ମିଡିୟୁବାନ୍ଦା ଜଳପ୍ରପାତରେ କମୁଛି ଜଳସ୍ତର, ପର୍ଯ୍ୟଟକ ମୁହଁ ଫେରାଇବା ଆଶଙ୍କା

ଦାରିଙ୍ଗବାଡ଼ି,୨୯ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଅନେକ ଜଳପ୍ରପାତ ରହିଛି। ସେଗୁଡିକ ମଧ୍ୟରୁ ପାଙ୍ଗାଲିର ଇନ୍ଦ୍ରଧନୁ ଜଳପ୍ରପାତ ସମେତ ପାଟାବାନ୍ଧା ଜଳପ୍ରପାତ, କିରିକୁଟି ଲଭର୍ସ ପଏଣ୍ଟ ଆଦି ରହିଛି। ତେବେ ପର୍ଯ୍ୟଟକଙ୍କୁ ସବୁଠୁ ଅଧିକ ଆକୃଷ୍ଟ କରିଥାଏ ମିଡିୟୁବାନ୍ଦା ଜଳପ୍ରପାତ। ଉକ୍ତ ଜଳପ୍ରପାତରେ ଏବେ ଜଳ ସଙ୍କଟ ଦେଖାଦେଇଛି। ଫଳରେ ପର୍ଯ୍ୟଟକ ଉକ୍ତ ସ୍ଥାନକୁ ବୁଲିବା ପାଇଁ ଯେଉଁ ଶ୍ରଦ୍ଧା ନେଇ ଯାଉଛନ୍ତି ସେଠି ପହଞ୍ଚିଲା ପରେ ସେମାନେ ନିରାଶ ହେବା ସହ ମୁହଁ ଫେରାଇ ନେଉଛନ୍ତି। ବର୍ଷାର ଅନିୟମିତତା ଯୋଗୁ ଜଳସ୍ତର କମୁଥିବା ବେଳେ ଉପରମୁଣ୍ଡରେ ଚାଷ ପାଇଁ ମଧ୍ୟ ଉକ୍ତ ଜଳ ବ୍ୟବହାର କରିବାକୁ ପଡୁଛି। ଯେଉଁଥିପାଇଁ ଜଳପ୍ରପାତରେ ଯେଉଁ ଭାବେ ଜଳ ଖସିବା ବା ପଡ଼ିବା କଥା ତା’ ଠାରୁ ବହୁତ କମ୍‌ ଜଳ ଖସୁଛି। ଫଳରେ ସୌନ୍ଦର୍ଯ୍ୟ ହ୍ରାସ ପାଉଥିବା ପର୍ଯ୍ୟଟକମାନେ କହୁଛନ୍ତି। ସେହିପରି ଅନ୍ୟ ଜଳପ୍ରପାତରେ ମଧ୍ୟ ଜଳସ୍ତର କମିଛି।

ପ୍ରକାଶ ଯେ, ପ୍ରତିବର୍ଷ ଫେବୃଆରୀ କିମ୍ବା ମାର୍ଚ୍ଚ ମାସ ହୋଲି ପର୍ବ ପରେ ଜଳସ୍ତର ହ୍ରାସ ପାଉଥିଲା କିନ୍ତୁ ଚଳିତବର୍ଷ ଶୀଘ୍ର ଜଳ ହ୍ରାସ ପାଉଥିବା ଜଣାପଡ଼ିଛି। ଏହାକୁ ନେଇ ପରିବେଶବିତ୍‌ମାନେ ଚିନ୍ତା ପ୍ରକଟ କରୁଛନ୍ତି। ଆଗାମୀ ଅକ୍ଟୋବର ମଧ୍ୟରେ ଭଲ ବର୍ଷା ନ ହେଲେ ଏହା ଶୀତଋତୁ ବେଳକୁ ଯେଉଁ ସମୟରେ ଅଧିକ ପର୍ଯ୍ୟଟକ ଆସନ୍ତି, ସେହି ସମୟରେ ପର୍ଯ୍ୟଟକଙ୍କୁ ନିରାଶ ହେବାକୁ ପଡ଼ିବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଗବାନଙ୍କ ଭରସାରେ ପରିବାର: ୩୦ ବର୍ଷ ବିତିଗଲା, ପଲିଥିନ ତଳେ ବିତୁଛି ଜୀବନ, ପ୍ରଶାସନ ନିଦାବିଷ୍ଣୁ

କେସିଙ୍ଗା, ୧୬।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନସ୍ଥ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ରାମେଶ୍ୱର…

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…

ପୂର୍ବତନ ଡେପୁଟି ସ୍ପିକରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଖେଳିଗଲା ଚାଞ୍ଚଲ୍ୟ!

କୋଲକାତା,୧୬।୮: ପଶ୍ଚିମବଙ୍ଗର ବୀରଭୂମ ଜିଲ୍ଲାର ରାମପୁରହାଟରେ ତୃଣମୂଳ କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ଆଶିଷ ବାନାର୍ଜୀଙ୍କ ମୃତ୍ୟୁକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଛି। ରବିବାର (୧୬…

ଇରାନ ସହ ଯୁଦ୍ଧ ଭିତରେ ଟ୍ରମ୍ପ ନେଲେ ବଡ଼ ନିଷ୍ପତ୍ତି, ଖୁସି ହୋଇଗଲା ଚାଇନା!

ଓ୍ବାଶିଂଟନ,୧୬/୮: ମଧ୍ୟପ୍ରାଚ୍ୟରେ ଇରାନ ସହିତ ‘ମହାଯୁଦ୍ଧ’ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ପ୍ରଶାନ୍ତ ମହାସାଗରରେ ମୁତୟନ ଥିବା ନିଜର…

ବଙ୍ଗୋପସାଗରରେ ପୁଣି ଲଘୁଚାପ: ରାଜ୍ୟରେ ପ୍ରବଳ ବର୍ଷା, ୩୦ରୁ ୪୦ କିମି ବେଗରେ…

ଭୁବନେଶ୍ୱର,୧୬।୮: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ଘନୀଭୂତ…

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri