କମୁଛି ପାଣି, ଟଳିନି ବିପଦ

ବାରିପଦା ଅଫିସ,୨୮ା୮- ଲଘୁଚାପ ଜନିତ ବର୍ଷାରେ ମୟୂରଭଞ୍ଜ ଜିଲା ଦେଇ ପ୍ରବାହିତ ବୁଢାବଳଙ୍ଗ, ଜମ୍ଭୀରା ଓ ଗଙ୍ଗାହାର ନଦୀରେ ବୃଦ୍ଧି ପାଇଥିବା ବନ୍ୟାଜଳ ଗୁରୁବାର ଅପରାହ୍ନ ସୁଦ୍ଧା କମିବାରେ ଲାଗିଛି ା ଜିଲାର ବଡ଼ସାହି, ଗୋପବନ୍ଧୁନଗର, ରାସଗୋବିନ୍ଦପୁର ଆଦି ବ୍ଲକ ଅଞ୍ଚଳରେ ଯୋଗାଯୋଗ ବିଚ୍ଛିନ୍ନ ହୋଇଥିବା ସ୍ଥାନଗୁଡ଼ିକ ସ୍ବାଭାବିକ ପରିସ୍ଥିତିକୁ ଆସିଛି ା ବାରିପଦା ସହର ମଧ୍ୟ ଦେଇ ପ୍ରବାହିତ ଜରାଳୀ ଓ ସରାଳୀ ନଦୀର ଜଳପତ୍ତନ ହ୍ରାସ ପାଇଥିବା ବେଳେ ପ୍ରଶାସନିକ ଅଧିକାରୀମାନେ ବନ୍ୟାଞ୍ଚଳ ପରିଦର୍ଶନ କରି ବ୍ୟାପକ ବ୍ୟବସ୍ଥା ଗ୍ରହଣ କରିଛନ୍ତି। ବିଜେଡି ଜିଲା ପର୍ଯ୍ୟବେକ୍ଷକ ପ୍ରଣବ ପ୍ରକାଶ ଦାସ କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ ସହ ବନ୍ୟା ପରିସ୍ଥିତି ସମ୍ପର୍କରେ ଆଲୋଚନା କରିଛନ୍ତି। ବିପନ୍ନ ପରିବାରକୁ ଦଳ ପକ୍ଷରୁ ଶୁଖିଲା ଖାଦ୍ୟ, ରୋଷେଇ ସାମଗ୍ରୀ ଆଦି ପ୍ରଦାନ କରାଯାଇଛି। ମୋରଡ଼ା ବିଧାୟକ ରାଜକିଶୋର ଦାସ, ପୂର୍ବତନ ଉପବାଚସ୍ପତି ସାନନ୍ଦ ମାରାଣ୍ଡି, ଦେବାଶିଷ ମହାନ୍ତି, ସୁବ୍ରମଣ୍ୟମ ମହାନ୍ତି, ସରୋଜ ଦାସଙ୍କ ସମେତ ବହୁ କର୍ମକର୍ତ୍ତା ତାଙ୍କ ସହ ଉପସ୍ଥିତ ଥିଲେ।
ସେହିପରି ରାସଗୋବିନ୍ଦପୁର ବ୍ଲକ ଅଞ୍ଚଳରେ ଜଳବନ୍ଦୀରେ ରହୁଥିବା ପିଙ୍ଗୁଳି, ପଦ୍ମତଳିଆ, ଦୁଲିପୁରା ଆଦି ସ୍ଥାନକୁ ଅତିରିକ୍ତ ଜିଲାପାଳ ବିବେକାନନ୍ଦ ସାହୁ, ବିଡିଓ, ରାଜସ୍ବ ନିରୀକ୍ଷକ, ସିଡିପିଓ ପ୍ରମୁଖ ବୋଟ ଯୋଗେ ଯାଇ ସେଠାରେ ରିଲିଫ ସାମଗ୍ରୀ ପ୍ରଦାନ କରିଛନ୍ତି ା ବଡସାହି ବ୍ଲକ ଅଞ୍ଚଳରେ ପାଣି କମୁଥିବା ବେଳେ ଲୋକମାନଙ୍କ ଦୁର୍ଦ୍ଦଶା ବଢିଛି ା ହଜାର ହଜାର ହେକ୍ଟର ଜମି ଜଳମଗ୍ନ ହୋଇଥିବାରୁ ବ୍ୟାପକ ଧାନ ଓ ପରିବା ଚାଷ ନଷ୍ଟ ହୋଇଛି ା ପାଣିଘେରରେ ଥିବା କଚ୍ଚା ଘରଗୁଡ଼ିକ ଭାଙ୍ଗିଥିବା ବେଳେ ବହୁ ରାସ୍ତା ଧୋଇ ହୋଇଯାଇଛି ା ବିଶେଷ ଭାବେ ଗୃହପାଳିତ ପଶୁଗଡ଼ିକ ବେଶ ପ୍ରଭାବିତ ହୋଇଥିବା ବେଳେ ପ୍ରାଶସନିକ ଅଧିକାରୀମାନେ ପରିସ୍ଥିତିର ମୁକାବିଲା କରିବା ପାଇଁ ପ୍ରୟାସ ଚଳାଇଛନ୍ତି।
ଦୁଇ ନଦୀର ଉଭୟ ପାର୍ଶ୍ୱର ତଳିଆ ଅଞ୍ଚଳରେ ଥିବା ୪୦ରୁ ଊର୍ଦ୍ଧ୍ୱ ଗ୍ରାମରେ ବୁଧବାର ବନ୍ୟାଜଳ ପ୍ରବେଶ କରିଥିଲା ା ରାତି ତମାମ ପାଣି ବଢୁଥିବା ବେଳେ ଗୁରୁବାର ବଡ଼ିଭୋରରୁ କମିବା ଆରମ୍ଭ ହୋଇଥିଲା ା ଫଳରେ ଅଧିକାଂଶ ଗ୍ରାମରେ ଚଳପ୍ରଚଳ ସ୍ବାଭାବିକ ହେଉଥିବା ବେଳେ ଲୋକମାନଙ୍କୁ ଶୁଖିଲା ଖାଦ୍ୟ ପ୍ରଦାନ କରାଯାଇଛି ା ବଡ଼ସାହି ବିଧାୟକ ସନାତନ ବିଜୁଳୀ ଓ କେନ୍ଦ୍ରମନ୍ତ୍ରୀଙ୍କ ପ୍ରତିନିଧି ପ୍ରଦୀପ କୁମାର ପରିଡ଼ା ବୋଟ୍‌ ଯୋଗେ ଶାଳଗାଁ, ସୋରିଷକୋଠା, ପାଳପାଟଣା, ଗମ୍ଭାରିଆ, ଡୁମୁରିଆ, ଆଗ୍ରିଆ ଓ ନରଣଗାଁରେ ଜଳବନ୍ଦୀରେ ଥିବା ଲୋକମାନଙ୍କ ନିକଟରେ ପହଞ୍ଚି ଶୁଖିଲା ଖାଦ୍ୟ ପ୍ରଦାନ କରିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ଭବାନୀ ଶଙ୍କର ସାହୁ, ରାଜକିଶୋର ଶାହା, ଶଶି ଶେଖର ପଣ୍ଡା, ଦୀପକ ବାରିକ ପ୍ରମୁଖ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…

ବାହାରିଲା ମା’ ମାଣିକେଶ୍ୱରୀଙ୍କ ନବାନ୍ନ ଲଗ୍ନ, ଏହିଦିନ ନୂଆଁ ଖାଇବେ ଗଡ଼ଜାତବାସୀ

ଭବାନୀପାଟଣା,୬ା୯(ଉତ୍ତମ କୁମାର ଦାଶ): ନୂଆଁଖାଇ ପାଇଁ ସଜବାଜ ହେଉଛି କଳାହାଣ୍ଡି ଜିଲା । ପଶ୍ଚିମ ଓଡ଼ିଶାର ଏହା ଏକ ମୁଖ୍ୟ ପର୍ବ ହୋଇଥିଲେ ହେଁ କଳାହାଣ୍ଡିରେ ଟିକେ…

ଯନ୍ତ୍ରୀ ଅନୁପମା ସାହୁ ଗିରଫ, ଗାଡ଼ିରୁ ବାହାରିଥିଲା ବିଡ଼ାବିଡ଼ା ଟଙ୍କା, ଭୁବନେଶ୍ୱରରେ ଫ୍ଲାଟ୍‌ ସହ ଅନେକ ସହରରେ ରହିଛି…

କଟକ,୬ା୯(ପ୍ରଭୁକଲ୍ୟାଣ ପାଲ): ଲାଞ୍ଚ ଟଙ୍କାରେ ଫସିଲେ ଲେଡି ଅଫିସର। ଗିରଫ ହୋଇ କୋର୍ଟ ଚାଲାଣ ହୋଇଛନ୍ତି କେନ୍ଦ୍ରାପଡ଼ା ଡ୍ରେନେଜ ଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ଅନୁପମା ସାହୁ।…

ଫୁଟବଲ ଖେଳ ଚାଲିଥିବା ବେଳେ ଆକାଶରୁ ଖସିଲା ମୃତ୍ୟୁ

କୁଆଁରମୁଣ୍ଡା,୬।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ କାଲୋଷିହିରିଆ ଗେଲ୍‌ଇଣ୍ଡିଆ ଖଡିଆବସ୍ତି ଫୁଟବଲ ପଡ଼ିଆରେ ରବିବାର ଏକ ଅଘଟଣ ଘଟିଛି। ପଡ଼ିଆରେ…

ଗାଁରେ ମାଙ୍କଡ଼ ଆତଙ୍କ: ଦୁଇଜଣଙ୍କୁ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ ପରେ…

ବଞ୍ଚୋ,୬ା୯(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ମୋଚିନ୍ଦା ଗ୍ରାମରେ ଏକ ବୁଲା ମାଙ୍କଡ଼ର ଉତ୍ପାତକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଭୟ ଓ ଆତଙ୍କ ଦେଖାଦେଇଛି। ଗ୍ରାମ…

ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ହେଲେ ପ୍ରଦେଶ କଂଗ୍ରେସ କମିଟି ସାଧାରଣ ସମ୍ପାଦକ:  ଚାରିଆଡୁ ଛୁଟୁଛି ଶୁଭେତ୍ସାର ସୁଅ 

ଦିଗପହଣ୍ଡି,୬|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡାଙ୍କୁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି(ପିସିସି)ର ସାଧାରଣ ସମ୍ପାଦକ ଭାବେ ନିଯୁକ୍ତ କରାଯାଇଥିବା ଜଣାପଡିଛି।…

ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ନେଇ…

ବଲାଙ୍ଗୀର,୬ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଓକିଲ ସଂଘ ପକ୍ଷରୁ ରବିବାର ହାଇକୋର୍ଟ ଜ୍ୟୋତିଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବଲାଙ୍ଗୀରଠାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା କରାଯିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri