ବଢୁଛି ହୀରାକୁଦ ଡ୍ୟାମର ଜଳସ୍ତର

ସମ୍ବଲପୁର,୧୬।୮(ବ୍ୟୁରୋ): ଉପର ମୁଣ୍ଡରେ ବର୍ଷା ଯୋଗୁ ହୀରାକୁଦ ଡ୍ୟାମର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ମଙ୍ଗଳବାର ଜଳସ୍ତର ୬୨୫ ଫୁଟ୍‌ ଟପିଛି। ସକାଳ ୬ଟା ସୁଦ୍ଧା ହୀରାକୁଦ ଜଳସ୍ତର ୬୨୫.୦୪ ଫୁଟ ରହିଛି। ଏହାସହ ଡ୍ୟାମକୁ ପ୍ରବେଶ କରୁଛି ୭ ଲକ୍ଷ ୮୫ ହଜାର ୨୯୧ କ୍ୟୁସେକ୍‌ ଜଳ। ଡ୍ୟାମରୁ ୪ ଲକ୍ଷ ୩୪ ହଜାର ୮ କ୍ୟୁସେକ ଜଳ ନିଷ୍କାସିତ ହେଉଛି। ବର୍ତ୍ତମାନ ୨୬ଟି ଗେଟ୍‌ ଦେଇ ଜଳ ନିଷ୍କାସନ କରାଯାଉଛି।