ବଢୁଛି ବାଘୁଆ ଜଳଭଣ୍ଡାର ଜଳସ୍ତର, ତଥାପି ସ୍ଥିତି ନଗଣ୍ୟ

ବୁଗୁଡ଼ା,୧୮ା୯(କାଳୀଚରଣ ଦାଶ): ଏଇ କିଛି ଦିନ ହେଲା ଲଗାତର ଭାବେ ବର୍ଷା ହେବାରୁ ଏଠାକାର ବାଘୁଆ ଜଳଭଣ୍ଡାରର ଜଳସ୍ତର ସାମାନ୍ୟ ବୃଦ୍ଧି ପାଇଥିବା ବେଳେ ମଙ୍ଗଳବାର ସୁଦ୍ଧା ୯୧୩.୧୮ ହେକ୍ଟର ମିଟର ଜଳ ଗଚ୍ଛିତ ଥିବା ଜଣାଯାଇଛି। ୩୧୦୦ ହେକ୍ଟର ମିଟର ଜଳଧାରଣ କ୍ଷମତା ଥିବା ବାଘୁଆ ଜଳଭଣ୍ଡାରରେ ଗତ ୩୧ ଅଗଷ୍ଟରେ ୩୮୦.୦୧ ହେକ୍ଟର ମିଟର ଅର୍ଥାତ୍ ୧୨.୨୬% ଜଳ ରହିଥିଲା ବେଳେ ତାହା ଚିନ୍ତାର କାରଣ ପାଲଟିଥିଲା। ତେବେ ଗତ କିଛି ଦିନରେ ବର୍ଷା ହେବାରୁ ଜଳଭଣ୍ଡାରେ ଗଚ୍ଛିତ ଜଳର ପରିମାଣ ବୃଦ୍ଧି ପାଇ ସେପ୍ଟେମ୍ବର ୧୬ ସୁଦ୍ଧା ୯୧୩.୧୮ ହେକ୍ଟର ମିଟରରେ ପହଞ୍ଚିଥିଲେ ସୁଦ୍ଧା ସ୍ଥିତି ନଗଣ୍ୟ ରହିଛି। ଚଳିତ ସେପ୍ଟେମ୍ବର ମାସରେ ୧୬ ତାରିଖ ସୁଦ୍ଧା ବର୍ଷା ଯୋଗୁ ୫୩୩.୧୭ ହେକ୍ଟର ମିଟର ଅର୍ଥାତ୍‌ ୧୭.୨% ଜଳ ବୃଦ୍ଧି ପାଇ ଏବେ ୨୯.୪୬%ରେ ପହଞ୍ଚିଛି।

ଅନ୍ୟପକ୍ଷରେ ବର୍ଷା ଯୋଗୁ ଚାଷୀଙ୍କ ଜମିକୁ ଜଳ ମିଳିବା ସାଙ୍ଗକୁ ବାଘୁଆ ଜଳଭଣ୍ଡାରର ଜଳସ୍ତରରେ ମଧ୍ୟ ବୃଦ୍ଧି ଘଟିଥିବାରୁ ବିଭାଗୀୟ କର୍ତ୍ତୃପକ୍ଷଙ୍କୁ ସାମାନ୍ୟ ଆଶ୍ବସ୍ତି ମିଳିଛି। ତେବେ ଅଞ୍ଚଳର ଚାଷୀଙ୍କ ଆବଶ୍ୟକତାକୁ ଭିତ୍ତିକରି ଆଗାମୀ ଅକ୍ଟୋବର ପ୍ରଥମ ସପ୍ତାହ ପରେ ବାଘୁଆ ଜଳଭଣ୍ଡାରର ଉଭୟ କେନାଲରେ ପାଳିକରି ଜଳ ଯୋଗାଣ ପାଇଁ ବ୍ୟବସ୍ଥା କରାଯାଉଥିବା ନେଇ ବିଭାଗୀୟ ସହକାରୀ କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ କୃଷ୍ଣଚନ୍ଦ୍ର ପାଳଙ୍କଠାରୁ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ପରେ ଟ୍ରମ୍ପଙ୍କ ଟାର୍ଗେଟରେ ଏବେ ଏହି ଦେଶ: ନିଜେ କଲେ ଖୁଲାସା, ବିଶ୍ୱରେ ଚହଳ

ଓ୍ବାଶିଂଟନ୍‌,୧୭।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ପରେ ତାଙ୍କର ପରବର୍ତ୍ତୀ ଟାର୍ଗେଟ ବିଷୟରେ ପ୍ରକାଶ କରିଛନ୍ତି। ସେ ଖୋଲାଖୋଲି ଭାବରେ ଇଙ୍ଗିତ କରିଛନ୍ତି ଯେ ତାଙ୍କର…

ଆଇନା ଓ ମଇନା

ଆଇନା ସବୁବେଳେ ସତ କହେ! ହୋଇଥିବ ବୋଧେ! ଏକଥା ସତ ବୋଲି ବି ମୋତେ ଲାଗିଲା। ଯଦିଓ ମୁଁ ସବୁବେଳେ ଆଇନା ଦେଖି ମୋ ରୂପ ସଜାଏ।…

ବରିଷ୍ଠ ନାଗରିକଙ୍କୁ ତାଚ୍ଛଲ୍ୟ

ମନୁଷ୍ୟ ସ୍ବାଭାବିକ ଜୀବନଚକ୍ରରେ ନିର୍ଦ୍ଦିଷ୍ଟ ବର୍ଷ ଅତିକ୍ରମ ପରେ ବୃଦ୍ଧାବସ୍ଥା ପ୍ରାପ୍ତହୁଏ । ଅନେକ ମାତାପିତା ବୃଦ୍ଧାବସ୍ଥାରେ ଅବହେଳାର ଶିକାର ହେଉଥିବା ଅନୁଭବକରି ମିଳିତ ଜାତିସଂଘ ସେମାନଙ୍କର…

ଯୁଦ୍ଧରେ ଏବେ ପର୍ଯ୍ୟନ୍ତ କେତେ ସେନାଙ୍କୁ ହରାଇଲାଣି ଆମେରିକା? ନିଜେ ଦେଲା ବଡ଼ ଅପଡେଟ

ଓ୍ବାଶିଂଟନ,୧୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଏବେ ପ୍ରାୟ ତିନି ସପ୍ତାହ ଧରି ଚାଲିଛି। ଏହି ସମୟ ମଧ୍ୟରେ, ଇରାନ ସହିତ ସଂଘର୍ଷରେ ଆହତ ହୋଇଥିବା ଆମେରିକୀୟ ସୈନ୍ୟଙ୍କ…

ଖଣି ବିରୋଧରେ ଗର୍ଜିଲେ ଜନତା

ବଲାଙ୍ଗୀର/ଲୋଇସିଂହା, ୧୭ା୩(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ): କିଛିଦିନ ପୂର୍ବରୁ ବଲାଙ୍ଗୀର ଜିଲାର ଲୋଇସିଂହା ବ୍ଲକ ଅନ୍ତର୍ଗତ ବିଅରପାଲି, ବବ୍‌ଜା, ପାଟଣାଗଡ ବ୍ଳକର ସାଲେପାଲି, ଭରତବାହାଲ, ଲରମ୍ଭା ଏବଂ…

ଭାଗ୍ୟ ବଳରେ

କଟକସ୍ଥିତ ଶ୍ରୀରାମଚନ୍ଦ୍ର ଭଞ୍ଜ ଭେଷଜ ମହାବିଦ୍ୟାଳୟ ଓ ହସ୍ପିିଟାଲରେ ୧୫ ମାର୍ଚ୍ଚ ବିଳମ୍ବିତ ରାତ୍ରିରେ ଟ୍ରମା କେୟାର ଇଣ୍ଟେନସିଭ୍‌ କେୟାର ୟୁନିଟ (ଆଇସିୟୁ)ରେ ଅଗ୍ନିକାଣ୍ଡ ଘଟି ୧୦…

ରନ୍ଧନ ଗ୍ୟାସ ସଂକଟ: ଆହାର କେନ୍ଦ୍ରରେ ଛାତ୍ରୀଛାତ୍ରଙ୍କୁ ମିଳୁ ଅତିରିକ୍ତ ଖାଦ୍ୟ

ବରଗଡ଼,୧୭ା୩(ପ୍ରେମାନନ୍ଦ ଖମାରୀ): ମଧ୍ୟପ୍ରାଚ୍ୟ ଯୁଦ୍ଧ ପ୍ରଭାବରେ ରନ୍ଧନ ଗ୍ୟାସ ସଂକଟ ଦେଖାଦେଇଛି। ଏହା ସାଧାରଣ ଜୀବନ ଜୀବିକାକୁ ମଧ୍ୟ ପ୍ରଭାବିତ କରିଛି। ଏଥିରୁ ସ୍କୁଲ, କଲେଜ ଛାତ୍ରୀଛାତ୍ର…

ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ: ପରୀକ୍ଷା ଦେଲେ ୨୫ହଜାର ୫୨୮ ଶିକ୍ଷାର୍ଥୀ

ବରଗଡ଼,୧୭।୩(ପ୍ରେମାନନ୍ଦ ଖମାରୀ): ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ (ଉଲ୍ଲାସ) ଅନ୍ତର୍ଗତ ମୌଳିକ ସାକ୍ଷରତା ଏବଂ ସଂଖ୍ୟା ଜ୍ଞାନ ଦ୍ୱିତୀୟ ମୂଲ୍ୟାଙ୍କନ ପରୀକ୍ଷା (ଏଫଏଲଏନଏଟି-୨) ରବିବାର ବରଗଡ଼ ଜିଲାର ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri