କମୁଛି ଲୁଣା ନଦୀର ଜଳସ୍ତର

କେନ୍ଦ୍ରାପଡ଼ା ଅଫିସ, ୨।୪: ଗତ ଡିସେମ୍ବରରୁ କେନ୍ଦ୍ରାପଡ଼ା ଜିଲାରେ ପ୍ରବାହିତ ଲୁଣା ନଦୀର ଜଳସ୍ତର କମିବାରେ ଲାଗିଛି ା ଫଳରେ ଆଗାମୀ ଦିନରେ କେନ୍ଦ୍ରାପଡ଼ା ପୌରାଞ୍ଚଳର ପିଇବା ପାଣି ସମସ୍ୟା ଉଭା ହେବା ସହିତ ଅବବାହିକାରେ ଥିବା ଚାଷ ଜମି ପଡ଼ିଆ ପଡିବା ଆଶଙ୍କା ଦେଖାଦେଇଛି ା ଲୁଣା ନଦୀରୁ ବେଆଇନ ଭାବେ ବାଲି ଉଠା ଯାଉଥିବାରୁ ନଦୀପଥର ପରିବର୍ତ୍ତନ ହେବ ବୋଲି ସ୍ଥାନୀୟ ଅଞ୍ଚଳରେ ଉଦ୍‌ବେଗ ପ୍ରକାଶ ପାଇଛି ା ଜିଲାରେ ପ୍ରବାହିତ ନଦୀଗୁଡ଼ିକର ସଂଯୋଗୀକରଣ ପରେ ଏହି ସମସ୍ୟାର ସମାଧାନ ହୋଇ ପାରିବ ବୋଲି ବୁଦ୍ଧିଜୀବୀମାନେ ମତ ଦେଇଛନ୍ତି ା
ଏ ସଂକ୍ରାନ୍ତରେ କେନ୍ଦ୍ରାପଡା ସହରସ୍ଥ ଖଡିଅଙ୍ଗର କ୍ଷୀତିଶ କୁମାର ସିଂହ କହିଛନ୍ତି, ସହରକୁ ପାଣି ଯୋଗାଣ ପାଇଁ ପିଏଚ୍‌ଡି ଓ ଜଳ ସମ୍ପଦ ବିଭାଗର ସମନ୍ବୟରେ ଲୁଣା ନଦୀର କଳପଡ଼ା ଠାରୁ ପାଣି ଉଠାଯାଉଛି। ତେବେ ଜାନୁୟାରୀରୁ ନଦୀର ପମ୍ପ ହାଉସ ପାଖ ଶୁଖିଲା ପଡିଛି। ଏଥିପାଇଁ ଅପରପାର୍ଶ୍ୱରୁ ଏକ ୧୫୦ ମିଟରର ନାଳି ଖୋଳା ଯାଇ ପମ୍ପ ହାଉସ ନିକଟକୁ ପାଣି ଅଣା ଯାଉଥିଲା ା ଏହି ନାଳି ଏବେ ଶୁଖିଲା ଅବସ୍ଥାକୁ ଆସିଗଲାଣି ଏପରି ସ୍ଥିତି ରହିଲେ ଆସନ୍ତା ୧୫ ଦିନ ମଧ୍ୟରେ ସହରକୁ ଜଳ ଯୋଗାଣ ବନ୍ଦ ହୋଇଯିବ ା ବୁଦ୍ଧିଜୀବୀ ସନ୍ତୋଷ କୁମାର ପଣ୍ଡା କୁହନ୍ତ, ପଡାଗୟାସପୁର, ଗୟାସପୁର, ଥାଉରୀ, ଚଢ଼େଇଗୁଅଁା, ରାଜଗଡ, ଅଙ୍ଗୁଳାଇ ଆଦି ସ୍ଥାନରେ ଲୁଣାନଦୀର ଚେକ୍‌ଡ୍ୟାମ୍‌ ହୋଇଛି ା ପାନୀୟ ଜଳ ଯୋଗାଣ ସହ ଚାଷ କାର୍ଯ୍ୟ ପାଇଁ ଜଳ ଯୋଗାଣ ହେବା କଥା ା ତେବେ ଖରା ଆରମ୍ଭରୁ ଲୁଣା ନଦୀ ଜଳସ୍ତର ହ୍ରାସ ପାଇଥିବାରୁ ପ୍ରାୟ ୧୦ ହଜାର ହେକ୍ଟର ଜମି ପଡ଼ିଆ ପଡିବ ବୋଲି ଆକଳନ କରାଯାଉଛି ା ଏ ସମ୍ପର୍କରେ ପୂର୍ବତନ ଜିଲା ପରିଷଦ ସଭ୍ୟ ଗଣେଶ ଚନ୍ଦ୍ର ସାମଲ କୁହନ୍ତି, ଲୁଣା ନଦୀ କେନ୍ଦ୍ରାପଡ଼ା ମଧ୍ୟ ଦେଇ ପ୍ରବାହିତ ହେଉଛି ା ନଦୀର ଲମ୍ବ ୭୩ କିଲୋମିଟର ହୋଇଥିବା ବେଳେ ବ୍ରିଟିଶ ଶାସନ ସମୟରେ ଏହି ବାଟ ଦେଇ ନୌବାଣିଜ୍ୟ ହେଉଥିଲା ା ତେବେ ଏହାର ରକ୍ଷଣାବେକ୍ଷଣ ଅଭାବ, ବେଆଇନ ବାଲି ଓ ମାଟି ଉଠାଣ, ଜବରଦଖଲ ହେତୁ ଏବେ ନଦୀର ଗତିପଥ ପରିବର୍ତ୍ତନ ହୋଇଛି ା ଏହି ଜିଲାର ଅଧିବାସୀ ଚାଷ ଉପରେ ନିର୍ଭରଶୀଳ ହୋଇଥିବା ବେଳେ ୧୫,୮୫୦ ହେକ୍ଟର ଚାଷ ଜମିରେ ଉଦ୍‌ବୃତ୍ତ ଜଳର ନିଷ୍କାସନ ପାଇଁ କୌଣସି ବ୍ୟବସ୍ଥା ନାହିଁ ା ସେହିପରି ଜିଲାର ୩୨,୩୫୦ ହେକ୍ଟର ଚାଷ ଜମି ଲୁଣା ା ଏଥିସହ ବର୍ଷାଦିନେ ୩୪,୯୫୨ କ୍ଟେର ଜମିରେ ବନ୍ୟା ଜଳ ମାଡିଯାଉଛି। ଜିଲାର ୮୪,୯୧୦ ହେକ୍ଟର ଜମିକୁ ମରୁଡ଼ି ଅଞ୍ଚଳ ଘୋଷଣା କରାଯାଇଛି ା ନଦୀ ଓ ମୁଖ୍ୟ କେନାଲଗୁଡ଼ିକର ଜଳ ପରିଚାଳନା ପାଇଁ ଜିଲା ପରିଷଦରେ ବାରମ୍ବାର ଦାବି ସତ୍ତ୍ୱେ କୌଣସି ସୁଫଳ ମିଳିଲା ନାହିଁ ା ସାମାଜିକ କର୍ମୀ ପ୍ରତାପ କୁମାର ତ୍ରିପାଠୀ କହିଛନ୍ତି, ଲୁଣା ନଦୀର ଜଳସେଚନ ଫଳରେ ଜିଲାରେ ଧାନ ସହ ରବି ଫସଲ ଓ ନଳିତା, ବାଦାମ ଆଖୁ ପରି ଅର୍ଥକାରୀ ଫସଲ, ପନିପରିବା ଚାଷ ହେଉଥିଲା। ତେବେ ଗତ କିଛି ବର୍ଷ ଧରି ଏହି ନଦୀର ଜଳସ୍ତର କମିବାରେ ଲାଗିଛି ା ମହାନଦୀର ଉପରମୁଣ୍ଡରେ ଛତିଶଗଡ଼ ସରକାରଙ୍କ ବନ୍ଧ ନିର୍ମାଣ ଫଳରେ ଏପରି ସ୍ଥିତି ଉପୁଜିଛି ବୋଲି ସେ ମତ ଦେଇଛନ୍ତି ା କୃଷକ ନେତା ବିଧୁଭୂଷଣ ମହାପାତ୍ର କହିଛନ୍ତି, ଜିଲାରେ ୭ ନଦୀ ପ୍ରବାହିତ ହେଉଛି ା ଏହି ନଦୀଗୁଡିକୁ ସଂଯୋଗୀକରଣ କରାଯାଇ ବିଭିନ୍ନ ସ୍ଥାନରେ ବ୍ୟାରେଜ ନିର୍ମାଣ କରାଗଲେ ଜିଲାର ଚାଷ ଜମିକୁ ଜଳସେଚନ ବ୍ୟବସ୍ଥା ହୋଇପାରନ୍ତା ା ଏନେଇ ପ୍ରଶାସକ ଓ ସ୍ଥାନୀୟ ରାଜନେତା କୌଣସି ପଦକ୍ଷେପ ନେଉନାହାନ୍ତି ା ଆଗାମୀ ଦିନରେ ଚାଷ ସହ ପାନୀୟ ଜଳ ଜିଲା ପାଇଁ ସମସ୍ୟା ସୃଷ୍ଟି କରିବ ବୋଲି ସେ ଉଦ୍‌ବେଗ ପ୍ରକାଶ କରିଛନ୍ତି ା ଜଳସମ୍ପଦ ବିଭାଗ ନିର୍ବାହୀ ଯନ୍ତ୍ରୀ ଇଂ.ଉମେଶ ଚନ୍ଦ୍ର ସେଠୀ କହିଛନ୍ତି, ଲୁଣା ନଦୀର ଉନ୍ନତିକରଣ ପାଇଁ ବିଭିନ୍ନ ଯୋଜନା ଚାଲୁ ରହିଛି ା ଏହି ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବା ପାଇଁ ଆର୍ଥିକ ଅନୁଦାନ ଆସିଛି। ଖୁବ୍‌ଶୀଘ୍ର ଜିଲାବାସୀ ଏହାର ସୁଫଳ ପାଇବେ ବୋଲି ସେ ମତ ଦେଇଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri