ମିଡିୟୁବାନ୍ଦା ଜଳପ୍ରପାତରେ କମୁଛି ଜଳସ୍ତର, ପର୍ଯ୍ୟଟକ ମୁହଁ ଫେରାଇବା ଆଶଙ୍କା

ଦାରିଙ୍ଗବାଡ଼ି,୨୯ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଅନେକ ଜଳପ୍ରପାତ ରହିଛି। ସେଗୁଡିକ ମଧ୍ୟରୁ ପାଙ୍ଗାଲିର ଇନ୍ଦ୍ରଧନୁ ଜଳପ୍ରପାତ ସମେତ ପାଟାବାନ୍ଧା ଜଳପ୍ରପାତ, କିରିକୁଟି ଲଭର୍ସ ପଏଣ୍ଟ ଆଦି ରହିଛି। ତେବେ ପର୍ଯ୍ୟଟକଙ୍କୁ ସବୁଠୁ ଅଧିକ ଆକୃଷ୍ଟ କରିଥାଏ ମିଡିୟୁବାନ୍ଦା ଜଳପ୍ରପାତ। ଉକ୍ତ ଜଳପ୍ରପାତରେ ଏବେ ଜଳ ସଙ୍କଟ ଦେଖାଦେଇଛି। ଫଳରେ ପର୍ଯ୍ୟଟକ ଉକ୍ତ ସ୍ଥାନକୁ ବୁଲିବା ପାଇଁ ଯେଉଁ ଶ୍ରଦ୍ଧା ନେଇ ଯାଉଛନ୍ତି ସେଠି ପହଞ୍ଚିଲା ପରେ ସେମାନେ ନିରାଶ ହେବା ସହ ମୁହଁ ଫେରାଇ ନେଉଛନ୍ତି। ବର୍ଷାର ଅନିୟମିତତା ଯୋଗୁ ଜଳସ୍ତର କମୁଥିବା ବେଳେ ଉପରମୁଣ୍ଡରେ ଚାଷ ପାଇଁ ମଧ୍ୟ ଉକ୍ତ ଜଳ ବ୍ୟବହାର କରିବାକୁ ପଡୁଛି। ଯେଉଁଥିପାଇଁ ଜଳପ୍ରପାତରେ ଯେଉଁ ଭାବେ ଜଳ ଖସିବା ବା ପଡ଼ିବା କଥା ତା’ ଠାରୁ ବହୁତ କମ୍‌ ଜଳ ଖସୁଛି। ଫଳରେ ସୌନ୍ଦର୍ଯ୍ୟ ହ୍ରାସ ପାଉଥିବା ପର୍ଯ୍ୟଟକମାନେ କହୁଛନ୍ତି। ସେହିପରି ଅନ୍ୟ ଜଳପ୍ରପାତରେ ମଧ୍ୟ ଜଳସ୍ତର କମିଛି।

ପ୍ରକାଶ ଯେ, ପ୍ରତିବର୍ଷ ଫେବୃଆରୀ କିମ୍ବା ମାର୍ଚ୍ଚ ମାସ ହୋଲି ପର୍ବ ପରେ ଜଳସ୍ତର ହ୍ରାସ ପାଉଥିଲା କିନ୍ତୁ ଚଳିତବର୍ଷ ଶୀଘ୍ର ଜଳ ହ୍ରାସ ପାଉଥିବା ଜଣାପଡ଼ିଛି। ଏହାକୁ ନେଇ ପରିବେଶବିତ୍‌ମାନେ ଚିନ୍ତା ପ୍ରକଟ କରୁଛନ୍ତି। ଆଗାମୀ ଅକ୍ଟୋବର ମଧ୍ୟରେ ଭଲ ବର୍ଷା ନ ହେଲେ ଏହା ଶୀତଋତୁ ବେଳକୁ ଯେଉଁ ସମୟରେ ଅଧିକ ପର୍ଯ୍ୟଟକ ଆସନ୍ତି, ସେହି ସମୟରେ ପର୍ଯ୍ୟଟକଙ୍କୁ ନିରାଶ ହେବାକୁ ପଡ଼ିବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

୪୦ କୋଟି ଟଙ୍କା ବିନିଯୋଗ କରି ନିଜ ବ୍ରାଣ୍ଡ୍ ପାଇଁ ନୂଆ ଅଧ୍ୟାୟ ଆରମ୍ଭ କଲେ ବିରାଟ କୋହଲି

ନୂଆଦିଲ୍ଲୀ,୮।୧୨: ଭାରତୀୟ କ୍ରିକେଟ୍ ତାରକା ବିରାଟ କୋହଲି ୮ ବର୍ଷର ପୁରୁଣା ସମ୍ପର୍କ ଭାଙ୍ଗି ଏକ ନୂଆ ବ୍ୟବସାୟିକ ଯାତ୍ରା ଆରମ୍ଭ କରିଛନ୍ତି। ସୋମବାର କୋହଲି...

ଜୁନିୟର ମହିଳା ହକି: ଓ୍ବେଲ୍ସକୁ ହରାଇଲା ଭାରତ

ସାଣ୍ଟିଆଗୋ, ୮ା୧୨: ଏଫ୍‌ଆଇଏଚ୍‌ ଜୁନିୟର ମହିଳା ହକି ବିଶ୍ୱକପ୍‌ର ୯ମ ସ୍ଥାନ ପାଇଁ ହୋଇଥିବା ଏକ କ୍ଲାସିଫିକେଶନ ମ୍ୟାଚ୍‌ରେ କ୍ୱାର୍ଟରଫାଇନାଲ ଦୌଡ଼ରୁ ବାଦ୍‌ ପଡ଼ିଥିବା ଭାରତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri