ଲୁଣାନଦୀର ଜଳସ୍ତର କମୁଛି, ମିଳୁନି ପାଣି

କେନ୍ଦ୍ରାପଡ଼ା ଅଫିସ, ୧୪ା୪: କେନ୍ଦ୍ରାପଡ଼ା ଜିଲାରେ ପ୍ରବାହିତ ଲୁଣାନଦୀର ଜଳସ୍ତର ୨୦୨୧ ଡିସେମ୍ବରଠାରୁ କମିବାରେ ଲାଗିଛି। ଫଳରେ ଆଗାମୀଦିନରେ କେନ୍ଦ୍ରାପଡ଼ା ପୌରାଞ୍ଚଳର ପିଇବା ପାଣି ସମସ୍ୟା ଉଭା ହେବା ସହ ଅବବାହିକାରେ ଥିବା ଚାଷଜମି ପଡିଆ ପଡିବା ଆଶଙ୍କା ଦେଖାଦେଇଛି। ଲୁଣା ନଦୀରୁ ବେଆଇନ ଭାବେ ବାଲି ଉଠା ଯାଉଥିବାରୁ ନଦୀପଥର ପରିବର୍ତ୍ତନ ହେବ ବୋଲି ସ୍ଥାନୀୟ ଅଞ୍ଚଳରେ ଉଦ୍‌ବେଗ ପ୍ରକାଶ ପାଇଛି। ଜିଲାରେ ପ୍ରବାହିତ ନଦୀଗୁଡିକର ସଂଯୋଗୀକରଣ ପରେ ଏହି ସମସ୍ୟାର ସମାଧାନ ହୋଇପାରିବ ବୋଲି ବୁଦ୍ଧିଜୀବୀମାନେ ମତ ଦେଇଛନ୍ତି।

କେନ୍ଦ୍ରାପଡ଼ା ସହରସ୍ଥ ଖଡିଅଙ୍ଗର କ୍ଷିତୀଶ କୁମାର ସିଂହ କହିଛନ୍ତି, ସହରକୁ ପାଣି ଯୋଗାଣ ପାଇଁ ପିଏଚ୍‌ଡି ଓ ଜଳ ସମ୍ପଦ ବିଭାଗର ସମନ୍ବୟରେ ଲୁଣା ନଦୀର କଳପଡାଠାରୁ ପାଣି ଉଠାଯାଉଛି। ତେବେ ଜାନୁୟାରୀରୁ ନଦୀର ପମ୍ପ ହାଉସ ପାଖ ଶୁଖିଲା ପଡିଛି। ଏଥିପାଇଁ ଅପରପାର୍ଶ୍ୱରୁ ଏକ ନାଳି ଖୋଳା ଯାଇ ପମ୍ପ ହାଉସ ନିକଟକୁ ପାଣି ଅଣା ଯାଉଥିଲା। ଏହି ନାଳି ଏବେ ଶୁଖିଲା ଅବସ୍ଥାକୁ ଆସିଗଲାଣି। ଏପରିସ୍ଥିତି ରହିଲେ, ଆସନ୍ତା ୧୫ ଦିନ ମଧ୍ୟରେ ସହରକୁ ଜଳ ଯୋଗାଣ ବନ୍ଦ ହୋଇଯିବ। ବୁଦ୍ଧିଜୀବୀ ସନ୍ତୋଷ କୁମାର ପଣ୍ଡା କହିଛନ୍ତି, ପଡାଗୟାସପୁର, ଗୟାସପୁର, ଥାଉରୀ, ଚଢ଼େଇଗୁଅଁା, ରାଜଗଡ, ଅଙ୍ଗୁଳାଇ ଆଦି ସ୍ଥାନରେ ଲୁଣାନଦୀର ଚେକ୍‌ ଡ୍ୟାମ ହୋଇଛି। ପାନୀୟ ଜଳ ଯୋଗାଣ ସହ ଚାଷ କାର୍ଯ୍ୟ ପାଇଁ ଜଳ ଯୋଗାଣ ହେବା କଥା। ତେବେ ଖରା ଆରମ୍ଭରୁ ଲୁଣା ନଦୀ ଜଳସ୍ତର ହ୍ରାସ ପାଇଥିବାରୁ ପ୍ରାୟ ୧୦ ହଜାର ହେକ୍ଟର ଜମି ପଡ଼ିଆ ପଡ଼ିବ ବୋଲି ଆକଳନ କରାଯାଉଛି। ଏ ସମ୍ପର୍କରେ ପୂର୍ବତନ ଜିଲା ପରିଷଦ ସଭ୍ୟ ଗଣେଶ ଚନ୍ଦ୍ର ସାମଲ କୁହନ୍ତି, ଲୁଣାନଦୀ କେନ୍ଦ୍ରାପଡ଼ା ମଧ୍ୟ ଦେଇ ପ୍ରବାହିତ ହେଉଛି। ନଦୀର ଲମ୍ବ ୭୩ କିଲୋମିଟର ହୋଇଥିବା ବେଳେ ବ୍ରିଟିଶ ଶାସନ ସମୟରେ ଏହି ବାଟ ଦେଇ ନୌବାଣିଜ୍ୟ ହେଉଥିଲା। ତେବେ ଏହାର ରକ୍ଷଣାବେକ୍ଷଣ ଅଭାବ, ବେଆଇନ ବାଲି ଓ ମାଟି ଉଠାଣ, ଜବରଦଖଲ ହେତୁ ଏବେ ନଦୀର ଗତିପଥ ପରିବର୍ତ୍ତନ ହୋଇଛି। ଏହି ଜିଲାର ଅଧିବାସୀ ଚାଷ ଉପରେ ନିର୍ଭରଶୀଳ ହୋଇଥିବା ବେଳେ ୧୫,୮୫୦ ହେକ୍ଟର ଚାଷ ଜମିରେ ଉଦ୍‌ବୃତ ଜଳର ନିଷ୍କାସନ ପାଇଁ କୌଣସି ବ୍ୟବସ୍ଥା ନାହିଁ। ସେହିପରି ଜିଲାର ୩୨,୩୫୦ ହେକ୍ଟର ଚାଷଜମି ଲୁଣା। ଏଥିସହ ବର୍ଷାଦିନେ ୩୪,୯୫୨ ହେକ୍ଟର ଜମିରେ ବନ୍ୟା ଜଳ ମାଡିଯାଉଛି। ଜିଲାର ୮୪,୯୧୦ ହେକ୍ଟର ଜମିକୁ ମରୁଡ଼ି ଅଞ୍ଚଳ ଘୋଷଣା କରାଯାଇଛି। ନଦୀ ଓ ମୁଖ୍ୟ କେନାଲଗୁଡିକର ଜଳ ପରିଚାଳନା ପାଇଁ ଜିଲା ପରିଷଦରେ ବାରମ୍ବାର ଦାବି ସତ୍ତ୍ୱେ କୌଣସି ସୁଫଳ ମିଳିଲା ନାହିଁ। ସାମାଜିକ କର୍ମୀ ପ୍ରତାପ କୁମାର ତ୍ରିପାଠୀ କହିଛନ୍ତି, ଲୁଣାନଦୀର ଜଳସେଚନ ଫଳରେ ଜିଲାରେ ଧାନ ସହ ରବି ଫସଲ, ନଳିତା, ବାଦାମ, ଆଖୁ ପରି ଅର୍ଥକରୀ ଫସଲ ଓ ପନିପରିବା ଚାଷ ହେଉଥିଲା। ତେବେ କିଛିବର୍ଷ ଧରି ଏହି ନଦୀର ଜଳସ୍ତର କମିବାରେ ଲାଗିଛି। ମହାନଦୀର ଉପରମୁଣ୍ଡରେ ଛତିଶଗଡ଼ ସରକାରଙ୍କ ବନ୍ଧ ନିର୍ମାଣ ଫଳରେ ଏପରିସ୍ଥିତି ଉପୁଜିଛି ବୋଲି ସେ ମତ ଦେଇଛନ୍ତି। କୃଷକ ନେତା ବିଧୁଭୂଷଣ ମହାପାତ୍ର କହିଛନ୍ତି, ଜିଲାରେ ୭ ନଦୀ ପ୍ରବାହିତ ହେଉଛି। ଏହି ନଦୀଗୁଡିକୁ ସଂଯୋଗୀକରଣ କରାଯାଇ ବିଭିନ୍ନ ସ୍ଥାନରେ ବ୍ୟାରେଜ ନିର୍ମାଣ କରାଗଲେ ଜିଲାର ଚାଷଜମିକୁ ଜଳସେଚନ ବ୍ୟବସ୍ଥା ହୋଇପାରନ୍ତା। ଏ ନେଇ ପ୍ରଶାସକ ଓ ସ୍ଥାନୀୟ ରାଜନେତା କୌଣସି ପଦକ୍ଷେପ ନେଉନାହାନ୍ତି। ଆଗାମୀ ଦିନରେ ଚାଷ ସହ ପାନୀୟ ଜଳ ଜିଲା ପାଇଁ ସମସ୍ୟା ସୃଷ୍ଟି କରିବ ବୋଲି ସେ ଉଦ୍‌ବେଗ ପ୍ରକାଶ କରିଛନ୍ତି। ଏ ସମ୍ପର୍କରେ ଜଳସମ୍ପଦ ବିଭାଗ ନିର୍ବାହୀ ଯନ୍ତ୍ରୀ ପ୍ରବୋଧ କୁମାର ରାଉତଙ୍କୁ ପଚାରିବାରେ, ଲୁଣାନଦୀର ଉନ୍ନତୀକରଣ ପାଇଁ ବିଭିନ୍ନ ଯୋଜନା ଚାଲୁ ରହିଛି। ଏହି ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବାକୁ ଆର୍ଥିକ ଅନୁଦାନ ଆସିଛି। ଖୁବ୍‌ଶୀଘ୍ର ଜିଲାବାସୀ ଏହାର ସୁଫଳ ପାଇବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?