ବଢୁଛି ବାଘୁଆ ଜଳଭଣ୍ଡାର ଜଳସ୍ତର, ତଥାପି ସ୍ଥିତି ନଗଣ୍ୟ

ବୁଗୁଡ଼ା,୧୮ା୯(କାଳୀଚରଣ ଦାଶ): ଏଇ କିଛି ଦିନ ହେଲା ଲଗାତର ଭାବେ ବର୍ଷା ହେବାରୁ ଏଠାକାର ବାଘୁଆ ଜଳଭଣ୍ଡାରର ଜଳସ୍ତର ସାମାନ୍ୟ ବୃଦ୍ଧି ପାଇଥିବା ବେଳେ ମଙ୍ଗଳବାର ସୁଦ୍ଧା ୯୧୩.୧୮ ହେକ୍ଟର ମିଟର ଜଳ ଗଚ୍ଛିତ ଥିବା ଜଣାଯାଇଛି। ୩୧୦୦ ହେକ୍ଟର ମିଟର ଜଳଧାରଣ କ୍ଷମତା ଥିବା ବାଘୁଆ ଜଳଭଣ୍ଡାରରେ ଗତ ୩୧ ଅଗଷ୍ଟରେ ୩୮୦.୦୧ ହେକ୍ଟର ମିଟର ଅର୍ଥାତ୍ ୧୨.୨୬% ଜଳ ରହିଥିଲା ବେଳେ ତାହା ଚିନ୍ତାର କାରଣ ପାଲଟିଥିଲା। ତେବେ ଗତ କିଛି ଦିନରେ ବର୍ଷା ହେବାରୁ ଜଳଭଣ୍ଡାରେ ଗଚ୍ଛିତ ଜଳର ପରିମାଣ ବୃଦ୍ଧି ପାଇ ସେପ୍ଟେମ୍ବର ୧୬ ସୁଦ୍ଧା ୯୧୩.୧୮ ହେକ୍ଟର ମିଟରରେ ପହଞ୍ଚିଥିଲେ ସୁଦ୍ଧା ସ୍ଥିତି ନଗଣ୍ୟ ରହିଛି। ଚଳିତ ସେପ୍ଟେମ୍ବର ମାସରେ ୧୬ ତାରିଖ ସୁଦ୍ଧା ବର୍ଷା ଯୋଗୁ ୫୩୩.୧୭ ହେକ୍ଟର ମିଟର ଅର୍ଥାତ୍‌ ୧୭.୨% ଜଳ ବୃଦ୍ଧି ପାଇ ଏବେ ୨୯.୪୬%ରେ ପହଞ୍ଚିଛି।

ଅନ୍ୟପକ୍ଷରେ ବର୍ଷା ଯୋଗୁ ଚାଷୀଙ୍କ ଜମିକୁ ଜଳ ମିଳିବା ସାଙ୍ଗକୁ ବାଘୁଆ ଜଳଭଣ୍ଡାରର ଜଳସ୍ତରରେ ମଧ୍ୟ ବୃଦ୍ଧି ଘଟିଥିବାରୁ ବିଭାଗୀୟ କର୍ତ୍ତୃପକ୍ଷଙ୍କୁ ସାମାନ୍ୟ ଆଶ୍ବସ୍ତି ମିଳିଛି। ତେବେ ଅଞ୍ଚଳର ଚାଷୀଙ୍କ ଆବଶ୍ୟକତାକୁ ଭିତ୍ତିକରି ଆଗାମୀ ଅକ୍ଟୋବର ପ୍ରଥମ ସପ୍ତାହ ପରେ ବାଘୁଆ ଜଳଭଣ୍ଡାରର ଉଭୟ କେନାଲରେ ପାଳିକରି ଜଳ ଯୋଗାଣ ପାଇଁ ବ୍ୟବସ୍ଥା କରାଯାଉଥିବା ନେଇ ବିଭାଗୀୟ ସହକାରୀ କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ କୃଷ୍ଣଚନ୍ଦ୍ର ପାଳଙ୍କଠାରୁ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

ପ୍ରବୋଧନ ତାଲିମ: ୨୯୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ…

ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା-୨୦୨୫ ଓ ୨୦୨୦ ଜାତୀୟ ଶିକ୍ଷା…

ବନୀକରଣ ପ୍ରକଳ୍ପରୁ ଲୁହାବାଡ଼ ଚୋରି: ବନ ବିଭାଗ ଜାଲରେ ୪ ଅନ୍ତଃଜିଲା ଚୋର

ଥୁଆମୂଳରାମପୁର,୩୦।୧(ଦୁର୍ଗା କୀର୍ତ୍ତି): ସରକାରୀ ସମ୍ପତ୍ତି ଲୁଟ କରିବା ଚୋରଙ୍କୁ ପଡ଼ଲା ମହଙ୍ଗା । କାଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୋପାଳପୁର ପଞ୍ଚାୟତସ୍ଥିତ ପାଟଜୋର ଡଙ୍ଗର ବନୀକରଣ…

Khandagiri Melaରେ ବିବାଦ ତୁଟୁନି: ପୁଣି ଚେତାବନୀ ଦେଲେ ମୀରା 

ଭୁବନେଶ୍ୱର,୩୦।୧: Khandagiri Melaରେ ବିଭିନ୍ନ ଯାତ୍ରା ପାର୍ଟି ଯାତ୍ରା ପରିବେଷଣ କରୁଛନ୍ତି। ଏହାରି ମଧ୍ୟରେ କାହ୍ନାଙ୍କ ପରେ ଯାତ୍ରା ଅଭିନେତା କ୍ଷୀତିଶ ବିଶ୍ବାଳଙ୍କୁ ମୀରା ପରିଡ଼ାଙ୍କ ଚେତାବନୀ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri