜନ୍ମଦିବସ ଅବସରରେ ଚଷା…

ଗ୍ରାହକଙ୍କୁ ବଡ଼ ଝଟ୍‌କା ବଢିଲା କ୍ଷୀର ଦର: ଏବେ ଲିଟର ପିଛା…

ମୁମ୍ବାଇ,୨୮।୮: ପାର୍ବଣ ଋତୁ ଆରମ୍ଭରୁ ଗ୍ରାହକଙ୍କୁ ଏକ ବଡ଼ ଝଟ୍‌କା ଲାଗିଛି। ସେପ୍ଟେମ୍ବର ୧, ୨୦୨୬ଠାରୁ, ମୁମ୍ବାଇରେ କ୍ଷୀର କିଣିବା ସାଧାରଣ ଲୋକଙ୍କ ପକେଟ ଉପରେ ଭାରୀ…

ସେପ୍ଟେମ୍ବର ୧ରୁ ଲାଗୁ ହେବ ନୂଆ ନିୟମ: ଗ୍ରାହକଙ୍କ ସୁବିଧା ପାଇଁ …

ଚେନ୍ନାଇ,୨୮।୮: ତାମିଲନାଡୁରେ ମଦର ଖୁଚୁରା ବିକ୍ରି ଉପରେ ସରକାରୀ ଏକାଧିକାର ରଖୁଥିବା ସଂସ୍ଥା TASMAC ପକ୍ଷରୁ ଏକ ବଡ଼ ଘୋଷଣା କରାଯାଇଛି। ଆସନ୍ତା ସେପ୍ଟେମ୍ବର ୧ ତାରିଖରୁ…

ଗ୍ରହଙ୍କ ବଡ଼ ସଂଯୋଗ: ଏହି ୫ ରାଶିଙ୍କୁ ମିଳିବ ଧନଠାରୁ କ୍ୟାରିୟର ପର୍ଯ୍ୟନ୍ତ ଲାଭ

୨୮ ଅଗଷ୍ଟ ୨୦୨୬ ଦିନଟି ପଞ୍ଜିକା ଓ ଜ୍ୟୋତିଷ ଦୃଷ୍ଟିରୁ ବେଶ ଖାସ ବୋଲି କୁହାଯାଉଛି। ଏହି ଦିନ ଶ୍ରାବଣ ମାସ ଶୁକ୍ଳ ପକ୍ଷର ପୂର୍ଣ୍ଣିମା ତିଥି…

‘ଇମ୍ରାନ ଖାନଙ୍କୁ ମାରିଦେବାକୁ ଚାହୁଁଛନ୍ତି ପାକିସ୍ତାନ ସରକାର’, ବଡ଼ ଦାବି କଲେ ପୁଅ

ଇସଲାମାବାଦ,୨୮।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ନେଇ ବଡ଼ ଅଭିଯୋଗ ଆସିଛି । ଇମ୍ରାନ ଖାନଙ୍କ ଦୁଇ ପୁଅ କାସିମ ଖାନ ଓ ସୁଲେମାନ ଖାନ…

ପ୍ରଥମ ଭାରତୀୟ ଭାବେ ଏହି ଟ୍ରଫି ଜିତି ଇତିହାସ ରଚିଲେ ପ୍ରଜ୍ଞାନନ୍ଦା

ନୂଆଦିଲ୍ଲୀ,୨୮।୮:ଭାରତୀୟ ଗ୍ରାଣ୍ଡମାଷ୍ଟର ଆର. ପ୍ରଜ୍ଞାନାନନ୍ଦ ସେଣ୍ଟ ଲୁଇସରେ ଗ୍ରାଣ୍ଡ ଚେସ ଟୁର୍‌ ଟାଇଟଲ ଜିତି ଇତିହାସ ରଚିଛନ୍ତି। ଏହି ଟ୍ରଫି ଜିତିଥିବା ପ୍ରଥମ ଭାରତୀୟ ଚେସ ଖେଳାଳି…

‘୧୦୦ ପୁରୁଷଙ୍କ ସାମ୍ନାରେ ଖୋଲିବାକୁ ପଡିଥିଲା ପୋଷାକ’, ଅଭିନେତ୍ରୀଙ୍କ ଚମକାଇଦେବା ଭଳି ଖୁଲାସା

ବଲିଉଡର ଲୋକପ୍ରିୟ ଅଭିନେତ୍ରୀ ଦିଆ ମିର୍ଜା ନିଜର ସ୍ପଷ୍ଟବାଦୀ ମତାମତ ଓ ସାମାଜିକ ପ୍ରସଙ୍ଗରେ ଖୋଲାଖୋଲି କଥା କହିବା ପାଇଁ ପରିଚିତ। ନିକଟରେ ସେ ନିଜ କ୍ୟାରିୟରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri