ବଢୁଛି ବୁଢ଼ାବଳଙ୍ଗ,ଗଙ୍ଗାହାର

ବାରିପଦା ଅଫିସ,୧୧ା୮: ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ମୟୂରଭଞ୍ଜ ଜିଲା ଦେଇ ପ୍ରବାହିତ ନଦୀଗୁଡ଼ିକରେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ବନ୍ୟା ପରିସ୍ଥିତି ସୃଷ୍ଟି ନେଇ ଆଶଙ୍କା ଉପୁଜିଥିବା ବେଳେ ଜିଲା ପ୍ରଶାସନ ପକ୍ଷରୁ ଏହାର ମୁକାବିଲା ଲାଗି ତତ୍ପରତା ପ୍ରକାଶ କରିଛି। ଶୁଖିଲା ଓ ରନ୍ଧା ଖାଦ୍ୟ ଯୋଗାଇ ଦେବା ଏବଂ ବନ୍ୟା ଆଶ୍ରୟସ୍ଥଳୀରେ ଲୋକମାନଙ୍କୁ ଥଇଥାନ କରିବା ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି।

ବୁଢ଼ାବଳଙ୍ଗ, ଗଙ୍ଗାହାର, ପଳପଳା ଓ ସୋନ ନଦୀର ଜଳପତ୍ତନ ବୃଦ୍ଧି ପାଇଛି। ବୁଢ଼ାବଳଙ୍ଗର ଜଳପତ୍ତନ ଅରେଞ୍ଜ ଲେଭଲରେ ରହିଛି। ଗଙ୍ଗାହାର ନଦୀରେ ଜଳବୃଦ୍ଧି ଯୋଗୁ ଖଡ଼ିକାପଦା ପୋଲ ଉପରେ ଉଦ୍‌ବୃତ୍ତ ଜଳ ପ୍ରବାହିତ ହେଉଛି। ଫଳରେ ବଡ଼ସାହି-କୁଆମରା ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ନଦୀ ତଟବର୍ତ୍ତୀ ଅଞ୍ଚଳବାସୀଙ୍କୁ ସୁରକ୍ଷିତ ସ୍ଥାନକୁ ଯିବା ପାଇଁ ପରାମର୍ଶ ଦେବା ସହ ସ୍ଥାନାନ୍ତର ଲାଗି ପ୍ରଶାସନ ପକ୍ଷରୁ ସତର୍କ ଦୃଷ୍ଟି ଦିଆଯାଇଛି। ବୁଧବାର ଅପରାହ୍ନ ସୁଦ୍ଧା ବାରିପଦାର ଅସ୍ତିଆଠାରେ ବୁଢ଼ାବଳଙ୍ଗର ଜଳପତ୍ତନ ୨୮ମିଟର ରହିଥିବା ବେଳେ ବିପଦ ସଙ୍କେତଠାରୁ ୨.୯୨ମିଟର ବ୍ୟବଧାନରେ ରହିଛି। ସେହିପରି ସୋନ ନଦୀର ଜଳପତ୍ତନ ୨୨.୦୬ଏମ୍‌ଏମ୍‌ ଥିବା ବେଳେ ବିପଦ ସଙ୍କେତ ୨୬.୧ଏମଏମ୍‌ ରହିଛି। ଶିମିଳିପାଳରେ ବୃଷ୍ଟିପାତ ଅଧିକ ହେଉଥିବାରୁ ନଦୀରେ ଜଳପତ୍ତନ ବୃଦ୍ଧି ପାଇବ ବୋଲି ଜିଲା ଜରୁରୀକାଳୀନ ଅଧିକାରୀ ସୁଜୟ ପତି କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ବିବାହରେ ଯୋଗ ଦେଇ ଘେରୁଥିଲେ, ଭାରସାମ୍ୟ ହରାଇ ଗଛକୁ ପିଟିଲା କାର୍‌; ଚାଲିଗଲା ୨ ଜୀବନ, ଡ୍ରାଇଭର…

ଲଇକେରା,୯।୨(ରଞ୍ଜନ କୁମାର ମେହେର): ଝାରସୁଗୁଡା ଜିଲା ଲଇକେରା ବ୍ଳକ ସ୍ଥିତ ଧୂକା ଚୌକଠାରେ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର ଭାରସାମ୍ୟ ହରାଇ ଗଛକୁ ପିଟିବାରୁ ୨…

ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…

ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ସି.କେ ନାଇଡୁ ଟ୍ରଫି: ଓଡ଼ିଶାକୁ ହରାଇ ବେଙ୍ଗଲ ୧୦୨ ରନରେ ବିଜୟୀ

ବରଗଡ,୯।୨(ପ୍ରେମାନନ୍ଦ ଖମାରୀ) : ବରଗଡ ବିକାଶ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା ଦଳ ଓ ବେଙ୍ଗଲ ଦଳ ମଧ୍ୟରେ ଚାଲିଥିବା ସି.କେ ନାଇଡୁ ଟ୍ରଫିର ଇଲାଇଟ ଗ୍ରୁପ-ବିର ମ୍ୟାଚରେ…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ଇଟାଭାଟିରେ ୧୧ରେ ଶିଶୁ ଶ୍ରମିକ, ରାୟଗଡ଼ା ଜିଲା ପ୍ରଶାସନର ତନାଘନା

ରାୟଗଡ଼ା,୯।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ବ୍ଲକ ଚାନ୍ଦିଲି ଥାନା ଅର୍ନ୍ତଗତ ଭାକୁରଗୁଡ଼ା ସ୍ଥିତ ଏକ ଇଟାଭାଟିରେ ବେଆଇନ ଭାବେ ଶିଶୁ ଶ୍ରମିକ ନିଯୁକ୍ତି ଅଭିଯୋଗ ସାମ୍ନାକୁ ଆସିଛି…

ପ୍ରେମ ସପ୍ତାହରେ ରକ୍ତରଂଜିତ କାହାଣୀ: ତ୍ରିକୋଣୀୟ ପ୍ରେମକୁ ନେଇ ଜଘନ୍ୟ ହତ୍ୟାକାଣ୍ଡ

ଭୁବନେଶ୍ୱର,୯।୨: ରାଜଧାନୀ ଭୁବନେଶ୍ୱରରେ ଏକ ସିନେମା ଷ୍ଟାଇଲ୍‌ରେ ଘଟିଛି ଜଘନ୍ୟ ହତ୍ୟାକାଣ୍ଡ। ‘ଚକୋଲେଟ୍ ଡେ’ ପାଳନ ପରେ ପ୍ରେମିକର ବେକ କାଟି ହତ୍ୟା କରିବା ସହ ପ୍ରମାଣ…

ଆଇସକ୍ରିମ୍‌ ଖାଇ ୧୮ ପିଲା ଅସୁସ୍ଥ, ଡାକ୍ତରଖାନାରେ ଭର୍ତ୍ତି

ବାଙ୍କି , ୯।୨( ଶୁଭେନ୍ଦୁ ମହାପାତ୍ର): ଆଇସକ୍ରିମ୍‌ ଖାଇ ୧୮ ପିଲା ଅସୁସ୍ଥ । ଏଭଳି ଘଟଣା ବାଙ୍କି ଥାନା ଅନ୍ତର୍ଗତ ଭେଡା ରାମଚନ୍ଦ୍ରପୁର ପଞ୍ଚାୟତସ୍ଥିତ କୁମୁସର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri